Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିବେ ଶୁଭାରମ୍ଭ
ଜାତୀୟ ଖବର

ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିବେ ଶୁଭାରମ୍ଭ

January 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ଆସନ୍ତା ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରର ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲର ସିଏସଆର ପାଣ୍ଠିରୁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବିନ୍ଦୁ ସାଗରର ସଫେଇ କାର୍ଯ୍ୟ କରାଯିବ ବୋଲି କହିଛନ୍ତି ଇନଷ୍ଟିଚ୍ୟୁଟ୍‌ ଅଫ୍ କେମିକାଲ ଟେକ୍ନୋଲୋଜି (ଆଇସିଟି)ର ନିର୍ଦ୍ଦେଶକ ପ୍ରଫେସର ଭାସ୍କର ଏନ୍ ଥୋରାଟ୍ ।

ଥୋରାଟ୍ କହିଛନ୍ତି ଯେ ଇନଷ୍ଟିଚ୍ୟୁଟ୍ ଅଫ୍ କେମିକାଲ ଟେକ୍ନୋଲୋଜି (ଆଇସିଟି)-ଇଣ୍ଡିଆନ ଅଏଲ(ଆଇଓସି) କ୍ୟାମ୍ପସ ଭୁବନେଶ୍ୱର ଏବଂ ଓଡିଶା ବ୍ରିଜ୍ କନଷ୍ଟ୍ରକସନ କର୍ପୋରେସନର ମିଳିତ ଉଦ୍ୟମରେ ବହୁ ପ୍ରତିକ୍ଷୀତ ବିନ୍ଦୁ ସାଗର ପୁନଃଉଦ୍ଧାର କାମ କରାଯିବ । ଏହି ଅନୁଷ୍ଠାନର ତତ୍ୱାବଧାନରେ ଏହାର ବିଶେଷ ଜ୍ଞାନକୌଶଳରେ ବିନ୍ଦୁ ସାଗରରେ ବିଶେଷ ଯନ୍ତ୍ରପାତି ଲାଗିବ ।

ଏଚଡ଼ିସି ରିଆକଟର ସହ ୪ଟି ପମ୍ପିଂ ସିଷ୍ଟମ ବିନ୍ଦୁସାଗରରେ ଚତୁର୍ଦିଗରେ ଅବସ୍ଥାପିତ ହେବା ସହ ଖୁବ ଶୀଘ୍ର ବିନ୍ଦୁ ସାଗର ପବିତ୍ର ଜଳ ସ୍ୱଚ୍ଛ ଓ ନିର୍ମଳ ହୋଇଯିବ। ବର୍ତମାନର ବିନ୍ଦୁ ସାଗର ନୀଳ ରଙ୍ଗ ହୋଇ ଯାଇଥିବା ଜଳ ପରିଷ୍କାର ହେବ। ଏହା ଦ୍ୱାରା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୁଷ୍କରିଣୀର ପବିତ୍ରତାର ପ୍ରତୀକ ହେବ। ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହିମା ଓ ଗୌରବର ଗାଥାକୁ ସାରା ବିଶ୍ୱରେ ପହଁଚାଇବା ପାଇଁ ଭାରତ ସରକାରଙ୍କ ତୈଳ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଇଣ୍ଡିଆନ ଅଏଲ ସହଯୋଗରେ ଏପରି ଏକ ସବିନୟ ଉଦ୍ୟମ କରାଯାଇଛି ।

ଉଲ୍ଲେଖନୀୟ ଯେ, ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସାଂସଦ ଅପରାଜିତ ଷଡଙ୍ଗୀ, ରାଜ୍ୟସଭା ସାଂସଦ ପଦ୍ମଶ୍ରୀ ରଘୁନାଥ ମହାପାତ୍ର, ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା,ରାଜ୍ୟ ଖଣି ଓ କୋଇଲା ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ, ଇଣ୍ଡିଆନ ଅଏଲର ଚେୟାରମ୍ୟାନ ଏସ.ଏମ ବୈଦ୍ୟ, ଆଇସିଟି ମୁମ୍ବାଇ ଶିକ୍ଷାନୁଷ୍ଠାନର କୁଳପତି ଅନିରୁଦ୍ଧ ବାଲଚନ୍ଦ୍ର ପଣ୍ଡିତ ପ୍ରମୁଖ ଉପସ୍ଥିତ ରହିବେ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.