Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସନ୍ତା ୧୬ ତାରିଖରୁ ପ୍ରାୟ ୩ କୋଟି ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡିର କର୍ମୀଙ୍କୁ ଦିଆଯିବ କରୋନା ଟୀକା, ଜାଣନ୍ତୁ କିପରି
ଜାତୀୟ ଖବର

ଆସନ୍ତା ୧୬ ତାରିଖରୁ ପ୍ରାୟ ୩ କୋଟି ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡିର କର୍ମୀଙ୍କୁ ଦିଆଯିବ କରୋନା ଟୀକା, ଜାଣନ୍ତୁ କିପରି

January 10, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ୧୬ ତାରିଖରୁ ପ୍ରାୟ ୩ କୋଟି ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡିର କର୍ମୀଙ୍କୁ ଦିଆଯିବ କରୋନା ଟୀକା, ଜାଣନ୍ତୁ କିପରି

ନୂଆଦିଲ୍ଲୀ, ଦେଶରେ କୋଭିଡ-୧୯ର ସ୍ଥିତି ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କୋଭିଡ ଟୀକାକରଣର ପ୍ରସ୍ତୁତି ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‍ ସଚିବ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ସ୍ୱାସ୍ଥ୍ୟ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ। ବିସ୍ତୃତ ସମୀକ୍ଷା ପରେ ସ୍ଥିର ହୋଇଥିଲା ଯେ ଆଗକୁ ପଡୁଥିବା ଲୋହରୀ, ମକର ସଂକ୍ରାନ୍ତି, ପୋଙ୍ଗଲ, ମାଘ ବିହୁ ଆଦି ପର୍ବ ପର୍ବାଣୀକୁ ଦୃଷ୍ଟିରେ ରଖି ଜାନୁଆରୀ ୧୬ରୁ କୋଭିଡ-୧୯ ଟୀକାଦାନ ଆରମ୍ଭ ହେବ ।

କୋଭିଡ ପରିଚାଳନା ଓ ଏ ସଂକ୍ରାନ୍ତ ଅନ୍ୟାନ୍ୟ ପ୍ରସଙ୍ଗର ସ୍ଥିତି ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀ ବିସ୍ତୃତ ସମୀକ୍ଷା କରିଥିଲେ। ସୁରକ୍ଷା ଓ ପ୍ରତିରୋଧକଶକ୍ତି ପ୍ରମାଣିତ କରିଥିବା ଦୁଇଟି ଟୀକା କୋଭିସିଲ୍ଡ ଏବଂ କୋଭାକ୍ସିନ ର ଜରୁରୀକାଳୀନ ବ୍ୟବହାର କିମ୍ବା ତ୍ୱରିତ ଅନୁମୋଦନ ଲାଗି ଜାତୀୟ ନିୟନ୍ତ୍ରକ ମଞ୍ଜୁର କରିଛନ୍ତି ।

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସରକାରଙ୍କ ମିଳିତ ସହଯୋଗରେ ନିକଟ ଭବିଷ୍ୟତରେ ଟୀକାକରଣ ସଂକ୍ରାନ୍ତରେ କେନ୍ଦ୍ରର ପ୍ରସ୍ତୁତି ନେଇ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା ।

ଟୀକାକରଣ ନେଇ ଚାଲିଥିବା ଏହି ପ୍ରସ୍ତୁତି କାର‌୍ୟ୍ୟକ୍ରମକୁ ଜନ ଭାଗିଦାରୀ ନୀତି; ନିର୍ବାଚନ ଅଭିଜ୍ଞତାର ବ୍ୟବହାର (ବୁଥ୍‍ସ୍ତରୀୟ ରଣନୀତି) ଏବଂ ସାର୍ବଜନୀନ ଟୀକାକରଣ କାର‌୍ୟ୍ୟକ୍ରମ (ୟୁଆଇପି) ଅଭିଜ୍ଞତାକୁ ଉପଯୋଗ କରାଯାଇ କାର‌୍ୟ୍ୟକାରୀ କରାଯିବ। ବର୍ତ୍ତମାନ ଜାରି ରହିଥିବା ସ୍ୱାସ୍ଥ୍ୟସେବା ବିଶେଷକରି ଜାତୀୟ କାର‌୍ୟ୍ୟକ୍ରମ ଏବଂ ପ୍ରାଥମିକ ସ୍ୱାସ୍ଥ୍ୟସେବାରେ କୌଣସି ବୁଝାମଣା ହେବନାହିଁ। ବୈଜ୍ଞାନିକ ଏବଂ ନିୟାମକ ମାନଦଣ୍ଡ, ଅନ୍ୟ ଏସ୍‍ଓପି ଉପରେ କୌଣସି ବୁଝାମଣା ହେବନାହିଁ। ପ୍ରଯୁକ୍ତି ଦ୍ୱାରା ପରିଚାଳିତ ଏକ ବ୍ୟବସ୍ଥିତ ସହଜ ସିଦ୍ଧାନ୍ତ ଉପରେ ଏହାକୁ କାର‌୍ୟ୍ୟକାରୀ କରାଯିବ।

କୋଭିଡ଼ ୧୯ ଟୀକାକରଣ ଅଭିଯାନରେ ପାଖାପାଖି ୩ କୋଟି ସ୍ୱାସ୍ଥ୍ୟକର୍ମୀ ଏବଂ ଆଗଧାଡ଼ିର କରୋନା ଯୋଦ୍ଧା, ୫୦ ବର୍ଷରୁ ଅଧିକ ବୟସ୍କ ଲୋକ ଏବଂ ଅନ୍ୟ ରୋଗରେ ପୀଡ଼ିତ ୫୦ ବର୍ଷରୁ କମ ବୟସ୍କର ଜନସଂଖ୍ୟାଙ୍କୁ ମିଶାଇ ମୋଟ ୨୭ କୋଟି ଲୋକଙ୍କୁ ପ୍ରାଥମିକତା ଭିତ୍ତିରେ ସାମିଲ କରାଯିବ।

ଆଜିର ବୈଠକରେ ପ୍ରଧାନମନ୍ତ୍ରୀଙ୍କୁ କୋ-ୱିନ ଟୀକା ବିତରଣ ପରିଚାଳନା ବ୍ୟବସ୍ଥା ସଂକ୍ରାନ୍ତରେ ଅବଗତ କରାଯାଇଥିଲା । ଏହି ଅଭିନବ ଡିଜିଟାଲ ପ୍ଲାଟଫର୍ମ ଟୀକା ମହଜୁଦର ବାସ୍ତବ ସମୟ ସୂଚନା, ଗଚ୍ଛିତ ଟୀକାର ତାପମାତ୍ରା ଏବଂ କୋଭିଡ-୧୯ ଟୀକା ନେଉଥିବା ହିତାଧିକାରୀଙ୍କ ବ୍ୟକ୍ତିଗତ ଟ୍ରାକିଂ ସଂକ୍ରାନ୍ତରେ ସୂଚନା ପ୍ରଦାନ କରିବ ।

ପୂର୍ବରୁ ପଞ୍ଜିକୃତ ହୋଇଥିବା ହିତାଧିକାରୀ, ସେମାନଙ୍କର ଯାଞ୍ଚ ଏବଂ ଟୀକାକରଣ ସଫଳ ହେବାପରେ ଡିଜିଟାଲ ପ୍ରମାଣପତ୍ର ବାହାର କରିବା ଲାଗି ଅଟୋମେଟିକ ଅଧିବେଶନ ଆବଣ୍ଟନ ଜରିଆରେ ସମସ୍ତ ସ୍ତରରେ ଯୋଜନା ପରିଚାଳକମାନଙ୍କୁ ସହାୟତା କରିବ। ଏହି ପ୍ଲାଟଫର୍ମରେ ୭୯ଲକ୍ଷରୁ ଅଧିକ ହିତାଧିକାରୀ ପଞ୍ଜିକୃତ ହୋଇ ସାରିଛନ୍ତି ।

ଟୀକାଦାନ ପ୍ରସ୍ତୁତି କାର‌୍ୟ୍ୟକ୍ରମରେ ଟୀକାକରଣକାରୀ ଏବଂ ଟୀକା ପରିଚାଳକମାନେ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇଥିବାରୁ ସେମାନଙ୍କ ପ୍ରଶିକ୍ଷଣ ପ୍ରକ୍ରିୟା ସଂକ୍ରାନ୍ତରେ ବିସ୍ତୃତ ସୂଚନା ଦିଆଯାଇଥିଲା । ଜାତୀୟ ସ୍ତରର ପ୍ରଶିକ୍ଷକ ପ୍ରଶିକ୍ଷଣ ସମୟରେ ୨୩୬୦ ଅଂଶଗ୍ରହଣକାରୀଙ୍କୁ ତାଲିମ ଦିଆଯାଇଥିଲା। ଯେଉଁଥିରେ ରାଜ୍ୟ ଟୀକାକରଣ ଅଧିକାରୀ, କୋଲ୍ଡ ଚେନ୍‍ ଅଧିକାରୀ, ଆଇଇସି ଅଧିକାରୀ, ଉନ୍ନୟନ ସହଯୋଗୀ ଆଦି ରହିଥିଲେ । ୬୧ହଜାରରୁ ଅଧିକ ଯୋଜନା ପରିଚାଳକ, ୨ଲକ୍ଷ ଟୀକାକରଣକାରୀ ଏବଂ ୩.୭ଲକ୍ଷ ଅନ୍ୟ ଟୀକାକରଣ ଦଳର ସଦସ୍ୟଙ୍କୁ ରାଜ୍ୟ, ଜିଲ୍ଲା ଏବଂ ବ୍ଲକ ସ୍ତରରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି ।

ସମଗ୍ର ଦେଶରେ ଜାରି ରହିଥିବା ତିନି ପର‌୍ୟ୍ୟାୟ ଡ୍ରାଏ ରନ୍‍ ସଂକ୍ରାନ୍ତରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ଗତକାଲି ଅନୁଷ୍ଠିତ ତୃତୀୟ ପର‌୍ୟ୍ୟାୟ ଡ୍ରାଏ ରନ୍‍ ୩୩ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶର ୬୧୫ଟି ଜିଲ୍ଲାରେ ୪୮୯୫ ଅଧିବେଶନ ସ୍ଥଳୀ ପରିଚାଳିତ ହୋଇଥିଲା ।

କରୋନା କରୋନା ଟୀକା କରୋନା ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026

ଭୋଟ ଦେଉଛି ତାମିଲନାଡୁ

April 23, 2026

ଆଜି ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟିଂ

April 23, 2026
Latest News

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.