Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୧୨ ଜାନୁଆରୀରେ ଦ୍ୱିତୀୟ ଜାତୀୟ ଯୁବ ସଂସଦର ଉଦଯାପନୀ ଉତ୍ସବରେ ଅଭିଭାଷଣ ଦେବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

୧୨ ଜାନୁଆରୀରେ ଦ୍ୱିତୀୟ ଜାତୀୟ ଯୁବ ସଂସଦର ଉଦଯାପନୀ ଉତ୍ସବରେ ଅଭିଭାଷଣ ଦେବେ ପ୍ରଧାନମନ୍ତ୍ରୀ

January 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
୧୨ ଜାନୁଆରୀରେ ଦ୍ୱିତୀୟ ଜାତୀୟ ଯୁବ ସଂସଦର ଉଦଯାପନୀ ଉତ୍ସବରେ ଅଭିଭାଷଣ ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ ଜାନୁଆରୀ ୨୦୨୧ ସକାଳ ୧୦.୩୦ରେ ଦ୍ୱିତୀୟ ଜାତୀୟ ଯୁବ ସଂସଦର ଉଦଯାପନୀ ଉତ୍ସବ ଅବସରରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଭିଭାଷଣ ପ୍ରଦାନ କରିବେ । ଏହି ସମାରୋହରେ ତିନି ଜାତୀୟ ବିଜେତା ମଧ୍ୟ ନିଜ ବିଚାର ବ୍ୟକ୍ତ କରିବେ । ଲୋକସଭା ବାଚସ୍ପତି, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଓ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଏହି ଅବସରରେ ଉପସ୍ଥିତ ରହିବେ ।

ଜାତୀୟ ଯୁବ ସଂସଦ ଉତ୍ସବ

ଜାତୀୟ ଯୁବ ସଂସଦ ଉତ୍ସବ (ଏନୱାଇପିଏଫ)ର ଉଦ୍ଦେଶ୍ୟ ହେଲା ୧୮ରୁ ୨୫ ବର୍ଷ ବୟସର ଭୋଟ ଦେବା ଅଧିକାର ପାଇଥିବା ଓ ଆଗାମୀ ଦିନରେ ସରକାରୀ ଚାକିରି ସମେତ ବିଭିନ୍ନ ପେସାରେ ଯୋଗ ଦେବାକୁ ଯାଉଥିବା ଯୁବ ପିଢିଙ୍କ ବିଚାର ଶୁଣିବା । ୩୧ ଡିସେମ୍ବର ୨୦୧୭ ମନ କି ବାତ ଅଭିଭାଷଣରେ ପ୍ରତିଫଳିତ ପ୍ରଧାନମନ୍ତ୍ରୀଙ୍କ ଚିନ୍ତାଧାରା ଆଧାରରେ ଏନୱାଇପିଏଫ ଗଢି ଉଠିଛି । ଏହି ଚିନ୍ତାଧାରା ଦ୍ୱାରା ଅନୁପ୍ରାଣିତ ହୋଇ ଜାନୁୟାରୀ ୧୨ରୁ ୨୭, ୨୦୧୯ ଯାଏଁ ନବ ଭାରତର ସ୍ୱର ପାଲଟିବା, ନୀତି ପ୍ରଣୟନରେ ଭାଗ ନେବା ଓ ସମାଧାନ ଖୋଜିବା ବିଷୟକୁ ନେଇ ପ୍ରଥମ ଏନୱାଇପିଏଫ ଆୟୋଜିତ ହୋଇଥିଲା। ସମୁଦାୟ ୮୮ ହଜାର ଯୁବକ/ଯୁବତୀ ଏହି କାର‌୍ୟ୍ୟକ୍ରମରେ ଭାଗ ନେଇଥିଲେ ।

ଦ୍ୱିତୀୟ ଏନୱାଇପିଏଫ ଡିସେମ୍ବର ୨୩, ୨୦୨୦ରୁ ଭର୍ଚୁଆଲ ମାଧ୍ୟମରେ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ସାରା ଦେଶରୁ ୨.୩୪ ଲକ୍ଷ ଯୁବକ/ଯୁବତୀ ଅଂଶଗ୍ରହଣ କରିଥିଲେ । ଏହା ପରେ ଜାନୁୟାରୀ ୧ରୁ ୫, ୨୦୨୧ ଯାଏଁ ରାଜ୍ୟ ଯୁବ ସଂସଦଗୁଡିକ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ହୋଇଥିଲା।

ଦ୍ୱିତୀୟ ଏନୱାଇପିଏଫର ଅନ୍ତିମ ପର୍ଯ୍ୟାୟ ଜାନୁୟାରୀ ୧୧, ୨୦୨୧ରେ ସଂସଦର କେନ୍ଦ୍ରୀୟ ହଲରେ ଅନୁଷ୍ଠିତ ହେବ । ରାଜ୍ୟସଭା ସାଂସଦ ରୂପା ଗାଙ୍ଗୁଲି, ଲୋକସଭା ସାଂସଦ ପରବେଶ ସାହିବ ସିଂ ଓ ବିଶିଷ୍ଟ ସାମ୍ବାଦିକ ପ୍ରଫୁଲ୍ଲ କେତକରଙ୍କୁ ନେଇ ଗଠିତ ଜାତୀୟ ବିଚାରକ ମଣ୍ଡଳୀ ସମୁଖରେ ୨୯ ଜାତୀୟ ବିଜେତା ବକ୍ତବ୍ୟ ଉପସ୍ଥାପନ କରିବାର ସୁଯୋଗ ପାଇବେ । ଶ୍ରେଷ୍ଠ ତିନି ବିଜେତା ଜାନୁଆରୀ ୧୨ରେ ହେବାକୁ ଥିବା ଉଦଯାପନୀ ଉତ୍ସବ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ବକ୍ତବ୍ୟ ପ୍ରଦାନ କରିବାର ସୁଯୋଗ ପାଇବେ ।

ଜାତୀୟ ଯୁବ ଉତ୍ସବ

ପ୍ରତିବର୍ଷ ଜାନୁଆରୀ ୧୨ରୁ ୧୬ ଯାଏଁ ଜାତୀୟ ଯୁବ ଉତ୍ସବ ପାଳିତ ହୋଇଥାଏ । ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମବାର୍ଷିକୀ ଅବସରରେ ଜାନୁୟାରୀ ୧୨ରେ ଜାତୀୟ ଯୁବ ଦିବସ ପାଳିତ ହୁଏ । ଚଳିତ ବର୍ଷ ଜାତୀୟ ଯୁବ ଉତ୍ସବ ସହ ଏନୱାଇପିଏଫ ପାଳିତ ହେଉଛି।

ଦେଶର ଯୁବପୀଢିଙ୍କୁ ଏକୀକୃତ ଭାବେ ପ୍ରତିଭା ପ୍ରଦର୍ଶନର ସୁଯୋଗ ପ୍ରଦାନ, ଉଭୟ ଔପଚାରିକ ଓ ଅନୌପଚାରିକ ଭାବେ ସାଂସ୍କୃତିକ ଓ ସାମାଜିକ ବିବିଧତା ସମ୍ପର୍କରେ ମତ ବିନିମୟ ମାଧ୍ୟମରେ କ୍ଷୁଦ୍ର ଭାରତ ନିର୍ମାଣ ପାଇଁ ମଞ୍ଚ ପ୍ରଦାନ କରିବା ଜାତୀୟ ଯୁବ ଉତ୍ସବର ଉଦ୍ଦେଶ୍ୟ । ଏହା ଜାତୀୟ ସଂହତି, ସାମ୍ପ୍ରଦାୟିକ ସଦଭାବ, ଭାଇଚାରା, ବୀରତ୍ୱ ଓ ସାହସିକତାକୁ ମଧ୍ୟ ପ୍ରୋତ୍ସାହିତ କରିଥାଏ । କାୟମନୋବାକ୍ୟରେ ଏକ ଭାରତ ଶ୍ରେଷ୍ଠ ଭାରତର ପ୍ରଚାର ଏହାର ପ୍ରମୁଖ ଲକ୍ଷ୍ୟ ।

କୋଭିଡ-୧୯ ଯୋଗୁଁ ୨୪ ତମ ଜାତୀୟ ଯୁବ ଉତ୍ସବ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ହୋଇଛି। ଚଳିତ ବର୍ଷର ଉତ୍ସବର ବିଷୟବସ୍ତୁ ଥିଲା ଯୁବା- ଉତ୍ସାହ ନୟେ ଭାରତ କା। ଯୁବପୀଢି ନବ ଭାରତ ଉତ୍ସବକୁ ଜୀବନ୍ତ ରଖନ୍ତି ବୋଲି ଏହା ଦର୍ଶାଉଛି । ୨୪ତମ ଜାତୀୟ ଯୁବ ଉତ୍ସବର ଉଦଘାଟନୀ ସମାରୋହ ଓ ଦ୍ବିତୀୟ ଜାତୀୟ ଯୁବ ସଂସଦ ଉତ୍ସବର ଉଦଯାପନୀ ସମାରୋହ ଜାନୁଆରୀ ୧୨, ୨୦୨୧ରେ ସଂସଦର କେନ୍ଦ୍ରୀୟ ହଲରେ ଆୟୋଜିତ ହେବ । ୨୪ତମ ଜାତୀୟ ଯୁବ ଉତ୍ସବର ଉଦଯାପନୀ ସମାରୋହ ଜାନୁୟାରୀ ୧୬, ୨୦୨୧ରେ ଡ. ଆମ୍ବେଦକର ଇଂଟରନ୍ୟାସନାଲ ସେଣ୍ଟର, ନୂଆଦିଲ୍ଲୀ ଠାରେ ଆୟୋଜିତ ହେବ ।

ଜାତୀୟ ଯୁବ ଉତ୍ସବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

EPF ରେ ବଡ଼ ବୃଦ୍ଧି: 6,857 ଟଙ୍କା ପରିବର୍ତ୍ତେ 11,429 ଟଙ୍କା ହେବ ପେନସନ, ଜାଣନ୍ତୁ ଗଣିତ

September 16, 2026

ସେପ୍ଟେମ୍ବର ୧୭ରେ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

September 16, 2026
Latest News

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026

ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍‌ଘାଟିତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.