Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନେତାଜୀଙ୍କ ଜୟନ୍ତୀ ପୂର୍ବରୁ ନବୀନ ଦେଲେ ସମ୍ମାନ, ତାଙ୍କ ନାମରେ ହେବ ଅତ୍ୟାଧୁନିକ ବସ୍ ଟର୍ମିନାଲ, ଜାଣନ୍ତୁ କଣ ରହିବ
ଜାତୀୟ ଖବର

ନେତାଜୀଙ୍କ ଜୟନ୍ତୀ ପୂର୍ବରୁ ନବୀନ ଦେଲେ ସମ୍ମାନ, ତାଙ୍କ ନାମରେ ହେବ ଅତ୍ୟାଧୁନିକ ବସ୍ ଟର୍ମିନାଲ, ଜାଣନ୍ତୁ କଣ ରହିବ

January 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ୫-ଟି କାର‌୍ୟ୍ୟକ୍ରମ ଅଧୀନରେ ଏହା କାର‌୍ୟ୍ୟକାରୀ କରାଯିବ।

ଆଗାମୀ ଜାନୁଆରୀ ୨୩ ତାରିଖ ଦିନ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ ଏବଂ ଚଳିତ ବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି। ଆମ ସ୍ବାଧୀନତା ସଂଗ୍ରାମର ଅନ୍ୟତମ ସେନାପତି ଓ ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ ଏବଂ କଟକରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ।

ବାଦାମବାଡି ବସ୍‌ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର Kiosk କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ରଚାର ପ୍ରସାର ପାଇଁ ବିଭିନ୍ନ Motif ଓ painting ରଖାଯିବ।

ଏହି ବସ୍ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍ ପାଇଁ ସ୍ଥାନ (Regular Bus Bay), ସ୍ଥାନୀୟ ଓ ମୋ ବସ୍ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ।

୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, Cloak Room ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍ ପାର୍କିଂର ବ୍ୟବସ୍ଥା ରହିବ। ଯାତ୍ରୀମାନଙ୍କ ସୁବିଧା ପାଇଁ Integrated Information Management system ମଧ୍ୟ ରହିବ।

ଏହି ନିର୍ମାଣ ପାଇଁ କଟରର ରିଂଗ୍ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏହି କାର‌୍ୟ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସଂଚାଳନା କରିଥିଲେ ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, କଟକ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ତ୍ତ ସଚିବ ଏହି ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ।

Naveen Patnaik announcement netaji Netaji SubhashChandraBose
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026
Latest News

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.