Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କଳାହାଣ୍ଡିରେ ୨ ହଜାର ୮୫ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ ଏବଂ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଜାତୀୟ ଖବର

କଳାହାଣ୍ଡିରେ ୨ ହଜାର ୮୫ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ ଏବଂ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

January 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।  ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କଳାହାଣ୍ଡିରେ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଥିଲେ। ଆଜି ୫୪ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ବେଳେ, ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏହି ଅବସରରେ ଜୟପାଟଣା ବ୍ଲକ୍‌ର ମଙ୍ଗଳପୁରଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ, ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସଂପର୍କର ସ୍ମୃତିଚାରଣ କରିଥିଲେ।

କୃଷି କ୍ଷେତ୍ରରେ କଳାହାଣ୍ଡିର ବିକାଶର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ  ଯେ ଭୋକର ଭୂଗୋଳ କୁହାଯାଉଥିବା କଳାହାଣ୍ଡି ଏବେ ଭାତହାଣ୍ଡି ହୋଇଛି । କଳାହାଣ୍ଡି ଧାନ ଉତ୍ପାଦନରେ ରାଜ୍ୟରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ବେଳେ, ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ମଧ୍ୟ ଚାଉଳ ଯୋଗାଉଛି।  ୧୦ଟି ରାଜ୍ୟ କେନ୍ଦ୍ରୀୟ ଭଣ୍ଡାରକୁ ଯେତିକି ଚାଉଳ ଯୋଗାଉଛନ୍ତି, କଳାହାଣ୍ଡି ଏକାକି ସେତିକି ଚାଉଳ ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏ ସବୁ ସମ୍ଭବ ହୋଇପାରିଛି କଳାହାଣ୍ଡି ର ଚାଷୀ ତଥା ସମସ୍ତ ଜନସାଧାରଣଙ୍କ  ଦୃଢ ଇଚ୍ଛା ଶକ୍ତି  ଗଭୀର ଆତ୍ମ ବିଶ୍ୱାସ ଓ କଠିନ ପରିଶ୍ରମ ଯୋଗୁଁ  ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସଂଗ୍ରହ ଋତୁରେ କଳାହାଣ୍ଡିର ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୧୨୦୦ କୋଟି ଟଙ୍କା ଦିଆଯାଇଛି ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ। ଜଳସେଚନ ସୁବିଧା ୩ ଗୁଣ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ଓ ପୁଷ୍ଟି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ସାରା ଦେଶରେ ଶ୍ରେଷ୍ଠ ଜିଲ୍ଲା ହୋଇପାରିଛି । ମାଛ ଚାଷ କ୍ଷେତ୍ରରେ ମଧ୍ୟ ଦେଶରେ ଶ୍ରେଷ୍ଠ ଜିଲ୍ଲାର ମର୍ଯ୍ୟଦା ଲାଭ କରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୦ ମସିହାରେ କଳାହାଣ୍ଡିରେ ଶିଶୁ ମୃତ୍ୟୁ ହାର ପ୍ରତି ହଜାରରେ ୭୬ ଥିବାବେଳେ, ମାତୃ ମୃତ୍ୟୁ ହାର ୪୩୨ ଥିଲା। ରାଜ୍ୟ ସରକାରଙ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯୋଗୁ ଆଜି ଏହି ହାର କମିଛି ଏବଂ ଆମେ ବହୁ ସଂଖ୍ୟାରେ ଶିଶୁ ଓ ମା ମାନଙ୍କର ଜୀବନ ରକ୍ଷା କରିପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।  କଳାହାଣ୍ଡିର ଏହି ରୂପାନ୍ତରର ସବୁ ଶ୍ରେୟ ଇନ୍ଦ୍ରବତୀ ନଦୀକୁ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଇନ୍ଦ୍ରବାତୀ ଆମର ମା ଏବଂ କଳାହାଣ୍ଡିର ଜୀବନରେଖା । ସେ ତାର ପ୍ରତିଟି ଜଳବିନ୍ଦୁ ଦେଇ କଳାହାଣ୍ଡିକୁ ସମୃଦ୍ଧ କରିଛି । କଳାହାଣ୍ଡିବାସୀଙ୍କ ଦେହରେ ତାର ପାଣି ରକ୍ତ ହୋଇ ବୋହୁଛି ।

ମା ଇନ୍ଦ୍ରାବତୀର ଏହି ଅବଦାନକୁ ସମ୍ମାନ ଜଣାଇ ଏଠାରେ ଏକ ସଂଗ୍ରହାଳୟ ଓ ଉଦ୍ୟାନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ସଂଗ୍ରହାଳୟ ସାରା ବିଶ୍ବକୁ କଳାହାଣ୍ଡିର ରୂପାନ୍ତରର କାହାଣୀ କହିବ। ଏହି ଉଦ୍ୟାନ ଭିତରେ ମା ଇନ୍ଦ୍ରାବତୀଙ୍କ ଏକ ଭବ୍ୟ ମନ୍ଦିର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ଏବଂ ଇନ୍ଦ୍ରାବତୀର ଟୋପାଏ ବି ଜଳବିନ୍ଦୁକୁ ନଷ୍ଟ ହେବାକୁ ନ ଦେଇ, କଳାହାଣ୍ଡିର ବିକାଶରେ ପୁରା ବିନିଯୋଗ କରିବା  ସହିତ ଭବିଷ୍ୟତ ପୀଢି ପାଇଁ ଇନ୍ଦ୍ରବତୀର ପାଣିକୁ ସୁରକ୍ଷିତ ରଖିବାକୁ ସଂକଳ୍ପ ନେବା ପାଇଁ ମୁଖ୍ୟମନ୍ତ୍ରୀ କଳାହାଣ୍ଡିର ଚାଷୀ ଭାଇଭଉଣୀ ମାନଙ୍କୁ ଆହ୍ବାନ ଜଣାଇଥିଲେ।

ଆଜି ଉଦ୍‌ଘାଟିତ ଓ ଶିଳାନ୍ୟାସ କରାଯାଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ମେଗା ଉଠା ଜଳସେଚନ ବ୍ୟବସ୍ଥା, ଫୁଡ ପାର୍କ, ନୂଆ ବିଦ୍ୟୁତ ଫିଡର ଲାଇନ, ଭବାନୀପାଟଣାରେ ନୂଆ ବସ୍‌ଷ୍ଟାଣ୍ଡ, ରାସ୍ତାଘାଟ, ସେତୁ ଆଦି ବିଭିନ୍ନ ପ୍ରକଳ୍ପ ରହିଛି। ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଟୁକୁନି ସାହୁ ,ମନ୍ତ୍ରୀ ରଘୁନଦନ ଦାଶ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର  ଉଦବୋଧନ ଦେଇଥିଲେ। ପ୍ରିନସ ଗ୍ରୁପର ଆକର୍ଷଣୀୟ ନୃତ୍ୟ ଜରିଆରେ କଳାହାଣ୍ଡିର ବିକାଶର ଧାରା ଉପସ୍ଥାପନା କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026
Latest News

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.