Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନିର୍ବାଚନ ସର୍ବେକ୍ଷଣ; ରାଜନୈତିକ ବ୍ୟବସାୟ ମାତ୍ର
ବିଶେଷ ଖବର

ନିର୍ବାଚନ ସର୍ବେକ୍ଷଣ; ରାଜନୈତିକ ବ୍ୟବସାୟ ମାତ୍ର

November 2, 2018No Comments3 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର 

ନିର୍ବାଚନ ଯେତେ ପାଖେଇ ଆସିବ, ନିର୍ବାଚନରେ ଗଣିତ କଷୁଥିବା ବେପାରୀ ମାନଙ୍କର ଲାଭ ସେତେ ବଢୁଥିବ। ଗତ ଦଶ ବର୍ଷ ଧରି ଆମ ଦେଶର ଗଣମାଧ୍ୟମ କରିଥିବା ଗୋଟିଏ ବି ଜନମତ ସର୍ବେକ୍ଷଣ ସତ ପ୍ରମାଣିତ ହୋଇନାହିଁ। ସବୁବେଳେ ଶାସକ ଦଳକୁ ସୁହାଇଲା ପରି ଓ ଏକ ନିର୍ଦ୍ଦିଷ୍ଟ ଏଜେଣ୍ଡା ଧରି କାମ କରୁଥିବା ସର୍ଭେ ବ୍ୟବସାୟୀ ମାନେ ପ୍ରତି ନିର୍ବାଚନରେ ନିଜର ଦୋକାନ ଖୋଲି ବଢିଆ ବ୍ୟବସାୟ କରୁଛନ୍ତି। ନିର୍ବାଚନ ପଣ୍ଡିତ ବୋଲାଉଥିବା ଏହି ବ୍ୟବସାୟୀମାନେ ଏବେ ବେଶ ସକ୍ରିୟ। ଏବଠୁ ଆସନ୍ତା ମଇ, ୨୦୧୯ ପର୍ଯନ୍ତ ସର୍ଭେ ବେପାର ଭଲ ଜମିବା। ଟେଲିଭିଜନ ଚ୍ୟାନେଲ ଗୁଡିକ ଏହାକୁ ବିକି ବେଶ ଭଲ ରୋଜଗାର କରିବେ।

ଏହି ବ୍ୟବସାୟର ଅଂଶ ବିଶେଷ ଭାବରେ ସବୁ ରାଜନୈତିକ ଦଳ କିଛି କିଛି ଜନମତ ର ଗରାଖ ହେବାକୁ ବାଧ୍ୟ। ଭଲ ପଇସା ଦେଇ ନିଜ ସପକ୍ଷରେ ହାୱା ସୃଷ୍ଟି କରିବାକୁ ସବୁ ଦଳ ଏମିତି କିଛି କିଛି ପୋଷା ସଂସ୍ଥା ରଖିଛନ୍ତି। ଏକଦା ଭାରତୀୟ ନିର୍ବାଚନ ସର୍ବେକ୍ଷଣର ଅନ୍ୟତମ ପ୍ରତିଷ୍ଠାତା ଯୋଗେନ୍ଦ୍ର ଯାଦବ କହିଥିଲେ, ପ୍ରତ୍ୟେକ ଜନମତ ସର୍ଭେ ରେ ଭାରତୀୟ ଜନତା ପାର୍ଟିକୁ ବଢେଇ ଚଢେଇ ଦେଖେଇବା ଆମର ପରମ୍ପରା ପାଲଟିଛି। କିନ୍ତୁ ୨୦୧୪ ସାଧାରଣ ନିର୍ବାଚନରେ ସବୁ ଜନମତ ସର୍ଭେ ଓ ଏଗଜିଟ ପୋଲ କୁ ଭୁଲ ପ୍ରମାଣିତ କରି ବିଜେପି ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ପାଇଥିଲା।

ନିକଟରେ ଓଡିଶା ରାଜନୀତିର ଗଣିତ କୁ ନେଇ କିଛି ସର୍ଭେ ଫଳାଫଳ ଆସିଛି। ପ୍ରାୟ ସବୁ ଜନମତ ସର୍ଭେ କହୁଛି, ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳର ସରକାର ପୁଣିଥରେ ଗଠିତ ହେବ, କିନ୍ତୁ ବିଜେପି ଲୋକସଭା ଆସନ ଅଧିକ ଜିତିବ। ଏ ପ୍ରକାର ଭବିଷ୍ୟବାଣୀର ଆଧାର କଣ? ୨୦୦୪,୨୦୦୯ ଓ ୨୦୧୪ ରେ ଓଡିଶାରେ ଲୋକସଭା ଓ ବିଧାନସଭା ପାଇଁ ଏକା ସାଙ୍ଗରେ ନିର୍ବାଚନ ଅନୁଷ୍ଠିତ ହୋଇଛି ଓ ସବୁଥର ଲୋକସଭା ଓ ବିଧାନସଭାର ବିଜୟହାର ସମାନ ରହିଛି। ରାଜ୍ୟରେ ଯିଏ ବିଧାନସଭା ନିର୍ବାଚନ ଜିତିଛି, ଲୋକ ସଭା ରେ ସେ ଦଳକୁ ଅଧିକ ଆସନ ମିଳିଛି।

୨୦୦୪ ରେ ବିଜେଡି-ବିଜେପି ମେଣ୍ଟ ବିଧାନସଭାରେ ୯୩ ଆସନ ପାଇଥିବା ବେଳେ ଲୋକସଭାରେ ୧୮ ଆସନ ଜିତିଥିଲେ। ସମାନ ଧାରା ୨୦୦୯ ୦ ୨୦୧୪ ରେ ମଧ୍ୟ ଦେଖିବାକୁ ମିଳିଥିଲା। ୨୦୦୯ ରେ ବିଜେଡି ବିଧାନସଭାରେ ୧୦୩ ଓ ଲୋକସଭାରେ ୧୪ ଆସନ ପାଇଥିଲା। ୨୦୧୪ ରେ ପ୍ରବଳ ମୋଦୀ ହାୱା ସତ୍ତ୍ୱେ ଓଡିଶାରେ ବିଜେଡି ବିଧାନସଭାରେ ୧୧୭ ଓ ଲୋକସଭାରେ ୨୦ ଟି ଆସନ ପାଇଥିଲା। ସେହି ଧାରା ସହ ତୁଳନା କରି ଦେଖିଲେ ଏଥର ରାଜ୍ୟରେ ବିଜେଡି ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପାଇଲେ ଲୋକସଭାରେ ଏହାର ସଭ୍ୟ ସଂଖ୍ୟା କମିବ କେମିତି?

ସି-ଭୋଟର ସର୍ଭେରେ ବିଜେପି କୁ ଓଡିଶାରେ ୧୨ ଟି ଲୋକସଭା ଆସନ ମିଳିବ ବୋଲି କୁହାଯାଇଛି। ଓଡିଶାର ରାଜନୈତିକ ଜୀବନ ବିଷୟରେ ଜାଣିଥିବା ଯେକୌଣସି ସାଧାରଣ ଲୋକ ମଧ୍ୟ ଏ ପ୍ରକାର ଭବିଷ୍ୟବାଣୀକୁ ଅନ୍ତତଃ ବର୍ତ୍ତମାନ ବିଶ୍ଵାସ କରିବନାହିଁ । ଏପରିକି ଖୋଦ ରାଜ୍ୟ ବିଜେପି ନେତାମାନେ ଏ ପ୍ରକାର ଆକଳନକୁ ବିଶ୍ଵାସ କରିପାରୁନାହାନ୍ତି।

ତେବେ ୨୦୧୪ ରେ ଓଡିଶା ପାଇଁ ଯେଉଁ ସର୍ଭେ ପ୍ରସ୍ତୁତ ହୋଇଥିଲା ସେଥିରୁ ଗୋଟିଏ ମଧ୍ୟ ସଠିକ ପ୍ରମାଣିତ ହୋଇନଥିଲା। ଅଗଷ୍ଟ ୨୦୧୩ ରୁ ଏପ୍ରିଲ ୨୦୧୪ ମଧ୍ୟରେ ୬ ଟି ଜନମତ ସର୍ଭେରେ ବିଜେଡି ଅତି ବେଶୀରେ ୧୨ ଟି ଲୋକସଭା ଆସନରେ ଜିତିପାରେ ବୋଲି କୁହାଯାଇଥିଲା। ପ୍ରତ୍ୟେକ ସର୍ଭେ କଂଗ୍ରେସ କୁ ଆପାତତଃ ୭ ଟି ଓ ବିଜେପି ୩ ଟି ଆସନ ଜିତିବା କଥା କହିଥିଲେ। -ଟାଇମ୍ସ ନାଓ-ସି-ଭୋଟର ର ଆକଳନ ଥିଲା- ବିଜେଡି ୧୨, କଂଗ୍ରେସ ୯, ଇଣ୍ଡିଆ ଟୁଡେ- ସି ଭୋଟର- ବିଜେଡି ୧୩, କଂଗ୍ରେସ ୮, ସିଏନଏନ-ଲୋକନୀତି, ବିଜେଡ଼ି ୧୦-୧୬, ବିଜେପି-୩-୭, କଂଗ୍ରେସ ୦-୪ ଆସନ ପାଇବେ ବୋଲି କହିଥିଲେ।

ଚୂଡାନ୍ତ ଫଳାଫଳ ବେଳକୁ ବିଜେଡି ୨୦, ବିଜେପି ୧ ଓ କଂଗ୍ରେସ ୦ ଆସନ ପାଇଥିଲେ। ତେଣୁ କୌଣସି ଗୋଟିଏ ବି ସର୍ବେକ୍ଷଣ ର ସଠିକତା ନଥିଲା। ଆଜି ମଧ୍ୟ ଯାହା ସି-ଭୋଟର ଯାହା କହିଛି, ତାହା କେବଳ ଗାଲୁଆମୀ ଓ ସେଥିରେ ସଠିକତା ନାହିଁ ବୋଲି କୁହାଯାଇପାରେ। ଓଡିଶାରେ ଯେଉଁ ଦଳ ବିଧାନସଭାରେ ଭଲ କରିବ, ସେହି ଦଳ ଲୋକସଭାରେ ମଧ୍ୟ ସଂଖ୍ୟା ଗରିଷ୍ଠ ଆସନ ଜିତିବ ।

BJD BJP Congress Odisha election
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026
Latest News

ବିଶ୍ୱକପରୁ ଭାରତ ବିଦା, ଅଷ୍ଟ୍ରେଲିଆଠାରୁ ୬ ଉଇକେଟରେ ପରାଜୟ

June 29, 2026

ଗାଧୋଉଥିବାବେଳେ ଜଣେ ଛାତ୍ର ମୃତ, ୨ ନିଖୋଜ

June 28, 2026

ଅଧିନାୟକ ନାହିଁ ତ ଦଳରେ ରହିବାର ନାହିଁ: MI କୁ ଅଲଟିମେଟମ୍ ଦେଲେ କି ସୂର୍ଯ୍ୟକୁମାର

June 28, 2026

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.