Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିଶେଷ ଖବର

ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 19, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି।

କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜକୁ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବରେ ଗଢିତୋଳିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଯାଇଛି।

ସେହିପରି ନୂଆକରି ରାଜ୍ୟ ସରକାର ଗଢିଥିବା ୯ ଗୋଟି ମେଡିକାଲ କଲେଜ ଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଥିଲେ।

ଏତଦ୍‌ବ୍ୟତୀତ ୫ ଗୋଟି ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ୬ ଗୋଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କାର୍ଯ୍ୟ ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ।

ଝାରସୁଗୁଡା ଠାରେ କାର୍ଡିକ କେୟାର ଡାକ୍ତରଖାନା, କଟକ ଶିଶୁଭବନରେ ପି.ଜି. ଛାତ୍ରଛାତ୍ରୀଙ୍କ ପାଇଁ ମଲ୍ଟି ୟୁଟିଲିଟି କମ୍ପ୍ଲେକ୍ସ, ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲର ଲିନାକ ବ୍ଲକ(LINAC block), କ୍ୟାପିଟାଲ ହସ୍‌ପିଟାଲର ବିକାଶ ତଥା ପିଜିଆଇ(PGI) ଭାବରେ ଗଢିବା ଏବଂ ବରଗଡ କ୍ୟାନସର ହସ୍‌ପିଟାଲ ଆଦିର ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

ସ୍ବାସ୍ଥ୍ୟସେବାର ଗୁରୁତ୍ବକୁ ଦୃଷ୍ଟିରେ ରଖି ଏହିସବୁ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବା ସହିତ ଏଥିରେ ସଂପୃକ୍ତ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ବକୁ ଉତ୍ତମ ସମନ୍ବୟ ରକ୍ଷା କରି ନିର୍ବାହ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଅନ୍ୟାନ୍ୟ ବିଷୟ ମାନଙ୍କ ମଧ୍ୟରେ ନୂଆକରି ଖୋଲିବାକୁ ଥିବା ମେଡିକାଲ କଲେଜ ଗୁଡିକର ଅଧ୍ୟାପକ ପଦବୀ ତଥା ପେରିଫେରି(Periphery) ଡ଼ାକ୍ତରଖାନାର ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଆଦି ପଦବୀ ପୂରଣ ଏବଂ ଚିକିତ୍ସା ଊପକରଣ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଓପିଏସସି(OPSC) ପକ୍ଷରୁ ପ୍ରାୟ ୨୦୦୦ରୁ ଅଧିକ ଡାକ୍ତର, ଦନ୍ତ ଚିକିତ୍ସକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ଜଣାଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅଧିକରୁ ଅଧିକ ସାଧାରଣ ଲୋକ ଯେପରି ସୁବିଧା ପାଇପାରିବେ, ସେ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, ଅର୍ଥ ବିଭାଗର ପ୍ରମୁଖ ସଚିବ ଅଶୋକ ମୀନା ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ କିଷନ କୁମାର ଭିତ୍ତିଭୂମି ବିକାଶ ସଂପର୍କରେ ଉପସ୍ଥାପନା ଦେଇଥିଲେ।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସ୍ବାସ୍ଥ୍ୟ ଭିତ୍ତିଭୂମି
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Latest News

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.