Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବିଶ୍ବ ପ୍ରସିଦ୍ଧ କୋଣାର୍କ ମନ୍ଦିରର ଭିତ୍ତିଭୂମିକୁ କରାଯିବ ଅନ୍ତର୍ଜାତୀୟ ସ୍ତରର, ଜାଣନ୍ତୁ କଣ ହେବ କିପରି ଦେଖାଯିବ
ଅନ୍ତରାଷ୍ଟ୍ରୀୟ

ବିଶ୍ବ ପ୍ରସିଦ୍ଧ କୋଣାର୍କ ମନ୍ଦିରର ଭିତ୍ତିଭୂମିକୁ କରାଯିବ ଅନ୍ତର୍ଜାତୀୟ ସ୍ତରର, ଜାଣନ୍ତୁ କଣ ହେବ କିପରି ଦେଖାଯିବ

January 21, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଶ୍ରୀମନ୍ଦିର, ଲିଙ୍ଗରାଜ ଏବଂ ସମଲେଶ୍ବରୀ ପରେ ବର୍ତ୍ତମାନ କୋଣାର୍କକୁ ସୌନ୍ଦର୍ଯ୍ୟକରଣ ପାଇଁ ନିଷ୍ପତି କରାଯାଇଛି। ଏହା ମନ୍ଦିର ବିଶ୍ବ ସ୍ତରୀୟ ହୋଇଥିଲେ ମଧ୍ୟ ଏହାର ଭିତ୍ତିଭୂମିକୁ କିପରି ବିଶ୍ବସ୍ତରୀୟ କରାଯିବ ସେ ନେଇ ନିଷ୍ପତି ହୋଇଛି।  ଆଜି ଏହାର ବିଭିନ୍ନ ଦିଗ ଉପରେ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରକଳ୍ପ ରିପୋର୍ଟ ଉପସ୍ଥାପନା କରାଯାଇଥିଲା। ତେବେ ଜନସାଧାରଣ ଏହି ଚିଠା ଯୋଜନା ଉପରେ ସେମାନଙ୍କ ସୁଚିନ୍ତିତ ମତାମତ ୨୧ ଦିନ ଭିତରେ ଦେବା ପାଇଁ ଆହ୍ବାନ କରାଯାଇଛି।

କୋଣାର୍କର ଫୁଟପାଥ ଦୋକାନଗୁଡିକର ଏହିପରି ସୌନ୍ଦର୍ଯ୍ୟକରଣ କରାଯିବ

ସରକାର ମନ୍ଦିରର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ  ଆକୃଷ୍ଟ କରିବା ପାଇଁ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ହେଲା, କୋଣାର୍କ ସୂଯ୍ୟ ମନ୍ଦିରର ଗରିମାର ସୁରକ୍ଷା, ପର୍ଯ୍ୟଟକଙ୍କ ପାଇଁ ଅନନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲ୍ଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟନ ଅର୍ଥନୀତିର ବିକାଶ।

କୋଣାର୍କ ମନ୍ଦିରର ପାରିପାର୍ଶିକ ଅଞ୍ଚଳର ଭିତ୍ତିଭୂମି ବିକାଶକୁ ଏହି ପ୍ରାଚୀନ ଐତିହ୍ୟ ସହ ସମନ୍ବିତ କରିବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି। ସାଢ଼େ ତିନି କିଲୋମିଟର ବାହ୍ୟ ରିଂଗ ରୋଡକୁ ଛଅ ଥାକିଆ ନିର୍ମାଣ କରାଯିବା ସହିତ ମନ୍ଦିରକୁ ଯାଇଥିବା ସବୁ ରାସ୍ତାର ବିକାଶ କରାଯିବ। ଯାତ୍ରୀଙ୍କୁ ନେବାଆଣିବା ପାଇଁ ଭୁବନେଶ୍ୱରରୁ କୋଣାର୍କ ପଯ୍ୟନ୍ତ ପଏଣ୍ଟର ବିକାଶ କରାଯିବ। ଫେରିବାଲା ମାନଙ୍କୁ ପୁନଃଥଇଥାନ କରାଯିବ। ମନ୍ଦିର ସମ୍ମୁଖରେ ଥିବା ତିରିଶ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ ଏବଂ landscaping  କରାଯିବ।

ସୌନ୍ଦର୍ଯ୍ୟକରଣ ପରେ କୋଣାର୍କ ମୁକ୍ତାକାଶ ରଂଗମଞ୍ଚର ଦୃଶ୍ୟ

ପ୍ରବେଶସ୍ଥଳରେ ପଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ସୁଦ୍ୟୃଶ୍ୟ  କୋଣାର୍କ ଏଣ୍ଟ୍ରି ପ୍ଲାଜା ନିର୍ମାଣ କରାଯିବ। ଏଥି ସହିତ ଗାଡିମୋଟର ପାର୍କିଂ ପାଇଁ Multi modal hub ନିର୍ମାଣ କରାଯିବ। କୋଣାର୍କ ମୁକ୍ତାକାଶ ରଂଗମଞ୍ଚର ପୁନ୍ରବିନ୍ୟାସ କରାଯିବ। ଐତିହ୍ୟ ଅଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ପଥଚାରୀ ମାନଙ୍କ ପାଇଁ ସ୍ବତନ୍ତ୍ର ରାସ୍ତା ମଧ୍ୟ ନିର୍ମାଣ କରାଯିବ।

କୋଣାର୍କ ମନ୍ଦିରକୁ ପ୍ରବେଶ ବେଳେ ଏହିପରି ଦେଖାଯିବ

କୋଣାର୍କ ଯୋଜନାରେ ସ୍ଥାନୀୟ ଲୋକଙ୍କ ଆଶା ଆକାଂକ୍ଷାର ପ୍ରତିଫଳନ ସହିତ ଐତିହ୍ୟ ସଂରକ୍ଷଣ ଓ ବିକାଶରେ ବିଶ୍ବସ୍ତରୀୟ ଦୃଷ୍ଟିଭଙ୍ଗୀର ପ୍ରତିଫଳନ ହୋଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ ଉପସ୍ଥାପନା ଦେଇଥିଲେ। ମନ୍ତ୍ରୀ ତୁଷାର କାନ୍ତି ବେହେରା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

KONARK
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

ବିଭିନ୍ନ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଉପାଧ୍ୟକ୍ଷଙ୍କ ନାମ, ସେମାନେ ହେଲେ..

April 6, 2026
Latest News

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.