Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହିଷ୍ଣୁତା ଉପରେ ଜୋର: ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ମୋଟ୍ ସଂଖ୍ୟା ୧୧୩
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହିଷ୍ଣୁତା ଉପରେ ଜୋର: ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ମୋଟ୍ ସଂଖ୍ୟା ୧୧୩

January 29, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୁଦ୍ଧରେ ଦୁର୍ନୀତି ମାମଲା ଥିବାବେଳେ, ୨ ଜଣଙ୍କୁ ଅପାରଗତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଖଣି ବିଭାଗର ୨ ଜଣ ଅଧିକାରୀ ତଥା ବଲାଙ୍ଗୀର ମୂରିବାହଲ ଫରେଷ୍ଟ ରେଞ୍ଜ ଅଫିସର ଏବଂ ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟରଙ୍କୁ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅନ୍ୟ ୫ ଜଣଙ୍କୁ କିଛି ଦିନ ତଳେ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ବାଳ। ବିଶ୍ବାଳଙ୍କ ବିରୁଦ୍ଧରେ ୯ଟି ଭିଜିଲାନ୍‌ସ କେସ୍‌ ରହିଛି। ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଥିଲା। ସେହିପରି ସରକାରୀ କାର୍ଯ୍ୟରେ ତାଙ୍କର ଆନ୍ତରିକତା ଅଭାବ ରହିଥିଲା ଏବଂ ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ସୌଜନ୍ୟ ମଧ୍ୟ ସେ ରକ୍ଷା କରୁ ନଥିଲେ।

ରମେଶ ଚନ୍ଦ୍ର ମହାଲିକ, ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ଅଧିକାରୀ ଶ୍ରୀ ମହାଲିକଙ୍କ ବିରୁଦ୍ଧରେ ୪ଟି ଭିଜିଲାନ୍‌ସ କେସ୍ ଥିବାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହଜନକ ଥିଲା। ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ଆନ୍ତରିକତା ଓ ସୌଜନ୍ୟର ଅଭାବ ତାଙ୍କ ଠାରେ ଥିଲା।

ବଲାଙ୍ଗୀର ମୂରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକ ୧ କୋଟି ୪୦ ଲକ୍ଷ ଟଙ୍କାର ଆୟବହିର୍ଭୁତ ସଂପତ୍ତି ସହିତ ବଲାଙ୍ଗୀର ଜିଲ୍ଲାରେ ତାଙ୍କର ୧୦ଟି ପ୍ଲଟ ଓ ୨ଟି କୋଠା ମଧ୍ୟ ଠାବ କରାଯାଇଥିଲା। ସେଥିପାଇଁ ତାଙ୍କ ନାମରେ ଭିଜିଲାନ୍‌ସ ମାମଲା ରହିଛି।

ସେହିପରି ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟର ନାରାୟଣ ପ୍ରଧାନଙ୍କ ବିରୁଦ୍ଧରେ ଭିଜିଲାନ୍‌ସ ମାମଲା ରହିଛି। ତାଙ୍କର ଆୟ ବହିର୍ଭୂତ ୨ କୋଟି ୨୦ ଲକ୍ଷ ଟଙ୍କାର ସଂପତ୍ତି ସହିତ ଦେଓଗଡ ଜିଲ୍ଲାରେ ୪ଟି କୋଠା, ସମ୍ବଲପୁର, ଦେଓଗଡ, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରେ ୩୧ଟି ଜମି ମଧ୍ୟ ରହିଛି।

ଜଂଗଲ ବିଭାଗର ସହକାରୀ ବନ ସଂରକ୍ଷକ ଲକ୍ଷ୍ଣଣ କୁମାର ପ୍ରଧାନଙ୍କ ବିରୁଦ୍ଧରେ ୨ଟି ଭିଜିଲାନ୍‌ସ କେସ ରହିଛି। ଭରତ କୁମାର ଘଡେଇ ଜଙ୍ଗଲ ବିଭାଗର ରେଞ୍ଜ ଅଫିସରଙ୍କ ବିରୁଦ୍ଧରେ ୩ଟି ଭିଜିଲାନ୍‌ସ କେସ୍ ରହିଛି। ପ୍ରଦୀପ କୁମାର ଭୋଇ, ରାୟଗଡା ଜିଲ୍ଲା ଶ୍ରମ ଅଧିକାରୀଙ୍କ ବିରୁଦ୍ଧରେ ଗୋଟିଏ ଭିଜିଲାନ୍‌ସ କେସ ରହିଛି। ଏମାନଙ୍କୁ ସମସ୍ତଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଭୁବନେଶ୍ବରର ଯୁଗ୍ମ ଶ୍ରମ କମିଶନର ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲ୍ଲାର ଡିଭିଜିନାଲ ଶ୍ରମ କମିଶନର ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଉପରୋକ୍ତ ୯ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୧୩ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

ନବୀନ ପଟ୍ଟନାୟକ ବାଧ୍ୟତାମୂଳକ ଅବସର
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.