Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହିଷ୍ଣୁତା ଉପରେ ଜୋର: ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ମୋଟ୍ ସଂଖ୍ୟା ୧୧୩
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହିଷ୍ଣୁତା ଉପରେ ଜୋର: ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ମୋଟ୍ ସଂଖ୍ୟା ୧୧୩

January 29, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୁଦ୍ଧରେ ଦୁର୍ନୀତି ମାମଲା ଥିବାବେଳେ, ୨ ଜଣଙ୍କୁ ଅପାରଗତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଖଣି ବିଭାଗର ୨ ଜଣ ଅଧିକାରୀ ତଥା ବଲାଙ୍ଗୀର ମୂରିବାହଲ ଫରେଷ୍ଟ ରେଞ୍ଜ ଅଫିସର ଏବଂ ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟରଙ୍କୁ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅନ୍ୟ ୫ ଜଣଙ୍କୁ କିଛି ଦିନ ତଳେ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ବାଳ। ବିଶ୍ବାଳଙ୍କ ବିରୁଦ୍ଧରେ ୯ଟି ଭିଜିଲାନ୍‌ସ କେସ୍‌ ରହିଛି। ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଥିଲା। ସେହିପରି ସରକାରୀ କାର୍ଯ୍ୟରେ ତାଙ୍କର ଆନ୍ତରିକତା ଅଭାବ ରହିଥିଲା ଏବଂ ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ସୌଜନ୍ୟ ମଧ୍ୟ ସେ ରକ୍ଷା କରୁ ନଥିଲେ।

ରମେଶ ଚନ୍ଦ୍ର ମହାଲିକ, ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ଅଧିକାରୀ ଶ୍ରୀ ମହାଲିକଙ୍କ ବିରୁଦ୍ଧରେ ୪ଟି ଭିଜିଲାନ୍‌ସ କେସ୍ ଥିବାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହଜନକ ଥିଲା। ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ଆନ୍ତରିକତା ଓ ସୌଜନ୍ୟର ଅଭାବ ତାଙ୍କ ଠାରେ ଥିଲା।

ବଲାଙ୍ଗୀର ମୂରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକ ୧ କୋଟି ୪୦ ଲକ୍ଷ ଟଙ୍କାର ଆୟବହିର୍ଭୁତ ସଂପତ୍ତି ସହିତ ବଲାଙ୍ଗୀର ଜିଲ୍ଲାରେ ତାଙ୍କର ୧୦ଟି ପ୍ଲଟ ଓ ୨ଟି କୋଠା ମଧ୍ୟ ଠାବ କରାଯାଇଥିଲା। ସେଥିପାଇଁ ତାଙ୍କ ନାମରେ ଭିଜିଲାନ୍‌ସ ମାମଲା ରହିଛି।

ସେହିପରି ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟର ନାରାୟଣ ପ୍ରଧାନଙ୍କ ବିରୁଦ୍ଧରେ ଭିଜିଲାନ୍‌ସ ମାମଲା ରହିଛି। ତାଙ୍କର ଆୟ ବହିର୍ଭୂତ ୨ କୋଟି ୨୦ ଲକ୍ଷ ଟଙ୍କାର ସଂପତ୍ତି ସହିତ ଦେଓଗଡ ଜିଲ୍ଲାରେ ୪ଟି କୋଠା, ସମ୍ବଲପୁର, ଦେଓଗଡ, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରେ ୩୧ଟି ଜମି ମଧ୍ୟ ରହିଛି।

ଜଂଗଲ ବିଭାଗର ସହକାରୀ ବନ ସଂରକ୍ଷକ ଲକ୍ଷ୍ଣଣ କୁମାର ପ୍ରଧାନଙ୍କ ବିରୁଦ୍ଧରେ ୨ଟି ଭିଜିଲାନ୍‌ସ କେସ ରହିଛି। ଭରତ କୁମାର ଘଡେଇ ଜଙ୍ଗଲ ବିଭାଗର ରେଞ୍ଜ ଅଫିସରଙ୍କ ବିରୁଦ୍ଧରେ ୩ଟି ଭିଜିଲାନ୍‌ସ କେସ୍ ରହିଛି। ପ୍ରଦୀପ କୁମାର ଭୋଇ, ରାୟଗଡା ଜିଲ୍ଲା ଶ୍ରମ ଅଧିକାରୀଙ୍କ ବିରୁଦ୍ଧରେ ଗୋଟିଏ ଭିଜିଲାନ୍‌ସ କେସ ରହିଛି। ଏମାନଙ୍କୁ ସମସ୍ତଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଭୁବନେଶ୍ବରର ଯୁଗ୍ମ ଶ୍ରମ କମିଶନର ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲ୍ଲାର ଡିଭିଜିନାଲ ଶ୍ରମ କମିଶନର ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଉପରୋକ୍ତ ୯ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୧୩ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

ଦୁର୍ନୀତି ଓ ଅପାରଗ ଅଧିକାରୀ ନବୀନ ପଟ୍ଟନାୟକ ବାଧ୍ୟତାମୂଳକ ଅବସର ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହିଷ୍ଣୁତା
Share. Facebook Twitter LinkedIn Email WhatsApp Copy Link

Related Posts

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

ଆପଣ କିପରି ଜାଣିଲେ ଚୀନ୍ ୨୦୦୦ କିମି ଜମି ଦଖଲ କରିଛି?: ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

August 4, 2025
Latest News

ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’: ଧର୍ମେନ୍ଦ୍ର ପ୍ରଧାନ

August 4, 2025

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.