Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଚୌରୀଚୌରାର ଶହୀଦମାନଙ୍କୁ ଯଥାର୍ଥ ମାନ୍ୟତା ମିଳିନାହିଁ ବୋଲି କହିଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଚୌରୀଚୌରାର ଶହୀଦମାନଙ୍କୁ ଯଥାର୍ଥ ମାନ୍ୟତା ମିଳିନାହିଁ ବୋଲି କହିଲେ ପ୍ରଧାନମନ୍ତ୍ରୀ

February 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚୌରୀଚୌରାର ଶହୀଦମାନଙ୍କୁ ଯଥାର୍ଥ ମାନ୍ୟତା ମିଳିନାହିଁ ବୋଲି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ଚୌରୀଚୌରାର ଶହୀଦମାନଙ୍କୁ ଇତିହାସର ପୃଷ୍ଠାରେ ଯଥାର୍ଥ ମାନ୍ୟତା ମିଳି ନ ଥିବା ନେଇ ପ୍ରଧାନମନ୍ତ୍ରୀ କ୍ଷୋଭପ୍ରକାଶ କରିଛନ୍ତି । ଲୋକଲୋଚନ ଅନ୍ତରାଳରେ ରହିଯାଇଥିବା ସ୍ୱାଧୀନତା ସଂଗ୍ରାମୀମାନଙ୍କ ଜୀବନୀକୁ ପ୍ରକାଶ କରାଗଲେ ତାହାହିଁ ସେମାନଙ୍କ ପ୍ରତି ହେବ ପ୍ରକୃଷ୍ଟ ଶ୍ରଦ୍ଧାଞ୍ଜଳି । ଦେଶ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ପାଳନ କରୁଥିବାର ଦୃଷ୍ଟିରୁ ବର୍ତ୍ତମାନ ହିଁ ପ୍ରକୃତ ସମୟ ଉପନୀତ ବୋଲି ସେ କହିଛନ୍ତି । ଆଜି ଉତ୍ତରପ୍ରଦେଶ ଗୋରଖପୁର ନିକଟସ୍ଥ ଚୌରୀଚୌରାଠାରେ ଚୌରୀଚୋରା ଶତବାର୍ଷିକୀ ସମାରୋହର ଭିଡିଓ କନଫରେନ୍ସିଂ ଜରିଆରେ ଉଦ୍ଘାଟନ କରିବା ଅବସରରେ ମୋଦି ଏହା କହିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଚୌରୀଚୌରା ଶହୀଦମାନଙ୍କୁ ନେଇ ଯେତିକି ଆଲୋଚନା ପର‌୍ୟ୍ୟାଲୋଚନା ହେବା କଥା ତାହା ହୋଇପାରିନାହିଁ । ଚୌରୀଚୌରା ଥିଲା ଜନସାଧାରଣଙ୍କ ଏକ ସ୍ୱତଃପ୍ରବୃତ୍ତ ଲଢେଇ । ଏପରିକି ସଂଗ୍ରାମର ବିପ୍ଳବୀମାନଙ୍କୁ ଇତିହାସର ପୃଷ୍ଠାରେ ସ୍ଥାନ ଦିଆଯାଇ ନଥିଲେ ମଧ୍ୟ ଦେଶର ମାଟି ସେମାନଙ୍କ ରକ୍ତରେ ରଞ୍ଜିତ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ସ୍ୱାଧୀନତା ସଂଗ୍ରାମରେ ୧୯ଜଣ ସଂଗ୍ରାମୀଙ୍କୁ ଗୋଟିଏ କାରଣ ପାଇଁ ଫାଶୀ ଦିଆଯାଇଥିଲା ଯାହାର କୌଣସି ବର୍ଣ୍ଣନା କ୍ୱଚିତ ଦେଖିବାକୁ ମିଳିଥାଏ । ଫାଶୀଖୁଣ୍ଟରେ ଝୁଲିବାକୁ ଥିବା ୧୫୦ଜଣଙ୍କ ଜୀବନ ବଞ୍ଚାଇ ବାବା ରାଘବ ଦାସ ଓ ପଣ୍ଡିତ ମଦନମୋହନଙ୍କ ଅବଦାନକୁ ଶ୍ରୀ ମୋଦି ସ୍ମରଣ କରିଥିଲେ ।

ସ୍ୱାଧୀନତା ସଂଗ୍ରାମର ସୁଦୀର୍ଘ ସଂଗ୍ରାମ ସହିତ ସଂଶ୍ଳିଷ୍ଟ, କମ୍ ଲୋକଲୋଚନକୁ ଆସିଥିବା ସଂଗ୍ରାମୀମାନଙ୍କ ଜୀବନୀକୁ ଜନାଦୃତ କରିବା ପାଇଁ ଯୁବଗୋଷ୍ଠୀ ଓ ବିଦ୍ୟାର୍ଥୀମାନଙ୍କୁ ସାମିଲ କରାଯାଇଥିବା ନେଇ ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଥିଲେ । ଶିକ୍ଷା ମନ୍ତ୍ରଣାଳୟ ଏଥିପାଇଁ ଯୁବ ଲେଖକମାନଙ୍କୁ ସ୍ୱାଧୀନତା ସଂଗ୍ରାମୀ ଉପରେ ବହି ଲେଖିବା ପାଇଁ ଆମନ୍ତ୍ରଣ ଜଣାଇଛନ୍ତି ।

ଚୌରୀଚୌରାର ଶତବାର୍ଷିକୀ ସମାରୋହକୁ ସ୍ଥାନୀୟ କଳା, ସଂସ୍କୃତିକୁ ଆତ୍ମନିର୍ଭର ଭାରତ ସହ ଯୋଡାଯାଇଥିବାରୁ ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧା ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଏହି ସମାରୋହ ଆୟୋଜନ କରୁଥିବାରୁ ଶ୍ରୀ ମୋଦି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ରାଜ୍ୟ ପ୍ରଶାସନର ମଧ୍ୟ ପ୍ରଶଂସା କରିଛନ୍ତି ।

Prime Minister Prime Minister Narendra Modi ଶହୀଦ
Share. Facebook Twitter LinkedIn Email WhatsApp Copy Link

Related Posts

ଦୂର ହେବ ହରମୁଜ୍ ଚିନ୍ତା!: ଏହି ଦେଶ ସହିତ ଭାରତର ବଡ଼ ଚୁକ୍ତି ସମ୍ଭାବନା

June 3, 2026

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026
Latest News

ଦୂର ହେବ ହରମୁଜ୍ ଚିନ୍ତା!: ଏହି ଦେଶ ସହିତ ଭାରତର ବଡ଼ ଚୁକ୍ତି ସମ୍ଭାବନା

June 3, 2026

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.