Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କାଳିଆ ଯୋଜନାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ୫୩ ଲକ୍ଷରୁ ଅଧିକ ଚାଷୀ ପାଇଲେ ୧୨୭୨ କୋଟି
ବିଶେଷ ଖବର

କାଳିଆ ଯୋଜନାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ୫୩ ଲକ୍ଷରୁ ଅଧିକ ଚାଷୀ ପାଇଲେ ୧୨୭୨ କୋଟି

February 12, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ ୨୦୧୯ ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନା ଆଜି ଜାତୀୟ ସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି। ବିଶ୍ବବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ଯ୍ୟକାରୀ ହେବା ପରେ ପୂର୍ବ ବର୍ଷ ଅପେକ୍ଷା ଚାଷୀ ମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍‌ ମୂଲ୍ୟ ପାଉ। ମୁଁ ଚାହେଁ, ଚାଷୀର ରୋଜଗାର ବଢୁ। ତାର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୁଁ ଚାହେଁ ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ। ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି।’ କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। କିନ୍ତୁ, ଆମର ଚାଷୀଭାଇ ମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଭାଇ ସଂଜୀବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛି। ‘ଚାଷୀର ତ୍ୟାଗକୁ, ତାର ପରିଶ୍ରମକୁ ମୁଁ ପ୍ରଣାମ କରୁଛି’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଚାଷୀଙ୍କ ପାଇଁ ଆରମ୍ଭରୁ ସେ କାମ କରିଆସିଛନ୍ତି ଏବଂ କରିଚାଲିବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଭଲ ରହିଲେ ଦେଶ ଓ ସମାଜ ଭଲରେ ରହିବ। ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଚାଷୀଭାଇ ପାଇଁ ବିଭିନ୍ନ ଯୋଜନା କରିଆସୁଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏମଏସପିକୁ ଦୁଇ ଗୁଣ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ବାରମ୍ବାର ଦାବୀ କରିଆସୁଛନ୍ତି। ଏହାସହିତ କୃଷିଜାତ ଜିନିଷ ପାଇଁ ମାର୍କେଟିଙ୍ଗ ଇନଫ୍ରାଷ୍ଟ୍ରକଚରକୁ ସୁଦୃଢ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ସେ କହିଥିଲେ।

ଚାଷୀଭାଇମାନେ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସୁବିଧା ନେବେ ଏବଂ ରାଜ୍ୟର ବିକାଶ ଧାରାକୁ ଆଗେଇ ନେବେ ବୋଲି ସେ ଆଶାପ୍ରକାଶ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ଚାଷୀମାନଙ୍କ ସହିତ କାଳିଆ ସହାୟତା ସଂପର୍କରେ ଆଲୋଚନା କରିଥିଲେ। ସୁନ୍ଦରଗଡର କୁମାରୀ ମାରାଇ, ବରଗଡର ମାଣିକ ପ୍ରଧାନ, ନବରଂଗପୁରର ଘନ ପାଇକ, ନୟାଗଡର ଦାଶରଥି ସାହୁ ଓ ମୟୁରଭଂଜର ଚାଷୀମାନେ କାଳିଆ ସହାୟତା ଦ୍ବାରା କିପରି ଚାଷ ସହିତ ଛେଳିପାଳନ ଓ ଅନ୍ୟ ଆନୁଷଙ୍ଗିକ କୃଷି କାମ କରି ସେମାନେ କିପରି ଲାଭବାନ୍‌ ହୋଇଛନ୍ତି, ସେ ବିଷୟରେ କହି କାଳିଆ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ ସାହୁ କହିଥିଲେ ଯେ ଅନେକ ପ୍ରାକୃତିକ ବିପର୍ଯ୍ୟୟ ଓ ବର୍ତ୍ତମାନର କୋଭିଡ ପରିସ୍ଥିତି ସତ୍ତ୍ବେ ଚାଷୀମାନେ ଭଲ ଫସଲ ଅମଳ କରି ଓଡିଶାକୁ ଆଗକୁ ନେଇପାରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନେତୃତ୍ବ ଯୋଗୁ ରାଜ୍ୟ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରିପାରିଛି ବୋଲି ସେ କହିଥିଲେ। ଏହି ଅବସରରେ କାଳିଆ ଯୋଜନା ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

କାଳିଆ ଯୋଜନା ଭିଡିଓ କନ୍‌ଫରେନ୍‌ସିଂ ସହାୟତା ପ୍ରଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱପ୍ନା ପତି ଫାଉଣ୍ଡେସନ ଆୟୋଜିତ ୧୫ତମ ‘ହର୍ବାଲ ହୋଲି’ ଉତ୍ସବରେ ଉର୍ଫି ଜାଭେଦ

March 3, 2026

ଭାରତ-କାନାଡ଼ା ନେତାମାନଙ୍କର ମିଳିତ ବିବୃତ୍ତି

March 3, 2026

ଦୋଳ ଉତ୍ସବ ଓ ଶ୍ରୀଚୈତନ୍ୟ

March 3, 2026

ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ: ଏଥର ଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ

March 2, 2026
Latest News

ସ୍ୱପ୍ନା ପତି ଫାଉଣ୍ଡେସନ ଆୟୋଜିତ ୧୫ତମ ‘ହର୍ବାଲ ହୋଲି’ ଉତ୍ସବରେ ଉର୍ଫି ଜାଭେଦ

March 3, 2026

ଭାରତ-କାନାଡ଼ା ନେତାମାନଙ୍କର ମିଳିତ ବିବୃତ୍ତି

March 3, 2026

ହୋଲି ପୂର୍ବରୁ ପାଳନ ହୁଏ ହୋଲିକା ଦହନ ଉତ୍ସବ: ଜାଣନ୍ତୁ କାହିଁକି ଏହା କରାଯାଏ?

March 3, 2026

ଦୋଳ ଉତ୍ସବ ଓ ଶ୍ରୀଚୈତନ୍ୟ

March 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ରେ ସରକାର, ଷ୍ଟାର୍ଟଅପ୍ ଏବଂ କ୍ରିଏଟରମାନଙ୍କ ସମ୍ମିଳନୀ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.