Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଖଣି ଓ ଧାତବ ଶିଳ୍ପ ଉପରେ ଓଡିଶା ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାକୁ ଯାଉଛି: ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଖଣି ଓ ଧାତବ ଶିଳ୍ପ ଉପରେ ଓଡିଶା ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାକୁ ଯାଉଛି: ମୁଖ୍ୟମନ୍ତ୍ରୀ

February 18, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି।

ଏହି କ୍ଷେତ୍ରରେ ସ୍ବଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ନିମନ୍ତେ ୧ ୩ MS System ଆରମ୍ଭ କରାଯାଇଛି ଏବଂ ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ ବଡ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି।

ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡିଶାର ରହିଛି।

ରାଜ୍ୟର ଶିଳ୍ପ ଅନୁକୂଳ ପଦକ୍ଷେପ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରିଛି। ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ରାଜ୍ୟର ବିପୁଳ ସମ୍ଭାବନାକୁ ବାସ୍ତବ ରୂପ ଦେବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ମିଳିତ ଭାବେ କାର୍ଯ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ।

ଖଣି କ୍ଷେତ୍ରରେ ସଂସ୍କାରକୁ ରାଜ୍ୟ ସରକାର ସବୁବେଳେ ସମର୍ଥନ ଦେଇଆସିଛନ୍ତି ଏବଂ ଏହାଦ୍ବାରା ଉଭୟ କେନ୍ଦ୍ର ଓ ରାଜ୍ୟ ଲାଭବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ଏହି ଦୁଇଟି ଖଣିକୁ ଓମିସିକୁ ଆବଣ୍ଟନ କରିବା ଏବଂ ଅଳ୍ପ ସମୟ ମଧ୍ୟରେ ବିଭିନ୍ନ ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ସେହିପରି ଓମିସି ମଧ୍ୟ ଏହି ଖଣି ଦୁଇଟିକୁ କାର୍ଯ୍ୟକ୍ଷମ କରିବା ପାଇଁ ତ୍ବରିତ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଓମିସିକୁ ସାଧୁବାଦ ଜଣାଇଥିଲେ।

ଏହି ଅବସରରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ ଯେ ଓଡିଣା ଖଣିଜ ସଂପଦରେ ସମୃଦ୍ଧ। ତେଣୁ କେନ୍ଦ୍ର ଓ ରାଜ୍ୟ ପରସ୍ପର ମଧ୍ୟରେ ସହଯୋଗ ରଖି କାମ କଲେ ଉଭୟ ରାଜ୍ୟ ଓ ଦେଶର ଅର୍ଥନୀତି ସମୃଦ୍ଧ ହେବ।

ଏହି ଦୁଇଟି ନୂଆ ଖଣିରୁ ରାଜ୍ୟ ସରକାର ବାର୍ଷିକ ୪ ରୁ ୫ ହଜାର କୋଟି ଟଙ୍କା ରାଜସ୍ବ ଭାବରେ ପାଇବେ ଏବଂ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଶ୍ରୀ ଯୋଶୀ କରିଥିଲେ।

ଏହାସହିତ ଲୁହାପଥର ବଜାରରେ ଦେଖା ଦେଇଥିବା ଅଭାବ ଦୂର କରିବାରେ ମଧ୍ୟ ସହାୟକ ହେବ ବୋଲି ଶ୍ରୀ ଯୋଶୀ କହିଥିଲେ।

ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟର ସହଯୋଗ ଦେଶର ଅର୍ଥନୀତିରେ ସମୃଦ୍ଧିର ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ।

ଉଦ୍‌ଘାଟନ ଉତ୍ସବରେ ଉପସ୍ଥିତ ରାଜ୍ୟ ଖଣି, ଇସ୍ପାତ ଓ ପୂତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଗୁଆଳି ଓ ଜିଲିଙ୍ଗ ଲାଙ୍ଗଲୋଟା ଖଣି ଦୁଇଟିରୁ ଉତ୍ପାଦନ ପାଇଁ କେନ୍ଦ୍ର ଓ ରାଜ୍ୟ ସମନ୍ବୟ ରଖି କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଶ୍ରୀ ଅଶ୍ବିନୀ ବୈଷ୍ଣବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ଖଣି ନିଗମର ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ସ୍ବାଗତ ଭାଷଣ ଦେଇଥିଲେ ଏବଂ ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବଲୱନ୍ତ ସିଂ ଧନ୍ୟବାଦ ଜଣାଇଥିଲେ।

ସୂଚନାଯୋଗ୍ୟ ଯେ କେନ୍ଦୁଝର ଜିଲ୍ଲାର ଏହି ଖଣି ଦୁଇଟିରୁ ବାର୍ଷିକ ୧୨ ବିଲିଅନ ଟନ୍‌ ଲୁହାପଥର ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି।

ଜିଲ୍‌ଙ୍ଗ ଲାଙ୍ଗଲୋଟା ୭୯.୧୨ ମେଟ୍ରିକଟନ ଲୁହାପଥର ଥିବାବେଳେ ଏଥିରୁ ବାର୍ଷିକ ୬.୨୮ ମିଲିଅନ ଟନ୍‌ ଉତ୍ପାଦନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି।

ସେହିପରି ୧୯୪.୯୪ ମେଟ୍ରିକଟନ ଲୁହାପଥର ଥିବା ଗୁଆଳି ଖଣିରୁ ବାର୍ଷିକ ୫.୭ ମିଲିଅନ ଟନ୍‌ ଲୁହାପଥର ଉତ୍ତୋଳନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି । ଓଡିଶା ଖଣି ନିଗମ ଦ୍ରୁତ ଅଭିବୃଦ୍ଧି କରୁଥିବା ଦେଶର ଏକ ଖଣି କମ୍ପାନୀ ଅଟେ।

ଏହି ଦୁଇଟି ନୂଆ ଖଣି ପାଇବା ପରେ ଓମିସିର ବାର୍ଷିକ ଉତ୍ପାଦନ ୨୦ ବିଲିଅନ ଟନ୍‌ରେ ପହଞ୍ଚିବ ବୋଲି ଆଶା କରାଯାଉଛି।

ଓଡିଶା ନବୀନ ପଟ୍ଟନାୟକ ପ୍ରହ୍ଲାଦ ଯୋଶୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରେଳ ଷ୍ଟେସନରେ ନିରାପତ୍ତା ସମ୍ବନ୍ଧୀୟ ର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

June 14, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ବେଙ୍ଗାଲୁରୁରେ ପ୍ରତିବାଦ କରିବ CJP: ଯୋଗଦେବେ ପ୍ରକାଶ ରାଜ 

June 14, 2026

ସ୍ତ୍ରୀକୁ ହାଣିଲା ସ୍ଵାମୀ

June 14, 2026

ବସ୍ ଦୁର୍ଘଟଣାଗ୍ରସ୍ତ: ଚାଳକ ମୃତ, ୧୫ରୁ ଅଧିକ ଆହତ

June 14, 2026
Latest News

ପୁରୀ ରେଳ ଷ୍ଟେସନରେ ନିରାପତ୍ତା ସମ୍ବନ୍ଧୀୟ ର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

June 14, 2026

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ବେଙ୍ଗାଲୁରୁରେ ପ୍ରତିବାଦ କରିବ CJP: ଯୋଗଦେବେ ପ୍ରକାଶ ରାଜ 

June 14, 2026

ପାଟଳୀପୁତ୍ର ଷ୍ଟେସନରେ ଛାତ୍ରଙ୍କ ତାଣ୍ଡବ: ପରୀକ୍ଷା ଚାପରୁ ପଥରମାଡ଼ ପର୍ଯ୍ୟନ୍ତ, ୩ ଘଣ୍ଟାର ଅରାଜକତାର ପୂରା କାହାଣୀ

June 14, 2026

ସ୍ତ୍ରୀକୁ ହାଣିଲା ସ୍ଵାମୀ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.