Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରେ ପୁଣି କଲବଲ କରିପାରେ କରୋନା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର
ଜାତୀୟ ଖବର

ଓଡିଶାରେ ପୁଣି କଲବଲ କରିପାରେ କରୋନା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର

February 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ବର୍ତ୍ତମାନ ମହାରାଷ୍ଟ୍ରରେ ଯେପରି କରୋନା ଭାଇରସ ଆତଙ୍କ ଖେଳାଇବାରେ ଲାଗିଛି, ତାହାର ପ୍ରଭାବ ଓଡିଶାରେ ପଡିପାରେ। କାରଣ ଓଡିଶାର ବହୁ ସଂଖ୍ୟାର ଲୋକ ମହାରାଷ୍ଟ୍ରରୁ ଯିବାଆସିବା କରୁଛନ୍ତି। ସେମାଙ୍କୁ ନଜର ରଖିବା ସହିତ ସତର୍କ ରହିବା ପାଇଁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ପ୍ରଦୀପ୍ତ ମହାପାତ୍ର। ଏହି ଚିିଠି ଜିଲ୍ଲାପାଳଙ୍କ ସହିତ ମହାନଗର କମିଶନର, ପୋଲିସ କମିଶନର, ଏସପିମାନଙ୍କୁ ମଧ୍ୟ ଅବଗତ କରାଯାଇଛି।

ରୋଜଗାର ପାଇଁ ଓଡିଶାରୁ ବହୁ ଲୋକ ମହାରାଷ୍ଟ୍ରରେ ଅଛନ୍ତି। ସେମାନେ ବିଭିନ୍ନ ସମୟରେ ସେମାନଙ୍କ ଘରକୁ ଫେରିଥାନ୍ତି। ଏହାଦ୍ବାରା ଓଡିଶାରେ ପୁଣି ଥରେ ସ୍ଥିତି ଗମ୍ଭୀର ହୋଇପାରେ ବୋଲି ଜଣାପଡିଛି। ସେଥିପାଇଁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ଏହି ସତର୍କ କରାଇଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ, ବଜାର, ଧର୍ମସ୍ଥାନ ଏବଂ ଗହଳି ସ୍ଥାନଗୁଡିକରେ ସତର୍କ ଦୃଷ୍ଟି ରଖାଯାଉ। ଏହି ସ୍ଥାନ ଗୁଡିକରେ ଯେପରି ଅଯଥା ଭିଡ ନ ହେବ ସେଥିପାଇଁ ଦୃଷ୍ଟି ଦେବାକୁ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

ବର୍ତ୍ତମାନ ଓଡିଶାରେ କରୋନା ସଂକ୍ରାମଣ ସ୍ଥିତି ନିୟନ୍ତ୍ରଣରେ ରହିଛି। ଗତକାଲି ଓଡିଶାରୁ ମାତ୍ର 53 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେହିପରି ଗତକାଲି ଜଣଙ୍କର ମୃତ୍ୟୁ ହୋଇଥିବାର ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଫଳରେ ପୂର୍ବ ଅପେକ୍ଷା କରୋନା ସ୍ଥିତିରେ ଢେର ପରିବର୍ତ୍ତନ ଆସିଛି। ବର୍ତ୍ତମାନର ତଥ୍ୟ ଅନୁସାରେ ରାଜ୍ୟର ତିନୋଟି ଜିଲ୍ଲାରେ ଗତ ଦୁଇ ସପ୍ତାହ ହେଲା କୌଣସି କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାଁନ୍ତି। ସେହି ଜିଲ୍ଲାଗୁଡିକ ହେଲା ନବରଂଗପୁର, ଗଜପତି ଏବଂ କନ୍ଧମାଳ।

ତେବେ ଦେଶରେ ଏହାରସ୍ଥିତି ଗମ୍ଭୀର ରହିଛି। ଗୋଟିଏ ଦିନରେ ଦେଶରୁ 13 ହଜାର 193 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ଚଳିତ ମାସର ସର୍ବାଧିକ ଆକ୍ରାନ୍ତଙ୍କ ସଂଖ୍ୟା ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ କହିଛି। ଏହା ସୂଚାଇ ଦେଉଛି ଯେ, ବର୍ତ୍ତମାନ ସୁଦ୍ଧା କରୋନା ନିୟନ୍ତ୍ରଣକୁ ଆସି ନାହିଁ। ମୁଖ୍ୟତଃ ମହାରାଷ୍ଟ୍ର ଏବଂ କେରଳରେ ଏହାର ସ୍ଥିତି ଗମ୍ଭୀର ରହିଛି। କେବଳ ଏହି ଦୁଇ ରାଜ୍ୟରୁ 75 ପ୍ରତିଶତ ରୋଗୀ ଚିହ୍ନଟ ହୋଇଛନ୍ତି।

କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026
Latest News

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.