Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜିଠାରୁ ସକାଳୁଆ ସ୍କୁଲ, ପ୍ରତିକାରମୂଳକ ପଦକ୍ଷେପ ନେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ
ବିଶେଷ ଖବର

ଆଜିଠାରୁ ସକାଳୁଆ ସ୍କୁଲ, ପ୍ରତିକାରମୂଳକ ପଦକ୍ଷେପ ନେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ

March 1, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁୁବନେଶ୍ୱର: ଖରାର ପ୍ରକୋପ ବୃଦ୍ଧି ପାଉଥିବାରୁ ଆଜି ଠାରୁ ସକାଳୁଆ ସ୍କୁଲ ହେବ। ନିଷ୍ପତି ଅନୁଯାୟୀ ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏଁ ଚାଲିବ ଏବଂ ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ ୯ଟାରୁ ଦିନ ୧ଟା ଯାଏଁ ଚାଲିବ। ଏନେଇ ସବୁ ଡିଇଓମାନଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ ଚିଠି ଲେଖି ଜଣାଇଛନ୍ତି। ମାର୍ଚ୍ଚ ୧ ତାରିଖରୁ ଏହି ମାର୍ଗଦର୍ଶିକା ଲାଗୁ ହେବ।

ଗଣଶିକ୍ଷା ବିଭାଗର ସୂଚନା ଅନୁଯାୟୀ ଗତକିଛି ଦିନ ଧରି ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ଏଣୁ ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି ଓ ପ୍ରତିକାରମୂଳକ ପଦକ୍ଷେପ ନେବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନସ୍ଥ ସମସ୍ତ ନିର୍ଦ୍ଦେଶକଙ୍କ ନିମନ୍ତେ ମାର୍ଗଦର୍ଶିକା ଜାରି କରିଛନ୍ତି। ପୂର୍ବରୁ ଜାରି କରାଯାଇଥିବା କୋଭିଡ୍ ମାର୍ଗଦର୍ଶିକାର ଅନୁପାଳନ ସହିତ ଏହି ମାର୍ଗଦର୍ଶିକାକୁ ପାଳନ କରିବା ପାଇଁ ପତ୍ରରେ ଉଲ୍ଲେଖ କରାଯାଇଛି।

ମାର୍ଗଦର୍ଶିକା ଅନୁଯାୟୀ ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡ଼ିକରେ ନବମ ଓ ଏକାଦଶ ଶ୍ରେଣୀଗୁଡ଼ିକର ପାଠପଢ଼ା ସକାଳ ୮.୩୦ରୁ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ହେବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀଗୁଡ଼ିକ ସକାଳ ୧୧ଟାରୁ ଅପରାହ୍ନ ୪ ପରିବର୍ତେ ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ଜିଲ୍ଲା ଶିକ୍ଷା ଅଧିକାରୀମାନେ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ କିମ୍ବା ପୌରପରିଷଦ ସହ ଯୋଗାଯୋଗ ରକ୍ଷା କରି ଅଚଳ ଥିବା ନଳକୂପଗୁଡ଼ିକର ମରାମତି ସହ ବିଦ୍ୟାଳୟରେ ପାନୀୟ ଜଳ ଉପଲବ୍ଧକୁ ସୁନିଶ୍ଚିତ କରିବେ।

ଏଥି ସହ ବିଦ୍ୟାଳୟମାନଙ୍କରେ ପର୍ଯ୍ୟାପ୍ତ ପରିମାଣରେ ଓଆରଏସ୍ ଗଚ୍ଛିତ ରଖିବେ ଏବଂ ଏହା ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ର ଉପଲବ୍ଧ କରାଇବେ। ଯେଉଁ ବିଦ୍ୟାଳୟଗୁଡ଼ିକ ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟ କର୍ମଚାରୀମାନଙ୍କ ପାଇଁ ପରିବହନ ସେବା ଯୋଗାଇ ଦେଉଛନ୍ତି ସେମାନେ କୋଭିଡ୍‌-୧୯ ମାର୍ଗଦର୍ଶିକାର ଅନୁପାଳନ ସହ ଖରାରୁ ଦୂରେଇ ରଖିବା ପରି ସେବା ଯୋଗାଇଦେବେ। ଅଭିଭାବକମାନଙ୍କୁ ପିଲାମାନଙ୍କୁ ପାଣିବୋତଲ ସାଙ୍ଗରେ ଦେବା ପାଇଁ ସଚେତନ କରାଯିବ। ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ସ୍କୁଲ ପରିଚାଳନା କମିଟି ଏ ବାବଦରେ ସଚେତନତା ସୃଷ୍ଟି କରିବେ।

ପ୍ରଧାନଶିକ୍ଷକମାନେ ପିଲାମାନଙ୍କୁ ଗ୍ରୀଷ୍ମପ୍ରବାହରୁ ସୁରକ୍ଷିତ ରହିବା ପାଇଁ ଶିକ୍ଷା ଦେବା ସହ ସେମାନଙ୍କୁ ସଚେତନ କରାଇବେ। ପାଠପଢ଼ା ସମୟରେ ପିଲାମାନେ ବାହାରେ ଖରାକୁ ଯିବେ ନାହିଁ କିମ୍ବା କୌଣସି ଖେଳକୁଦ ପରି ଶାରୀରିକ କାର୍ଯ୍ୟ କରିବେ ନାହିଁ।

'ସକାଳୁଆ ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ଅତ୍ୟାଧୁନିକ ମେଗର R30 ଭ୍ୟାନ୍-ମାଉଣ୍ଟେଡ୍ କେବୁଲ୍ ଫଲ୍ଟ ଲୋକେସନ୍ ର  ଶୁଭାରମ୍ଭ

July 31, 2026

ସଂସଦରେ ପାସ୍ ହେଲା ପ୍ରଶ୍ନ ପତ୍ର ପ୍ରଘଟ ବିରୋଧୀ ବିଲ୍: ଭିଡିଓ ଜାରି କଲେ ପ୍ରଧାନମନ୍ତ୍ରୀ

July 31, 2026

ପଶ୍ଚିମ ଏସିଆ ପରିସ୍ଥିତିର ସମୀକ୍ଷା କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିସିଏସ୍ ବୈଠକ

July 31, 2026

ବିରିଘାଟରେ ଛାତ ଉପରେ ଫସିଥିବା ଲୋକଙ୍କ ନିକଟରେ ପହଞ୍ଚିଲା ଉଦ୍ଧାରକାରୀ ଦଳ

July 30, 2026
Latest News

ଅତ୍ୟାଧୁନିକ ମେଗର R30 ଭ୍ୟାନ୍-ମାଉଣ୍ଟେଡ୍ କେବୁଲ୍ ଫଲ୍ଟ ଲୋକେସନ୍ ର  ଶୁଭାରମ୍ଭ

July 31, 2026

ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ

July 31, 2026

ସଂସଦରେ ପାସ୍ ହେଲା ପ୍ରଶ୍ନ ପତ୍ର ପ୍ରଘଟ ବିରୋଧୀ ବିଲ୍: ଭିଡିଓ ଜାରି କଲେ ପ୍ରଧାନମନ୍ତ୍ରୀ

July 31, 2026

ପଶ୍ଚିମ ଏସିଆ ପରିସ୍ଥିତିର ସମୀକ୍ଷା କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିସିଏସ୍ ବୈଠକ

July 31, 2026

ଆଜି ଜୁଲାଇ ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.