Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅନୁସୂଚିତ ଜନଜାତି ଓ ଜାତି ବିଭାଗର 5T କାର୍ଯ୍ୟକ୍ରମରେ 50 ହଜାର ଛାତ୍ରଛାତ୍ରୀଙ୍କୁ ମିଲିଲା ୧୦୧ କୋଟି ଟଙ୍କା
ଜାତୀୟ ଖବର

ଅନୁସୂଚିତ ଜନଜାତି ଓ ଜାତି ବିଭାଗର 5T କାର୍ଯ୍ୟକ୍ରମରେ 50 ହଜାର ଛାତ୍ରଛାତ୍ରୀଙ୍କୁ ମିଲିଲା ୧୦୧ କୋଟି ଟଙ୍କା

March 3, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଅନୁସୂଚିତ ଜନଜାତି ଓ ଜାତି ବିଭାଗର 5T କାର୍ଯ୍ୟକ୍ରମରେ 50 ହଜାର ଛାତ୍ରଛାତ୍ରୀଙ୍କୁ ମିଲିଲା ୧୦୧ କୋଟି ଟଙ୍କା

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ 5T କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି , ଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏଥିରେ 3ଟି ଆକାଂକ୍ଷା ହଷ୍ଟେଲ ଓ 68 ଟି ଅନ୍ୟ ଛତ୍ରାବାସ ଉଦଘାଟନ, ହଷ୍ଟେଲରେ ରହୁଥିବା 5.75 ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ , 50 ହଜାର ଛାତ୍ରଛାତ୍ରୀଙ୍କୁ ବୃତ୍ତି , ମାତୃଭାଷା ଭିତ୍ତିକ ଶିକ୍ଷାଦାନ ସଂହତି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।

ଏହିସବୁ କାର୍ଯ୍ୟକ୍ରମ ଗୁଡିକ ବିଭାଗର କାର୍ଯ୍ୟକ୍ରମ ରେ ଅଧିକ ଦକ୍ଷତା ଓ ସ୍ବଚ୍ଛତା ଆଣିବାରେ ସହାୟକ ହେବ । ଏ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦବୋଧନ ଦେଇ କହିଲେ ଯେ ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର ।

ଜନଜାତି ଭାଇଭଉଣୀ ମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଉପରେ ସେ ସବୁବେଳେ ଗୁରୁତ୍ଵ ଦେଇ ଆସିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଜନଜାତି ପିଲାମାନେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଦକ୍ଷତା ଦେଖାଇ ପାରିଛନ୍ତି । ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମାତୃଭାଷା ଜରିଆରେ ହିଁ ପିଲାମାନେ ସହଜରେ ଶିକ୍ଷା ଗ୍ରହଣ କରିପାରନ୍ତି ।

ଆଜି ଆରମ୍ଭ ହେଉଥିବା ସଂହତି କାର୍ଯ୍ୟକ୍ରମ ଦ୍ଵାରା ଦେଢଲକ୍ଷ ପିଲା ସୁବିଧାରେ ପାଠ ପଢି ପାରିବେ । ସେହିପରି ହଷ୍ଟେଲ ରେ ରହୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମୋ ଛାତ୍ରାବାସ କାର୍ଡ, Odisha State Scholarship Portal ରେ Post Matric Scholarship ସିଧା ସଳଖ ବ୍ଯାଙ୍କ ଆକାଉଣ୍ଟରେ ପ୍ରଦାନ କରାଯାଉଛି । ଏହି ଦୁଇଟି ଯୋଜନାରେ ଛଅ ଲକ୍ଷରୁ ଅଧିକ ପିଲା ଉପକାର ପାଇବେ ବୋଲି ସେ କହିଥିଲେ ।

ପ୍ରାଥମିକ ସ୍ତରରେ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ପ୍ରଦାନ ପାଇଁ ସଂହତି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏଥିରେ 1.5 ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ସେହିପରି ହଷ୍ଟେଲ ମାନଙ୍କରେ ରହୁଥିବା ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ମୋ ଛତ୍ରାବାସ କାର୍ଡ ବ୍ୟବସ୍ଥା ଆରମ୍ଭ କର ଯାଇଛି ।

ଏହା ଦ୍ଵାରା ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଥିବା 6700 ହଷ୍ଟେଲର 5.75 ଲକ୍ଷ ଛାତ୍ରଛାତ୍ରୀ ଉପକାର ପାଇବେ । ସେହିପରି Odisha State Scholarship Portal ଜରିଆରେ 50 ହଜାର ଛାତ୍ରଛାତ୍ରୀଙ୍କୁ 101 କୋଟି ଟଙ୍କା ପରିମାଣର ବୃତ୍ତି ପିଲାମାନଙ୍କ ବ୍ଯାଙ୍କ ଆକାଉଣ୍ଟ କୁ ସିଧାସଳଖ ପ୍ରଦାନ କରାଯାଇଛି ।

ଅନୁସୂଚିତ ଜନଜାତି , ଜାତି ପିଲା ମାନଙ୍କୁ ସହରର ଭଲ ସ୍କୁଲରେ ଶିକ୍ଷା ଦେବାପାଇଁ ଆକାଂକ୍ଷା ଯୋଜନା ଚାଲୁଅଛି । ଏହି ଯୋଜନାରେ ଆଜି ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ରେ ୩ ଟି ଆକାଂକ୍ଷା ହଷ୍ଟେଲ ଉଦଘାଟନ କରିଥିଲେ ।

ଏହାସହିତ ରାଜ୍ୟର ବିଭିନ୍ନ ସ୍ଥାନରେ 68ଟି ଛତ୍ରାବାସ ଲୋକାର୍ପିତ କରିଥିଲେ । ଏହି ଛତ୍ରାବାସ ଗୁଡିକ ପାଇଁ 150 କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ପିଲାମାନଙ୍କ ଦକ୍ଷତା ବିକାଶ ଆମର ଆଉ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର । ପ୍ରୟାସ ଯୋଜନାରେ 7500 ରୁ ଅଧିକ ST, SC ଓ OBC ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ଭିତ୍ତିକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଓଡିଶା skill development authority ସହଯୋଗରେ ଏହି କାର୍ଯ୍ୟକ୍ରମ କରାଯାଉଛି ।

ଆପଦଗ୍ରସ୍ଥ ଜନଜାତିଙ୍କ ପାଇଁ ଆଜି ଆରମ୍ଭ ହୋଇଥିବା ପୁଷ୍ଟି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ହେଉଛି ରାଜ୍ୟ ସରକାରଙ୍କ ଆଉ ଗୋଟିଏ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ Ajim Premji Philanthropic Initiativeର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଦ୍ଵାରା ଆମର 3500 PVTG ଚାଷୀ, 23 ହଜାର ଶିଶୁ ଏବଂ 25 ହଜାର ମା ଉପକାର ପାଇବେ । ଏହି କାର୍ଯ୍ୟକ୍ରମ ରାଜ୍ୟର 1138 ଟି PVTG ଗ୍ରାମରେ କାର୍ଯ୍ୟକାରୀ ହେବ । ଏହି କାର୍ଯ୍ୟକ୍ରମ ଗୁଡିକ ଦ୍ଵାରା ଆମର ଜନଜାତି , ଜାତି ପିଲାମାନେ ଆଗକୁ ବଢିବା ସହିତ ସେମାନଙ୍କର ପ୍ରକୃତ ସଶକ୍ତିକରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ସମ୍ବଲପୁରରୁ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଆଜିର କାର୍ଯ୍ୟକ୍ରମ ଦ୍ଵାରା ଜନଜାତି , ଜାତି ଛାତ୍ରଛାତ୍ରୀ ମାନେ ଆଗକୁ ବଢିବା ସହିତ ଓଡିଶା ର ବିକାଶ ରେ ଯୋଗଦାନ ରଖିପାରିବେ ବୋଲି କହିଥିଲେ । ସେହିପରି ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଓ ରାଉରକେଲା ବିଧାୟକ ସାରଦା ନାୟକ ମଧ୍ୟ ଭିଡିଓ କନଫରେନସିଙ୍ଗ ଜରିଆରେ ଯୋଗ ଦେଇ ଅଭିଭାଷଣ ରଖିଥିଲେ ।

ଆପଦଗ୍ରସ୍ଥ ଜନଜାତିଙ୍କ ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ନବରଙ୍ଗପୁର ଓ କେଉଁଝର ର ଦୁଇଜଣ ବୃତ୍ତି ପାଇଥିବା ଛାତ୍ରଛାତ୍ରୀ ଭିଡିଓ କନଫରେନସିଙ୍ଗ ଜରିଆରେ ନିଜର ମତାମତ ରଖି ଏହାଦ୍ବାରା ସେମାନଙ୍କର ଉଚ୍ଚଶିକ୍ଷା ରେ ସୁବିଧା ହେବ ବୋଲି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।
ବିଭାଗୀୟ ପ୍ରମୁଖ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା ସ୍ଵାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।  ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଉଚ୍ଚ ପଦସ୍ଥ ଅଫଧିକାରୀ ମାନେ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.