Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟରେ ଆଉ ୬ ଟି ପ୍ଲାନେଟାରିଅମ ଓ ୩୦ ଟି ଜିଲ୍ଲା ବିଜ୍ଞାନ କେନ୍ଦ୍ର ସ୍ଥାପନ କରାଯିବ- ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ରାଜ୍ୟରେ ଆଉ ୬ ଟି ପ୍ଲାନେଟାରିଅମ ଓ ୩୦ ଟି ଜିଲ୍ଲା ବିଜ୍ଞାନ କେନ୍ଦ୍ର ସ୍ଥାପନ କରାଯିବ- ମୁଖ୍ୟମନ୍ତ୍ରୀ

March 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହିତ ବୈଜ୍ଞାନିକ ମନୋବୃତ୍ତି ନେଇ ଜୀବନରେ ଆଗକୁ ବଢିବା ପାଇଁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଦୁଇଟି ପ୍ଲାନେଟାରିଅମ ଅଛି। ଏହାସହିତ ଆଉ 6 ଟି ପ୍ଲାନେଟାରିଅମ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୩୦ ଟି ଜିଲ୍ଲା ରେ ମଧ୍ୟ ୩୦ ଟି ଜିଲ୍ଲା ବିଜ୍ଞାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏଥିପାଇଁ ୧୦୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବରର ପଠାଣୀ ସାମନ୍ତ ପ୍ଲାନେଟାରିଅମ୍‌କୁ ଏକ ୩-ଡ଼ି ପ୍ଲାନେଟାରିଅମରେ ପରିଣତ କରାଯିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମଣିଷ ସଭ୍ୟତାର ବିକାଶରେ ବିଜ୍ଞାନ ଓ ବୈଷୟିକ ଜ୍ଞାନର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ବିଜ୍ଞାନ ବିନା ଆଜି ଜୀବନଯାପନ କରିବା ସମ୍ଭବ ନୁହେଁ। ଯଦି ଆଜି ମଣିଷ ସଭ୍ୟତାର ଶିଖରରେ ପହଞ୍ଚିପାରିଛି, ତେବେ ଏହା ହେଉଛି ବିଜ୍ଞାନର ଅବଦାନ। ବିଜ୍ଞାନ ଓ ବିକାଶ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଓଡିଶା ଆଜି ବିକାଶ ପଥରେ ଅଗ୍ରଗତି କରି ବିଜ୍ଞାନ ଓ ବୈଷୟିକ ଶକ୍ତିର ପ୍ରୟୋଗରେ ଏକ ଜ୍ଞାନ ଅର୍ଥନୀତି (ନଲେଜ ଇକୋନୋମି) ଦିଗରେ ଅଗ୍ରସର ହେଉଛି। ବିକାଶର ଏହି ପ୍ରକ୍ରିୟାକୁ ଜାରି ରଖିବା ପାଇଁ ଛାତ୍ରଛାତ୍ରୀ ଓ ସାଧାରଣ ଲୋକଙ୍କ ଭିତରେ ବୈଜ୍ଞାନିକ ମନୋବୃତି, ଅନୁସନ୍ଧିତ୍ସୁ ମନୋଭାବ ଏବଂ ଯୁକ୍ତିଯୁକ୍ତ ଚିନ୍ତାଧାରା ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ରାଜ୍ୟ ସରକାର ଓଡିଶାରେ ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା, ଇଞ୍ଜିନିୟରିଂ ଓ ଗଣିତ ଶିକ୍ଷାରେ ଅଧିକରୁ ଅଧିକ ଛାତ୍ରଛାତ୍ରୀ ମାନଙ୍କୁ ଆକୃଷ୍ଟ କରିବା ପାଇଁ ପଦକ୍ଷେପ ନେଉଛନ୍ତି।

ବିଜ୍ଞାନ ଶିକ୍ଷା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପ ଦ୍ବାରା ସମାଜରେ ବୈଜ୍ଞାନିକ ମନୋଭାବ ବୃଦ୍ଧି ପାଇବା ସହିତ ପିଲାମାନଙ୍କ ମଧ୍ୟରେ ତର୍କସଙ୍ଗତ ଚିନ୍ତାଧାରା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାୟଗଡ଼ା ଠାରେ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ କହିଲେ ଯେ ବିକାଶର ଧାରାରେ ବିଜ୍ଞାନର ସହାୟତା ସବୁବେଳେ ଜରୁରୀ। ରାୟଗଡାରେ ପ୍ଲାନେଟାରିଅମ୍‌ ସ୍ଥାପନ ଦ୍ବାରା ସ୍ଥାନୀୟ ପିଲାମାନଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାରା ବୃଦ୍ଧି ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ।

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟରେ ବିଜ୍ଞାନ ଶିକ୍ଷାର ପ୍ରସାର ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ଲାନେଟାରିଅମ୍‌ ଓ ଜିଲ୍ଲା ଗୁଡିକରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା କରାଯାଉଛି। ଭୁବନେଶ୍ବରର ପ୍ଲାନେଟାରିଅମ୍‌କୁ ଆହୁରି ବଡ କରାଯାଇ ଏଥିରେ ୧୨୦ ଜଣ ବସିବାର ବ୍ୟବସ୍ଥା କରାଯାଉଛି ବୋଲି ସେ କହିଥିଲେ।

ସେହିପରି ଜୟପୁର ଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କହିଲେ ଯେ ଜୟପୁରରେ ପ୍ଲାନେଟାରିଅମ୍‌ ପ୍ରତିଷ୍ଠା ସମଗ୍ର କୋରାପୁଟ ଜିଲ୍ଲା ପାଇଁ ଖୁସିର କଥା। ଆଧୁନିକ ସମାଜରେ ବିଜ୍ଞାନଭିତ୍ତିକ ଜୀବନଶୈଳୀ ବହୁତ ଜରୁରୀ ବୋଲି ପ୍ରକାଶ କରି ଏହି ପଦକ୍ଷେପ ଦ୍ବାରା ବିଜ୍ଞାନ କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ଅଗ୍ରହ ବୃଦ୍ଧି ପାଇବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ଲାନେଟାରିଅମ ଓ ଜିଲ୍ଲା ବିଜ୍ଞାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଏନ୍‌. ଭାସ୍କର ରାଓ, ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ଥିଲେ।

ଭିଡିଓ କନଫରେନସିଂ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026
Latest News

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.