Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଜୁବାବୁଙ୍କ ଜୟନ୍ତୀରେ କଣ କହୁଛନ୍ତି ତାଙ୍କ ସୁପୁତ୍ର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ଜାଣନ୍ତୁ
ଜାତୀୟ ଖବର

ବିଜୁବାବୁଙ୍କ ଜୟନ୍ତୀରେ କଣ କହୁଛନ୍ତି ତାଙ୍କ ସୁପୁତ୍ର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ଜାଣନ୍ତୁ

March 5, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର,ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 105 ତମ ଜନ୍ମ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଉପଲକ୍ଷେ ସେ କହିଛନ୍ତି ଯେ, ଓଡିଶାର ଅତୀତ ଗୌରବକୁ ଫେରାଇ ଆଣିବା ଏବଂ ଓଡିଶାକୁ ବିକାଶର ଶିଖରରେ ପହଞ୍ଚାଇବା ଥିଲା ବିଜୁବାବୁଙ୍କ ଜୀବନର ଲକ୍ଷ୍ୟ। ସେବା ଓ ସ୍ଵାଭିମାନ ଥିଲା ତାଙ୍କ ଆଦର୍ଶ। ଏହି ଆଦର୍ଶରେ ଆମ ଦଳର ଲକ୍ଷ ଲକ୍ଷ କର୍ମୀ , ଭାଇ ଭଉଣୀ କାମ କରି ଚାଲିଛନ୍ତି। ବିଜୁବାବୁଙ୍କ ଜୟନ୍ତୀ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି।

ଆଜି ଯେତେବେଳେ ଗାଁର କଚା ଘରେ ରହୁଥିବା ପରିବାରର ଘର ପକ୍କା ଘରରେ ପରିଣତ ହଉଛି, ତା ଘରକୁ ପାଇପ ପାଣି ଆସୁଛି, ବିଜୁଳି ଆଲୁଅ ରେ ତା ଘର ଉଜ୍ଜ୍ଵଳ ଦିସୁଛି, ସେତେବେଳେ ତା ମୁହଁ ରେ ହସ ଆସୁଛି। ଆଉ ତାହା ହଉଛି ଆମ ପାଇଁ ସବୁଠାରୁ ବଡ ପୁରସ୍କାର।

ଆଜି ଯେତେବେଳେ ମା ଟିଏ ପଞ୍ଚାୟତ ଅଫିସରେ ବସି ଗାଁ ର ବିକାଶ କଥା ଚିନ୍ତା କରୁଛି, ମିଶନ ଶକ୍ତି ର ମା ଟିଏ ଆଜି ଯେତେବେଳେ ଋଣ ଆଣି ପରିଶ୍ରମ କରି ବେପାର ବୃଦ୍ଧି କରୁଛି ଓ ତାର ପରିବାର ପାଇଁ ସମୃଦ୍ଧି ଆଣୁଛି; ସେତେବେଳେ ବିକାଶର ଚିତ୍ର ଉଜ୍ଜ୍ଵଳ ଦିଶୁଛି। ସରକାରୀ ସ୍କୁଲରେ ପଢୁଥିବା ପିଲା ପାଇଁ ଯେତେବେଳେ ସୁଯୋଗ ସୃଷ୍ଟି ହେଉଛି ସେତେବେଳେ ଯୁବ ସମାଜର ସ୍ଵପ୍ନ ଦିଗନ୍ତ ପ୍ରସାରୀ ହଉଛି ।

କ୍ରୀଡା କ୍ଷେତ୍ରରେ ନୂଆ ସୁଯୋଗ ଯୁବ ସମାଜ ପାଇଁ, ତା ପ୍ରତିଭା ର ବିକାଶ ପାଇଁ ରାସ୍ତା ଦେଖାଉଛି। ବିଜୁବାବୁଙ୍କ ନୀତି, ଆଦର୍ଶ ଓ ଚିନ୍ତାଧାରା ଆଜି ଆମର ପ୍ରତିଟି ପଦକ୍ଷେପରେ ପ୍ରତିଫଳିତ ହେଉଛି । ତଥାପି ଆମକୁ ଆହୁରି ଅନେକ ପଥ ଅତିକ୍ରମ କରିବାକୁ ଅଛି ।
ଆସନ୍ତୁ ବିଜୁବାବୁଙ୍କ ଜୟନ୍ତୀ ଅବସରରେ ଆମେ ସମସ୍ତେ ମିଳିମିଶି ତାଙ୍କ ଆଦର୍ଶରେ ଚାରି କୋଟି ଓଡିଶା ବାସୀଙ୍କ ସେବା ପାଇଁ ପୁଣିଥରେ ଶପଥ ନେବା। ଓଡ଼ିଶାର ସ୍ବାଭିମାନ ପାଇଁ ଲଢ଼େଇ ଜାରି ରଖିବା।

ବନ୍ଦେ ଉତ୍କଳ ଜନନୀ

ନବୀନ ପଟ୍ଟନାୟକ ବିଜୁ ଜୟନ୍ତୀ ବିଜୁ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026
Latest News

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.