Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଯାଜପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ବିଶେଷ ଖବର

ଯାଜପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

March 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଯାଜପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଯାଜପୁର, ଯାଜପୁର ଜିଲ୍ଲାର ବିକାଶକୁ ତ୍ୱରାନ୍ୱିତ କରାଯାଉଛି । ବିଭିନ୍ନ ମେଗା ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରାଯିବା ସହ ତାହାର ସୁଫଳ ଲୋକମାନଙ୍କୁ ଯଥାଶିଘ୍ର ମିଳିବା ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ରବିବାର ପୁର୍ବାହ୍ନରେ ଯାଜପୁର ଜିଲାକୁ ଦିନିକିଆ ଗସ୍ତରେ ଆସି ମୁଖ୍ୟ ସଚିବ ଶ୍ରୀ ମହାପାତ୍ର ଯାଜପୁରର ଅଧିଷ୍ଟାତ୍ରୀ ଦେବୀ ମା’ ବିରଜାଙ୍କୁ ଦର୍ଶନ କରିଥିଲେ । ପରେ ମନ୍ଦିର ଚତୁଃପାଶ୍ୱ ପରିଦର୍ଶନ କରିବା ସହ ମନ୍ଦିରର ଉନ୍ନୟନ ପାଇଁ ୬କୋଟି ୫୦ଲକ୍ଷ ଟଙ୍କାର ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଥିଲେ ।

ମା’ଙ୍କ ମନ୍ଦିରର ଉନ୍ନୟନ ଓ ଉନ୍ନତିକରଣ କାର୍ଯ୍ୟ ଶିଘ୍ର ଆରମ୍ଭ କରିବାକୁ ମହାପାତ୍ର ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ । ପରେ କୁସୁମା ପୋଖରୀ ପରିଦର୍ଶନ ସହ ତାହାର ଉନ୍ନତି କରଣ ପାଇଁ ବିଭିନ୍ନ ପରାମର୍ଶ ମୁଖ୍ୟ ସଚିବ ଦେଇଥିଲେ । ପରେ ପରେ ଜିଲା ମୁଖ୍ୟ ଚିକିତ୍ସାଳୟର ସମ୍ପ୍ରସାରିତ ନିର୍ମାଣ କାର‌୍ୟ୍ୟକୁ ପରିଦର୍ଶନ କରିବା ସହ ପ୍ରକଳ୍ପ ସାରିବାକୁ ଧାର‌୍ୟ୍ୟ ହୋଇଥିବା ଦେଢ଼ ବର୍ଷ ସମୟସୀମା ମଧ୍ୟରେ ଏହା ଯେପରି ଲୋକଙ୍କ ସେବାରେ ଲାଗେ ସେ ସମ୍ପର୍କରେ ନିର୍ଦ୍ଦେଶ ଦେଇଥିଲେ ।

ଏହା ପରେ ଜିଲା ସ୍କୁଲର ସ୍ମାର୍ଟ କ୍ଲାସକୁ ମୁଖ୍ୟ ସଚିବ ଅନୁଧ୍ୟାନ କରିବା ସହ ଶିକ୍ଷାଦାନ ପଦ୍ଧତି ସମ୍ପର୍କରେ ଆଲୋଚନା କରିଥିଲେ । ଜିଲାପାଳଙ୍କ କାର‌୍ୟ୍ୟାଳୟରେ ଜିଲାରେ କାର‌୍ୟ୍ୟକାରୀ ହେଉଥିବା ଓ ହେବାକୁ ଥିବା ବିଭିନ୍ନ ମେଗା ପ୍ରକଳ୍ପ ସମ୍ପର୍କରେ ମୁଖ୍ୟ ସଚିବ ସମୀକ୍ଷା କରିଥିଲେ । ଯାଜପୁର ଟାଉନ୍‌, ବ୍ୟାସନଗର, କଳିଙ୍ଗନଗର ଓ ଜିଲାର ଅନ୍ୟାନ୍ୟ ଅଞ୍ଚଳ ଗୁଡ଼ିକର ଉନ୍ନୟନ ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନା ଗୁଡ଼ିକୁ ସେ ଅନୁଧ୍ୟାନ କରିଥିଲେ । ଏହାକୁ ଆଗାମୀ ଦିନରେ କାର‌୍ୟ୍ୟକାରୀ କରାଯିବ ଏବଂ ଏହାକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ ।

ସେହିପରି ଡ଼ିଏମ୍‌ଏଫ୍ ଓ ଓମ୍ବାର୍ଡ଼ସି ସହାୟତାରେ ଚାଲୁଥିବା କାର‌୍ୟ୍ୟ ଓ ପ୍ରସ୍ତୁତ ହୋଇଥିବା ଯୋଜନା କାର‌୍ୟ୍ୟକୁ ମଧ୍ୟ ଶ୍ରୀ ମହାପାତ୍ର ସମୀକ୍ଷା କରିଥିଲେ । ଜିଲାର ବିକାଶ ଓ ଉନ୍ନୟନ କାର‌୍ୟ୍ୟ ଅଗ୍ରାଧିକାର ଭିତ୍ତିରେ କରାଯାଉଛି । ୪୦ ଏକର ଜମିରେ ପ୍ରଶାସନିକ ଭବନ ନିର୍ମାଣ ହେଉଛି । ସମସ୍ତ ସ୍କୁଲ ମାନଙ୍କର ପିଲାମାନେ ଯେପରି ବେଷ୍ଟ ଏଜୁକେଶନ ପାଇପାରିବେ ତାହାପ୍ରତି ମଧ୍ୟ ଧ୍ୟାନ ଦିଆଯାଉଛି । ଜୀବିକା ମିଶନ ମାଧ୍ୟମରେ ଲୋକମାନଙ୍କୁ କର୍ମନିଯୁକ୍ତି ମଧ୍ୟ ଯୋଗାଇ ଦିଆଯାଉଛି ବୋଲି ମୁଖ୍ୟ ସଚିବ କହିଥିଲେ । ବ୍ୟାସନଗର ଓ କଳିଙ୍ଗ ନଗରରେ ମଧ୍ୟ ଏକାଧିକ ପ୍ରକଳ୍ପ ଚାଲୁ ରହିଛି ।

ଆଗକୁ ଏହାର ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ ହୋଇଛି ବୋଲି ମୁଖ୍ୟ ସଚିବ କହିବା ସହ ସଠିପୁର, ବ୍ୟାସନଗର ଓ କଳିଙ୍ଗନଗର ଇତ୍ୟାଦି ଅଞ୍ଚଳକୁ କ୍ଷେତ୍ର ପରିଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାପାଳ ଚକ୍ରବର୍ତ୍ତି ସିଂ ରାଠୋର, ଆଇଏଏସ୍ ପ୍ରୋବେସନର ସଚିନ୍ ପାୱାର, ଅତିରିକ୍ତ ଜିଲାପାଳ ରାଜସ୍ୱ ଅକ୍ଷୟ କୁମାର ମଲିକ, ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ଉପଜିଲାପାଳ ଜ୍ୟୋତି ଶଙ୍କର ମହାପାତ୍ର ପ୍ରମୁଖ ଏହି ଗସ୍ତ ସମୟରେ ଉପସ୍ଥିତ ଥିଲେ । ଜିଲ୍ଲାପାଳ ଶ୍ରୀ ରାଠୋର ପାୱାର ପଏଣ୍ଟ ପ୍ରେଜେଣ୍ଟେସନ୍ ମାଧ୍ୟମରେ ଜିଲାରେ କାର‌୍ୟ୍ୟକାରୀ ହେଉଥିବା ଓ ହେବାକୁ ଥିବା ଯୋଜନା ଗୁଡ଼ିକର ନୀଳ ନକ୍ସା ପ୍ରଦର୍ଶନ କରିଥିଲେ ।

ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.