Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମିଶନ ଶକ୍ତି ହେବ ମା’ମାନଙ୍କର ଏକ ବିରାଟ ଆନ୍ଦୋଳନ, ରାଜ୍ୟ ସ୍ତରୀୟ ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ମିଶନ ଶକ୍ତି ହେବ ମା’ମାନଙ୍କର ଏକ ବିରାଟ ଆନ୍ଦୋଳନ, ରାଜ୍ୟ ସ୍ତରୀୟ ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ

March 8, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ୨୦୦୧ ମାର୍ଚ୍ଚ ୮ ତାରିଖରେ ଲାଗିଥିବା ଗୋଟିଏ ଚାରା ଆଜି ଏକ ବିରାଟ ଗଛରେ ପରିଣତ ହୋଇଛି । ୮୦ ଲକ୍ଷ ମା ମାନଙ୍କ ପାଇଁ ଆଶାର ବୃକ୍ଷ ହୋଇଯାଇଛି । ଏହି ଗଛର ପ୍ରତିଟି ପତ୍ରରେ ରହିଛି ଗୋଟିଏ ଗୋଟିଏ ସଫଳ କାହାଣୀ । ସେହି କାହାଣୀ ହେଉଛି ଆମର ମିଶନ ଶକ୍ତି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟ ସ୍ତରୀୟ ବିଶ୍ଵ ମହିଳା ଦିବସ ପାଳନ ଅବସରରେ ଏହା କହିଛନ୍ତି ।

ମିଶନ ଶକ୍ତିର ଏ ସଫଳତା ଅଧିକରୁ ଅଧିକ ମା ମାନଙ୍କୁ ପ୍ରେରଣା ଦେବ ଏବଂ ମିଶନ ଶକ୍ତି ଖୁବ ଶୀଘ୍ର ଏକ କୋଟି ମହିଳାଙ୍କର ଏକ ବିରାଟ ଆନ୍ଦୋଳନ ରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ। ଓଡିଶାର ଘରେ ଘରେ ସଶକ୍ତ ଓଡିଶାର ବାର୍ତ୍ତା ଦେବ । ମିଶନ ଶକ୍ତି ସ୍ଵତନ୍ତ୍ର ବିଭାଗ ନିଷ୍ପତ୍ତି ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାକୁ ମା ମାନେ ଖୁବ ସ୍ଵାଗତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଆଜି ଏକ ବଡ ସାମାଜିକ ଓ ଅର୍ଥନୈତିକ ଆନ୍ଦୋଳନରେ ପରିଣତ ହୋଇଛି । ଗାଁ ଅର୍ଥନୀତି କୁ ଚଳ ଚଞ୍ଚଳ କରିପାରିଛି । ମିଶନ ଶକ୍ତି କେବଳ ଦେଶରେ ନୁହେଁ ସାରା ବିଶ୍ବରେ ସବୁଠାରୁ ବଡ ଆନ୍ଦୋଳନରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ଆହ୍ଵାନ ମୂଳକ ସମୟରେ ମା ମାନେ ହିଁ ସରକାରଙ୍କ ମୁଖ୍ୟ ସହଯୋଗୀ ହୋଇ କୋଭିଡ ମୁକାବିଲାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ । ମିଶନ ଶକ୍ତି ର ମା ମାନଙ୍କ ଠାରୁ ଆରମ୍ଭ କରି ଅଙ୍ଗନବାଡି, ଆଶା କର୍ମୀ, ସ୍ୱାସ୍ଥ୍ୟ କର୍ମୀ ଆଦି ସବୁ ମା ମାନେ ସବୁଠାରୁ ବେଶୀ ଦାୟିତ୍ଵର ସହ କାମ କରିଛନ୍ତି । ପରିବାରକୁ ସଚେତନ ମଧ୍ୟ କରିଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପକ୍ଷରୁ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ ।

ନବୀନ କହିଥିଲେ ଯେ ରାଜ୍ୟ ସରକାର ସବୁବେଳେ ମିଶନ ଶକ୍ତିର ମା ମାନଙ୍କ ପାଇଁ ନିଷ୍ଠାର ସହ କାମ କରୁଛନ୍ତି । ସେମାନଙ୍କ ପାଇଁ ୫ ହଜାର କୋଟି ଟଙ୍କାର କାମ ଘୋଷଣା କରାଯାଇଛି ଏବଂ ସେମାନେ ଦକ୍ଷତାର ସହ କାମ କରି ସରକାରଙ୍କ ବିଶ୍ବାସକୁ ବୃଦ୍ଧି କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେଉଁ ଦେଶରେ ମା ମାନେ ଯେତେ ଆଗୁଆ ସେ ଦେଶ ସେତେ ଉନ୍ନତ । ମା ମାନଙ୍କ ସମୃଦ୍ଧି ଓ ଅଧିକାର ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମ ରେ ସଚିବାଳୟ ରେ ଉପସ୍ଥିତ ଥିବା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ କହିଲେ ଯେ ମହିଳା ମାନଙ୍କ ଅନ୍ତର୍ନିହିତ ଶକ୍ତି ଓ ଦକ୍ଷତା କୁ ଉପଯୋଗ କରି ବିକାଶକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଯୋଗୁଁ ଆଜି ଓଡିଶା ମହିଳା ବିକାଶ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିପାରିଛି । ମିଶନ ଶକ୍ତି ମା ମାନଙ୍କୁ ନୂଆ ପରିଚୟ ଦେଇଛି ବୋଲି ପ୍ରକାଶ କରି ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ଵାଗତ ଭାଷଣ ଦେଇ କହିଥିଲେ ରାଜ୍ୟ ସରକାର ମହିଳା ମାନଙ୍କୁ ହିତାଧିକାରୀ ନୁହେଁ ବରଂ ବିକାଶର ସହ ଭାଗୀଦାର ବୋଲି ମନେ କରନ୍ତି । ମହିଳା ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାର କେବଳ ଗୋଟିଏ ଦିନ ନୁହେଁ ବରଂ ପୁରା ୩୬୫ ଦିନ ସମର୍ପିତ ହୋଇ କାମ କରୁଛନ୍ତି ବୋଲି ସେ କହିଥିଲେ ।

ମିଶନ ଶକ୍ତିର କମିଶନର ତଥା ନିର୍ଦେଶିକା ଶ୍ରୀମତୀ ସୁଜାତା କାର୍ତ୍ତିକେୟନ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ୨୦୦୧ ରେ ମିସନ ଶକ୍ତି ଏକ ଯୋଜନା ହୋଇ ଆରମ୍ଭ ହୋଇଥିଲା, ଆଜି ଏହା ଏକ ସ୍ଵତନ୍ତ୍ର ବିଭାଗ ହୋଇଛି । ମୁଖ୍ୟମନ୍ତ୍ରୀ ମିଶନ ଶକ୍ତିର ମା ମାନଙ୍କ ପାଇଁ ଯେଉଁ ୫ ହଜାର କୋଟି ଟଙ୍କା ଘୋଷଣା କରିଥିଲେ ଆଜି ମା ମାନେ ୨୫୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବ୍ୟବସାୟ ଆରମ୍ଭ କରି ସାରିଛନ୍ତି । ମା ମାନଙ୍କ ପାଇଁ ୩୨୦୦ କୋଟି ଟଙ୍କାର ଋଣ ଲକ୍ଷ୍ୟ ଥିଲାବେଳେ ବର୍ତ୍ତମାନ ସୁଧା ୪୦୦୦ କୋଟି ଟଙ୍କାରୁ ଅଧିକ ଋଣ ମିଳିପାରିଛି ।

ଆଜିର କାର‌୍ୟ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଶନ ଶକ୍ତିର କାର‌୍ୟ୍ୟକ୍ରମ ସମ୍ପର୍କରେ ଦୁଇଟି ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ଝାରସୁଗୁଡା , ଯାଜପୁର ଓ ଭୁବନେଶ୍ବରରେ ତିନୋଟି କର୍ମଜୀବି ମହିଳା ହଷ୍ଟେଲ ଉଦଘାଟିତ ହୋଇଥିଲା । ହଷ୍ଟେଲ ପରିଚାଳନା, ସ୍ଵଧାର ଓ ଉଜ୍ଜ୍ଵଳ ଆଦି ଯୋଜନା ପାଇଁ ନୂଆ ପୋର୍ଟାଲ, ମିଶନ ଶକ୍ତି ୱେବସାଇଟ , ମୋବାଇଲ ଆପ ଓ ବ୍ୟାଙ୍କ ମାନଙ୍କ ଋଣ ପ୍ରଦାନ ସମ୍ପର୍କରେ ଏକ ସ୍ଵତନ୍ତ୍ର ପୋର୍ଟାଲ ଉନ୍ମୋଚିତ ହୋଇଥିଲା । ଡାଆଣି କୁପ୍ରଥାର ବିଲୋପ ପାଇଁ ଆଇଇସି ପ୍ରଚାର ଉନ୍ମୋଚିତ ହୋଇଥିଲା ।

ଏହି ଅବସରରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା , ସ୍ଵୟଂ ସହାୟକ ଗୋଷ୍ଠୀ, ଅଧିକାରୀ ଓ ବ୍ୟାଙ୍କ ମାନଙ୍କୁ ପୁରସ୍କାର ପ୍ରଦାନ କରଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ମିଶନ ଶକ୍ତିର ଉପଦେଷ୍ଟା, ରାଜ୍ୟ ମହିଳା କମିଶନ ର ଅଧ୍ୟକ୍ଷା, ରାଜ୍ୟ ଶିଶୁ ସୁରକ୍ଷା କମିଶନ ର ଅଧ୍ୟକ୍ଷା, ଓଡିଶା ଶିଶୁ କଲ୍ୟାଣ ପରିଷଦର ସଦସ୍ୟା ସଚିବ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ ଜେନା ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫ଟି ଶ୍ରୀ ଭି କେ ପାଣ୍ତିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ବିଶ୍ଵ ମହିଳା ଦିବସ ମିଶନ ଶକ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା: ଦର୍ଶକଙ୍କ ମନ ମୋହିଲା ସାଂସ୍କୃତିକ କାର୍ଯ୍ୟକ୍ରମ

January 23, 2026

୧୬ ତମ ଜାତୀୟ ମତଦାତା ଦିବସ ଲୋକସେବା ଭବନରେ ପାଳିତ

January 23, 2026

ଆଜି ଜାନୁୟାରୀ ୨୩ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

January 23, 2026

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026
Latest News

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା: ଦର୍ଶକଙ୍କ ମନ ମୋହିଲା ସାଂସ୍କୃତିକ କାର୍ଯ୍ୟକ୍ରମ

January 23, 2026

୧୬ ତମ ଜାତୀୟ ମତଦାତା ଦିବସ ଲୋକସେବା ଭବନରେ ପାଳିତ

January 23, 2026

ଆଜି ଜାନୁୟାରୀ ୨୩ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

January 23, 2026

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.