Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ୱରରେ ଏକ ଭୂତାଣୁ ବିଜ୍ଞାନ ସଂସ୍ଥାନ ପ୍ରତିଷ୍ଠା କରିବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଜାତୀୟ ଖବର

ଭୁବନେଶ୍ୱରରେ ଏକ ଭୂତାଣୁ ବିଜ୍ଞାନ ସଂସ୍ଥାନ ପ୍ରତିଷ୍ଠା କରିବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ଦେଶରେ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନଆଇଭି) ପ୍ରତିଷ୍ଠା କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଥିବା ବେଳେ ଏଥି ମଧ୍ୟରୁ ଗୋଟିଏ ସଂସ୍ଥାନ ଭୁବନେଶ୍ୱର ଠାରେ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଦେଶର ଆୟୁର୍ବିଜ୍ଞାନ ଏବଂ ବିକାଶ ସଂସ୍ଥାନ ଯଥା ପୁନେ ସ୍ଥିତ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ କରୋନା ମହାମାରୀ ସହ ଲଢିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣକରିଥିଲା । ଏହାକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ଏହିପରି ଭୂତାଣୁ ଉତ୍ପନ୍ନ ହେବାର ସମ୍ଭାବନା ରହିଛି । ତେଣୁ ମାନବ ସମାଜକୁ ପ୍ରଭାବିତ କରୁଥିବା କରୋନା ମହାମାରୀ ଭଳି ଭୂତାଣୁଗୁଡିକ ସହ ଲଢିବା ପାଇଁ ପଦକ୍ଷେପ ସ୍ୱରୂପ ଚଳିତ ସାଧାରଣ ବଜେଟରେ ଦେଶରେ ଅତିରିକ୍ତ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ପ୍ରତିଷ୍ଠା କରିବାପାଇଁ ଘୋଷଣା କରାଯାଇଛି ।

ପୂର୍ବ ଭାରତରେ ଆୟୁର୍ବିଜ୍ଞାନ ଗବେଷଣା ଓ ଶିକ୍ଷା କ୍ଷେତ୍ରରେ ଭୁବନେଶ୍ୱର ଏକ ପ୍ରମୁଖ ସହର ଭାବରେ ଉଭା ହୋଇଛି । ଭୁବନେଶ୍ୱରରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ), ଜୀବ ବିଜ୍ଞାନ ସଂସ୍ଥାନ(ଆଇଏଲଏସ), ଆଇସିଏମଆର-ଆଂଚଳିକ ଆୟୁର୍ବିଜ୍ଞାନ ଗବେଷଣା କେନ୍ଦ୍ର ଏବଂ ଇଂଟରନ୍ୟାସନାଲ ସେଂଟର ଫର୍ ଫୁଟ୍ ଏଣ୍ଡ ମାଉଥ୍‌ଡିଜିଜ୍‌ (ଆଇସିଏଆର-ଆଇସିଏଫଏମଡି) ଭଳି ବିଶ୍ୱସ୍ତରୀୟ କେନ୍ଦ୍ର ଗୁଡିକରହିଛି ।

ତେଣୁ ଭୌଗଳିକ ଅବସ୍ଥିତି ଏବଂ ଦକ୍ଷପୂର୍ଣ୍ଣ ମାନବ ସମ୍ବଳ ଦୃଷ୍ଟିକୋଣରୁ ଭୁବନେଶ୍ୱର ପ୍ରସ୍ତାବିତ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ମଧ୍ୟରୁ ଗୋଟିଏ ପ୍ରତିଷ୍ଠା ହେବାର କ୍ଷମତା ରଖିଛି । ଭୁବନେଶ୍ୱରରେ ଏହି ସଂସ୍ଥାନ ପ୍ରତିଷ୍ଠା ହେଲେ ଗବେଷଣା ଓ ବିକାଶ କେନ୍ଦ୍ରକୁ ସହଯୋଗୀ ହେବ ଏବଂ ମିଳିତ ଭାବରେ ଗବେଷଣା କରାଯାଇ ପାରିବ।

ଏହାସହ ଏହି ସଂସ୍ଥାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବଦୋୟ ମିଶନ ପରିକଳ୍ପନାର ଅଂଶ ବିଶେଷ ହେବା ସହପୂର୍ବ, ଦକ୍ଷିଣ-ପୂର୍ବ ଏବଂ ଭାରତର କେନ୍ଦ୍ରାଞ୍ଚଳ ରାଜ୍ୟ ଗୁଡିକର ଆବଶ୍ୟକତାକୁ ପୂରଣ କରିପାରିବ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି। ସେହିପରି କରୋନା ଭାଇରସ ବିରୋଧୀ ମୁକାବିଲାରେ ଭାରତର ସଫଳ ପରିଚାଳନା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା.ହର୍ଷବର୍ଦ୍ଧନଙ୍କୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ କେବଳ କରୋନା ମହାମାରୀ ସଂକଟରୁ ମୁକ୍ତ ହୋଇନାହିଁ ବରଂ ବିଶ୍ୱର କୋଣ ଅନୁକୋଣକୁ ମଧ୍ୟ ଟିକା ରପ୍ତାନୀ କରିଛି । ତେଣୁ ଉପରୋକ୍ତ ତଥ୍ୟ ଆଧାରରେ କେନ୍ଦ୍ରମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ଦେଶରେ ପ୍ରସ୍ତାବିତ ୪ଟି ଜାତୀୟ ଭୂତାଣୁବିଜ୍ଞାନ ସଂସ୍ଥାନ ମଧ୍ୟରୁ ଗୋଟିଏ ଭୁବନେଶ୍ୱରଠାରେ ପ୍ରତିଷ୍ଠା କରିବା ପାଇଁ ଶ୍ରୀ ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.