Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଳାହାଣ୍ଡି ପରେ ଏବେ ନୂଆପଡା, ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯିବେ ନୂଆପଡା
ବିଶେଷ ଖବର

କଳାହାଣ୍ଡି ପରେ ଏବେ ନୂଆପଡା, ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯିବେ ନୂଆପଡା

March 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କଳାହାଣ୍ଡି ପରେ ଏବେ ନୂଆପଡା, ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯିବେ ନୂଆପଡା

ଭୁବନେଶ୍ବର, ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡା ଗସ୍ତ କରୁଛନ୍ତି। ସେ ସକାଳୁ ହେଲିକାପ୍ଟରରେ ଭୁବନେଶ୍ବର ବିମାନ ବନ୍ଦରରୁ ବାହାରି ଖଡିଆଳସ୍ଥିତ ରାଜା ଆତ୍ରତ୍ରାଣ ହାଇସ୍କୁଲ ପଡିଆରେ ଓହ୍ଲାଇବେ। ସେଥିପାଇଁ ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ କାଳରେ ସେ ନୂଆପଡାର ବହୁ ପ୍ରତିକ୍ଷିତ ଲୋୟାର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଉଦ୍ଘାଟନ କରିବେ। ଏହି ପ୍ରକଳ୍ପ ଦ୍ବାରା ନୂଆପଡାର 13 ହଜାର ଏବଂ ବଲାଙ୍ଗିରର 16 ହଜାର ହେକ୍ଟର ଚାଷ ଜମିରେ ଜଳସେଚନ ସୁବିଧା ମିଳିବ।

ଏଥିସହିତ ମୁଖ୍ୟମନ୍ତ୍ରୀ ନୂଆପଡା ପାଇଁ ପ୍ରାୟ 4 ହଜାର କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କରିବେ। ଏଥିସହିତ ନୂଆପଡା ଏସଏଚଜି ମା ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

ନବୀନ ଖଡିଆଳ ହାଇସ୍କୁଲ ପଡିଆରେ ବିଶାଳ ଜନସମାବେଶରେ ଉଦବୋଧନ ଦେବେ। ନିକଟରେ ନବୀନ କଳାହାଣ୍ଡି ଗସ୍ତ କରି ସେହି ଜିଲ୍ଲା ପାଇଁ ପ୍ରାୟ ଦୁଇ ହଜର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିଥିଲେ।

ନୂଆପଡା ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.