Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହିଂଜିଳି ହାଲଚାଲ, ନବୀନଙ୍କ ପାଇଁ ନିଷ୍କଣ୍ଟକ ଭୂମି ଓ ହିଞ୍ଜିଳିରେ ନବୀନଙ୍କ ଉତ୍ତରାଧିକାର ପ୍ରସଙ୍ଗ
ବିଶେଷ ଖବର

ହିଂଜିଳି ହାଲଚାଲ, ନବୀନଙ୍କ ପାଇଁ ନିଷ୍କଣ୍ଟକ ଭୂମି ଓ ହିଞ୍ଜିଳିରେ ନବୀନଙ୍କ ଉତ୍ତରାଧିକାର ପ୍ରସଙ୍ଗ

April 5, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
election mood of Naveen Patnaik assembly constituency
election mood of Naveen Patnaik assembly constituency

 ହିଂଜିଳିରୁ କେଦାର ମିଶ୍ର

ଏପ୍ରିଲ ୨ ତାରିଖ ସନ୍ଧ୍ୟା ଛ’ଟା ବେଳକୁ ଆମେ ହିଂଜିଳି ସୀମାରେ ପ୍ରବେଶ କଲା ବେଳେ ଆକାଶରେ କାଳ ବୈଶାଖୀର ଆଭାସ ସ୍ପଷ୍ଟ। ହିଞ୍ଜିଳିରୁ ପଞ୍ଚମ ଥର ଲାଗି ନିର୍ବାଚନ ଲଢୁଥିବା ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲାଗି ହିଂଜିଳି ବିଜୟ କେତେ ସହଜ ବା କେତେ କଠିନ ହେବ, ସେ ପ୍ରଶ୍ନ ନେଇ ଆମେ ହିଂଜିଳି ଭିତରକୁ ପଶୁଥିଲୁ। ତା ପୂର୍ବରୁ ଆସ୍କା ଲୋକସଭା ଅନ୍ତର୍ଗତ ଖଲ୍ଲିକୋଟ, କବିସୂର୍ଯନଗରଓ ଆସ୍କାରେ ଲୋକଙ୍କ ସହ କଥାବାର୍ତ୍ତାରୁ ଆମର ମନେ ହୋଇଥିଲା, ବୋଧେ ଏଥର ବିଜେଡି ପ୍ରଥମଥର ଲାଗି ଗଞ୍ଜାମ ଗଡରେ ବଡ ଆହ୍ୱାନର ସାମ୍ନା କରୁଛି। ବିଜେପିର ଆକ୍ରମଣାତ୍ମକ ପ୍ରଚାର ଆଗରେ ବିଜେଡି ପ୍ରଚାର ଟିକେ ମାନ୍ଦା ମଧ୍ୟ ଲାଗିଥିଲା। ତେବେ ପିତ୍ତଳରେ ପହଞ୍ଚିଲା ବେଳକୁ ଆମକୁ ଲାଗିଥିଲା ଆମେ ଗୋଟେ ନୂଆ ଇଲାକାରେ ପ୍ରବେଶ କରୁଛୁ। ଗୋଟେ ବିକଶିତ ଅଞ୍ଚଳର ସବୁ ସଙ୍କେତ ହିଞ୍ଜିଳିର ରାସ୍ତାରୁ ମିଳିଯାଉଛି। ପିତ୍ତଳ ବଜାରରେ କିଛି ଲୋକଙ୍କ ଭିଡ ଥିଲା। ଆମେ ପଚାରିଥିଲୁ,ଏଥର ବିଜେପି ନବୀନଙ୍କ ବିରୋଧରେ ଜଣେ ଟାଣୁଆ ପ୍ରାର୍ଥୀ ଦେଇଛି। ସେ କହୁଛନ୍ତି, ନବୀନ ହାରି ସାରିଲେଣି। କଣ ସତ? ଏକା ସାଙ୍ଗରେ ହୋ ହୋ ହୋଇ ହସି, ଲୋକେ କହିଲେ, କହିବାରେ କିସ ଅଛି ଆଜ୍ଞା। ହିଞ୍ଜିଳିରେ କେବଳ ନବୀନ।

ହିଞ୍ଜିଳି ବଜାରକୁ ପହଞ୍ଚିଲା ବେଳେ ଆରମ୍ଭ ହୋଇଗଲା, କୁଆପଥର ମାଡ ସାଙ୍ଗକୁ ପ୍ରବଳ ବର୍ଷା। ଗୋଟେ ଚା ଦୋକାନରେ ପଶୁ ପଶୁ ଆମେ ଦେଖିଲୁ ଦଶଜଣ ଲୋକ ଗପୁଛନ୍ତି। ସେଠି ଆମେ ଟିକେ ପ୍ରସଙ୍ଗ ବଦଳାଇବାକୁ ଚାହିଁଲୁ। ପ୍ରଶ୍ନ ଥିଲା- ନବୀନ ବାବୁ ଏଥର ହିଞ୍ଜିଳି ସହ ବିଜେପୁରରୁ ବି ଲଢୁଛନ୍ତି। ଶୁଣାଯାଉଛି, ସେ ବିଜପୁରରୁ ଜିତିଲେ, ହିଂଜିଳି ଛାଡିବେ। ସେମିତି ହେଲେ ଆପଣମାନେ କଣ କରିବେ? ତେବେ ଲୋକଙ୍କ ଉତ୍ତର ଥିଲା ଆହୁରି ଚମକପ୍ରଦ। ଆମେ ବି ସେୟା ଶୁଣୁଛୁ, ହେଲେ ତାର କିଛି ଫରକ ପଡିବନି। କାରଣ ନବୀନଙ୍କ ପରେ ତାଙ୍କ ପୁତୁରା ହିଞ୍ଜିଲିରୁ ଲଢିବେ। ଏ ଉତ୍ତର ଆମପରି ସାମ୍ବାଦିକଙ୍କ ଲାଗି ଗୋଟେ ପ୍ରକାର ବିସ୍ମୟ। ନବୀନଙ୍କ ଉତ୍ତରାଧିକାର ପ୍ରସଙ୍ଗ ଆଜିଯାଏ ଉଠିନାହିଁ। ହେଲେ ହିଂଜିଳି, ଶେରଗଡ ଇତ୍ୟାଦି ଅଞ୍ଚଳରେ ଏହାକୁ ନେଇ ଢେର ଚର୍ଚ୍ଚା।

ନବୀନଙ୍କ ବିକଳ୍ପ ତାଙ୍କ ଭୋଟରମାନେ କଳ୍ପନା କରିସାରିଛନ୍ତି। ଅର୍ଥାତ ନବୀନଙ୍କ ଛାୟାରୁ ମୁକୁଳିବାର ଆଗ୍ରହ ହିଞ୍ଜିଳିବାସୀଙ୍କର ନାହିଁ। ହିଞ୍ଜିଳିରେ ନବୀନ ହାରିବେ ବୋଲି ଆପଣ ଯଦି କହିବେ, ଲୋକେ ଆପଣଙ୍କୁ ପାଗଳ କିମ୍ବା ନିର୍ବୋଧ ବୋଲି କହିବେ। ଏପରିକି ବିଜେପି ଓ କମ୍ୟୁନିଷ୍ଟ ପତାକାଧାରୀଙ୍କ ମତ ମଧ୍ୟ ସେୟା। ଗୋଟେ ବିଜେପି ପ୍ରଚାରଗାଡିକୁ ଅଟକାଇ ଆମେ ଜାଣିବାକୁ ଚାହିଁଥିଲୁ, ତାଙ୍କ ପ୍ରଚାର କେମିତି ଚାଲିଛି। ଉତ୍ତର ଆସିଲା, ଏଠି ନବୀନ ଛଡା ଆଉ କିଛି ନାଇଁ।

ଚାରିଥର ନିର୍ବାଚନ ଜିଣି ମୁଖ୍ୟମନ୍ତ୍ରୀ ହେବା ପରେ ଓ ପଞ୍ଚମଥର ନୂଆ ଏକ ନିର୍ବାଚନ ମଣ୍ଡଳୀ ବାଛିବା ସତ୍ତ୍ୱେ ନବୀନଙ୍କ ପ୍ରତି ତାଙ୍କ ଭୋଟର ବିମୁଖ ହେଉନାହାନ୍ତି କାହିଁକି? ଏହାର ଉତ୍ତର ହିଂଜିଳି –ଶେରଗଡ ଓ ଶେରଗଡ ସୋରଡା ରାସ୍ତାରୁ ମିଳିଯିବ। ରାଜ୍ୟ ରାଜପଥ ଓ ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ଏ ଅଞ୍ଚଳର ଯୋଗାଯୋଗ ଅଦ୍ଭୁତ ଭାବରେ ବିକଶିତ ହୋଇଛି। ସତ କହିବାକୁ ଗଲେ ଗତ ଚାରିଦିନ ଧରି ଭୁବନେଶ୍ବରରୁ ବାହାରି ଆମେ କୋରାପୁଟ ପର୍ଯନ୍ତ ପ୍ରାୟ ୨୦୦୦ କିଲୋମିଟର ରାସ୍ତା ବୁଲିଲୁଣି। ସବୁଠି ରାସ୍ତା ଚକାଚକ। ସେତେବଳେ ଏଡିଆରର ଗୋଟେ ସର୍ବେକ୍ଷଣ କହୁଛି, ଓଡିଶାରେ ରାସ୍ତାଘାଟର ଅବସ୍ଥା କୁଆଡେ ଖରାପ! ମୁଁ ବୁଝିପାରୁନି, କାହାକୁ ବିଶ୍ଵାସ କରିବି, ନିଜକୁ ନା ସର୍ବେକ୍ଷଣକୁ? ରାଜ୍ୟର ସବୁ ରାସ୍ତା ପରି ହିଂଜିଳି ରାସ୍ତା ମଧ୍ୟ ଭଲ। ଏଥିରେ ଅଲଗା କଣ ଅଛି? ରାମକୃଷ୍ଣ ସାହୁ ନାମକ ଜଣେ ହିଞ୍ଜିଳି ଭୋଟର କହିଥିଲେ, ହିଞ୍ଜିଳିରେ ଗତ ପାଞ୍ଚବର୍ଷ ଧରି ଯାହା ଘଟିଛି, ସେକଥା ଆମ କଳ୍ପନା ବାହାରେ।

ହିଞ୍ଜିଳିରେ ୟା ଭିତରେ ବହୁ ଅନୁଷ୍ଠାନ ଗଢି ଉଠୁଛି। ମେଡିକାଲ କଲେଜ, ଆଇଟିଆଇ, ପାର୍କ, ସବୁ ସରକାରୀ କୋଠାର ଚେହେରା ଚମତ୍କାର। ଜଣେ ବିଜେପି କର୍ମୀ ରାଗିକି କହିଲେ, ବୁଢାବୁଢି ଓ ମା’ ମାନେ ତ ନବୀନବାବୁକୁ ବିନା ପ୍ରଶ୍ନ ରେ ଭୋଟ ଦେବେ। ଆମେ ଯେତେ ପାଟି କଲେ କଣ ହେବ ? ତେବେ ନବୀନ ବାବୁଙ୍କ ନିର୍ବାଚନମଣ୍ଡଳୀରେ ଆଉ ଦୁଇଟି ପ୍ରସଙ୍ଗ ମଧ୍ୟ ଏଥର ମୁଣ୍ଡ ଟେକିଛି। ଆସ୍କା ଲୋକସଭା ପ୍ରାର୍ଥିନୀ ପ୍ରମିଳା ବିଶୋୟୀଙ୍କୁ ନେଇ ତଥାକଥିତ ଶିକ୍ଷିତ ଅଶିକ୍ଷିତ ପ୍ରସଙ୍ଗଟି ଏଥର ଆସ୍କାରେ ବେଶ ଚର୍ଚ୍ଚାରେ ରହିଛି। ଟିଭି ଦେଖୁଥିବା ସହରୀ ଯୁବାଙ୍କ ମନରେ ମୋଦୀ ଆଗ୍ରହ ବଢୁଛି। ତହିଁରୁ ଏକ ଛୋଟ ଅଂଶ ଓଡିଶାରେ ନବୀନ ଓ କେନ୍ଦ୍ରରେ ମୋଦୀ ଭଳି ଚିନ୍ତା କରୁଛନ୍ତି। ଏକଦା ଶେରଗଡ ଓ ହିଂଜିଳି କମ୍ୟୁନିଷ୍ଟମାନଙ୍କ ଦୁର୍ଗ ଥିଲା। ଏଥର ଆସ୍କା ଲୋକସଭାରେ ସିପିଆଇ ର ରାମକୃଷ୍ଣ ପଣ୍ଡା କଂଗ୍ରେସ ସହଯୋଗରେ ନିର୍ବାଚନ ଲଢୁଛନ୍ତି। ହେଲେ ହିଞ୍ଜିଳିରେ କମ୍ୟୁନିଷ୍ଟମାନେ କାହାନ୍ତି ?

( ମୋବାଇଲ୍ ରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଡାଇନଲୋଡ ପରେ ଇଂରାଜୀ କିମ୍ବା ଓଡିଆ ଭାଷା ବାଛି ସବମିଟ୍ କରନ୍ତୁ, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି ଖବର ପରେ ଖବର ପଢି ଚାଲନ୍ତୁ। )

 

assembly election hinjili naveen NaveenPatnaik odishanews
Share. Facebook Twitter LinkedIn Email WhatsApp Copy Link

Related Posts

ଯଦି ଏବେ ନିର୍ବାଚନ ହୁଏ…,କିଏ ପିନ୍ଧିବ ମୁକୁଟ?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ସର୍ଭେ

August 28, 2026

ସୋନିଆ ଗାନ୍ଧୀଙ୍କ ପୁସ୍ତକ ପ୍ରକାଶ କରିବାକୁ ମନା କଲା ପେଙ୍ଗୁଇନ୍: ଜାଣନ୍ତୁ କାରଣ

August 28, 2026

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026
Latest News

YouTube କୁ ଟକ୍କର ଦେବ ଏହି ନୂତନ ଆପ୍!: ଜାଣନ୍ତୁ ଏଥିରୁ କିପରି କରିବେ ରୋଜଗାର?

August 28, 2026

ଯଦି ଏବେ ନିର୍ବାଚନ ହୁଏ…,କିଏ ପିନ୍ଧିବ ମୁକୁଟ?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ସର୍ଭେ

August 28, 2026

ସୋନିଆ ଗାନ୍ଧୀଙ୍କ ପୁସ୍ତକ ପ୍ରକାଶ କରିବାକୁ ମନା କଲା ପେଙ୍ଗୁଇନ୍: ଜାଣନ୍ତୁ କାରଣ

August 28, 2026

ଦେବୀ ନଦୀ ପୋଲ ଉପରେ ସ୍କୁଟି ରଖି ନଦୀକୁ ଡେଇଁଲେ ଯୁବକ

August 28, 2026

ନେପାଳ ପ୍ରଳୟ : ଆଉ ତିନି ଓଡ଼ିଆ ନିଖୋଜ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.