Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆଲୁମିନିୟମ ଏୟାର ବ୍ୟାଟେରୀ ଉତ୍ପାଦନ କରିବା ପାଇଁ ଭାରତ ପ୍ରସ୍ତୁତ-ଧର୍ମେନ୍ଦ୍ର ପ୍ରଧାନ
ଅନ୍ତରାଷ୍ଟ୍ରୀୟ

ଆଲୁମିନିୟମ ଏୟାର ବ୍ୟାଟେରୀ ଉତ୍ପାଦନ କରିବା ପାଇଁ ଭାରତ ପ୍ରସ୍ତୁତ-ଧର୍ମେନ୍ଦ୍ର ପ୍ରଧାନ

March 17, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଲୁମିନିୟମ ଏୟାର ବ୍ୟାଟେରୀ ଉତ୍ପାଦନ କରିବା ପାଇଁ ଭାରତ ପ୍ରସ୍ତୁତ-ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ଆଲୁମିନିୟମ-ଏୟାର ବ୍ୟାଟେରୀ ଟେକ୍ନୋଲୋଜିକୁ ବ୍ୟବସାୟୀକରଣ କରିବା ଦିଗରେ ବୁଧବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଇସ୍ରାଏଲର ଉର୍ଜା ମନ୍ତ୍ରୀ ୟୁଭାଲ୍ ଷ୍ଟିନ୍‌ଞ୍ଜଙ୍କ ଉପସ୍ଥିତିରେ ଭିଡିଓ କନଫରେନ୍ସିଂ ଜରିଆରେ ଆଇଓସି ଫିନର୍ଜି ପ୍ରାଇଭେଟ୍ ଲିମିଟେଡ(ଆଇଓପି)ର ଉଦଘାଟନ ହୋଇଛି।

ଏହି ଯୌଥ ଉଦ୍ୟୋଗ ମାଧ୍ୟମରେ ଦେଶରେ ଆଲୁମିନିୟମ ଏୟାର ବ୍ୟାଟେରୀ ଉତ୍ପାଦନ କରିବା ଏବଂ ବ୍ୟବହାର ଯୁକ୍ତ ଆଲୁମିନିୟମର ପୁନଃବ୍ୟବହାର କରିବା ପାଇଁ ଆଗାମୀ ଦିନରେ ଯୋଜନା ରଖାଯାଇଥିବା ଶ୍ରୀ ପ୍ରଧାନ କହିଛନ୍ତି । ଉଲ୍ଲେଖନୀୟ ଯେ,ଆଇସି ଫିନର୍ଜି ପ୍ରାଇଭେଟ୍‌ ଲିମିଟେଡ ହେଉଛି ଇଣ୍ଡିଆନ ଅଏଲ ଏବଂ ଇସ୍ରାଏଲର ଫିନର୍ଜି କମ୍ପାନୀର ଯୋଥ ଉଦ୍ୟୋଗ ।

ଏହି କମ୍ପାନୀ ଭାରତୀୟ ଅଟୋମୋଟିଭ୍ ଉତ୍ପାଦନକାରୀ କମ୍ପାନୀକୁ ଆଲୁମିନିୟମ-ଏୟାର ବ୍ୟାଟେରୀ ଟେକ୍ନୋଲୋଜି ଯୋଗାଇବା ଇଣ୍ଡିଆନ ଅଏଲ ଏବଂ ଫିନର୍ଜି କମ୍ପାନୀ ସ୍ୱଚ୍ଛ, ସ୍ଥାୟୀ, ସୁଲଭ ଏବଂ ସୁରକ୍ଷିତ ଉର୍ଜାକୁ ଗୁରୁତ୍ୱ ଦେଇ ଏହାକୁ ଉପଲବ୍ଧ କରିବା ସହ ନୂଆ ଯାତ୍ରା ଆରମ୍ଭ କରିଥିବାରୁ ଏହି ଦୁଇ କମ୍ପାନୀକୁ ସେ ଧନ୍ୟବାଦ ଜଣାଇଛନ୍ତି।

ସେ କହିଛନ୍ତି ଯେ ଅଟୋମୋଟିଭ୍ କ୍ଷେତ୍ରରେ ଆଲୁମିନିୟମ ଏୟାର ଟେକ୍ନୋଲୋଜିର ବ୍ୟବସାୟକୁ ସହଯୋଗ କରିବା ପାଇଁ ଇଣ୍ଡିଆନ ଅଏଲ-ଫିନର୍ଜି ପ୍ରାଇଭେଟ ଲିମିଟେଡ୍ ସହ ଅଟୋମୋଟିଭ୍ ଉତ୍ପାଦନକାରୀ ମାରୁତି ସୁଜୁକି ଏବଂ ଅଶୋକ ଲେଲ୍ୟାଣ୍ଡ ମଧ୍ୟରେ ଲେଟର ଅଫ୍ ଇଂଟେଟ୍ ନେଇମଧ୍ୟ ଆଜି ଚୁକ୍ତି ହୋଇଯାଇଛି । ଆତ୍ମନିର୍ଭର ଭାରତ ଦିଗରେ ଏହା ବଡ଼ ଉପଲବ୍ଧି । ଏହି ଟେକ୍ନୋଲୋଜି ପରିବହନ କ୍ଷେତ୍ରରେ ପ୍ରଦୂଷଣ କମାଇବାରେ ସହାୟକ ହେବ ।

ଏହି ଯୌଥ ଉଦ୍ୟୋଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ମଧ୍ୟରେ ନୂଆଦିଲ୍ଲୀ ଠାରେ ୨୦୧୮ରେ ହୋଇଥିବା ବୁଝାମଣା ପତ୍ର(ଏମଓୟୁ)ର ପ୍ରତିଫଳନ । ପ୍ରଦୂଷଣ କମକରିବା ଭଳି ଉର୍ଜା ମାଧ୍ୟମରେ ଭାରତ ଜଳବାୟୁ ପରିବର୍ତନକୁ ହ୍ରାସ କରିବା ଦିଗରେ ନିଜର ପ୍ରତିବଦ୍ଧତା ଦର୍ଶାଇଛିା ଏହା ଭବିଷ୍ୟତ ପାଇଁ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ।

ଏହି ପଦକ୍ଷେପ ଆଲୁମିନିୟମ ଏୟାର ବ୍ୟାଟେରୀ ପରିସଂସ୍ଥାନର ସ୍ୱଦେଶୀ ବିକାଶକୁ ସୁବିଧା ପ୍ରଦାନ କରିବା ସହ ବିଦ୍ୟୁତଚାଳିତ ଯାନବାହାନର ଟେକ୍ନୋଲୋଜି କ୍ଷେତ୍ରରେ ମେକ୍ ଇନ୍ ଇଣ୍ଡିଆକୁ ମଜବୁତ୍ କରିବ । ଏହାସହ ଅନ୍ୟାନ୍ୟ ସ୍ୱଚ୍ଛ ଉର୍ଜା ଦିଗରେ ଗବେଷଣା ଏବଂ ବିକାଶ, ଟେକ୍ନୋଲୋଜି ଟ୍ରାନ୍ସଫର, ପୁଞ୍ଜିନିବେଶ, କ୍ଷମତା ନିର୍ମାଣକୁ ପ୍ରୋତ୍ସାହନ ପ୍ରଦାନ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

dharmendra pradhan କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଯାହା ଆଶଙ୍କା ଥିଲା, ତାହା ହେଲା: ଶେଷରେ ବଢିଲା ପେଟ୍ରୋଲ ଦର

March 20, 2026

୨୦୨୬ ଆଇପିଏଲ ରୁ ବାଦ ପଡିଲେ ୭ ଖେଳାଳି: ଜାଣନ୍ତୁ କିଏ?

March 20, 2026

ସବୁଠାରୁ ଶକ୍ତିଶାଳୀ ଚୁମ୍ବକ ତିଆରି କରିବ ଭାରତ: ମୋଦି ସରକାରଙ୍କ ବଡ଼ ଯୋଜନା

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026
Latest News

ଯାହା ଆଶଙ୍କା ଥିଲା, ତାହା ହେଲା: ଶେଷରେ ବଢିଲା ପେଟ୍ରୋଲ ଦର

March 20, 2026

୨୦୨୬ ଆଇପିଏଲ ରୁ ବାଦ ପଡିଲେ ୭ ଖେଳାଳି: ଜାଣନ୍ତୁ କିଏ?

March 20, 2026

ଓଡ଼ିଶା ପୋଲିସର ଐତିହାସିକ ସଫଳତା: ୬୫୪ ଆନ୍ତଃରାଜ୍ୟ ନିଶା ବେପାରୀ ଗିରଫ

March 20, 2026

ସବୁଠାରୁ ଶକ୍ତିଶାଳୀ ଚୁମ୍ବକ ତିଆରି କରିବ ଭାରତ: ମୋଦି ସରକାରଙ୍କ ବଡ଼ ଯୋଜନା

March 20, 2026

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.