Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବର୍ଦ୍ଧିତ ବିଦ୍ୟୁତ୍ ଦର ପ୍ରତ୍ୟାହାର ଦାବିରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ, 30 ମିନିଟ ଲାଇନ ବନ୍ଦ କରିବାକୁ ନିଷ୍ପତି
ବିଶେଷ ଖବର

ବର୍ଦ୍ଧିତ ବିଦ୍ୟୁତ୍ ଦର ପ୍ରତ୍ୟାହାର ଦାବିରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ, 30 ମିନିଟ ଲାଇନ ବନ୍ଦ କରିବାକୁ ନିଷ୍ପତି

March 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବର୍ଦ୍ଧିତ ବିଦ୍ୟୁତ୍ ଦର ପ୍ରତ୍ୟାହାର ଦାବିରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ, 30 ମିନିଟ ଲାଇନ ବନ୍ଦ କରିବାକୁ ନିଷ୍ପତି

ଭୁବନେଶ୍ୱର, କୋଭିଡ୍ ମହାମାରୀ ଯୋଗୁଁ ରାଜ୍ୟବାସୀଙ୍କର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ପଡିଥିବା ବେଳେ ଏବଂ ଏହି ସମସ୍ୟାରୁ ଜନସାଧାରଣ ସଂପୂର୍ଣ୍ଣ ମୁକ୍ତ ହୋଇନଥିବା ବେଳେ ରାଜ୍ୟ ସରକାରଙ୍କର ବିଦ୍ୟୁତ୍ ଦର ବୃଦ୍ଧି ଅତ୍ୟନ୍ତ ଅପରିଣାମଦର୍ଶିତା ଓ ଉପଭୋକ୍ତାଙ୍କ ଉପରେ ଏକ ବୋଝ ସଦୃଶ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି । ଏଥିପାଇଁ ରାଜ୍ୟବ୍ୟାପୀ ଜନ ଅସନ୍ତୋଷ ଦେଖା ଦେଇଛି ।

ଜନସାଧାରଣଙ୍କ ସ୍ୱାର୍ଥ ଦୃଷ୍ଟିରୁ କଂଗ୍ରେସ ଦଳ ଏହାକୁ କଦାପି ବରଦାସ୍ତ କରିବ ନାହିଁ । ଏହି ବର୍ଦ୍ଧିତ ଦର ସମସ୍ତଙ୍କୁ ବାଧୁ ଥିବାରୁ ଅପ୍ରେଲ ୪ ତାରିଖ ରବିବାର ସନ୍ଧ୍ୟା ଘ. ୬.୩୦ ମିନିଟ୍ ଠାରୁ ସନ୍ଧ୍ୟା ୭ ଘଟିକା ପର‌୍ୟ୍ୟନ୍ତ (୩୦ ମିନିଟ୍ ନିମନ୍ତେ) ରାଜ୍ୟବାସୀ ପ୍ରତିବାଦ ସ୍ୱରୂପ ନିଜ ଘରର ସମସ୍ତ ଲାଇଟ୍ ଓ ବୈଦ୍ୟୁତିକ ଉପକରଣ ବନ୍ଦ୍ ରଖିବା ପାଇଁ ପଟ୍ଟନାୟକ ନିବେଦନ କରିଛନ୍ତି ।

ଏହି ବର୍ଦ୍ଧିତ ଦର ପ୍ରତ୍ୟାହାର ଦାବିରେ ପ୍ରତ୍ୟେକ ଜିଲ୍ଲା କଂଗ୍ରେସ କମିଟି ତା ୫.୪.୨୦୨୧ ରିଖ ସୋମବାର ଦିନ ଜିଲ୍ଲା ସଦର ମହକୁମାଠାରେ ଥିବା ବିଦ୍ୟୁତ୍ କାର‌୍ୟ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ଓ ୪ ଘଣ୍ଟିଆ ଧାରଣା ଦେବେ ଏବଂ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ସଂପୃକ୍ତ ବିଦ୍ୟୁତ୍ ଅଧିକାରୀଙ୍କୁ ପ୍ରଦାନ କରିବେ ।

ସେହିଭଳି ଆସନ୍ତା ଏପ୍ରିଲ୍ ୬ ତାରିଖ ମଧ୍ୟରେ ପ୍ରତ୍ୟେକ ବ୍ଲକ ନଗର କଂଗ୍ରେସ କମିଟି ପକ୍ଷରୁ ନିଜ ଅଂଚଳରେ ଥିବା ବିଦ୍ୟୁତ୍ କାର‌୍ୟ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ଓ ୪ ଘଣ୍ଟିଆ ଧାରଣା ଦିଆଯିବ ବୋଲି ପିସିସି ପକ୍ଷରୁ ନିଷ୍ପତି ନିଆଯାଇଛି ।

କଂଗ୍ରେସ ଆନ୍ଦୋଳନ ବିଦ୍ୟୁତ ଦର
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

କେଜରିୱାଲ ଏବଂ ସିସୋଦିଆଙ୍କୁ ବଡ଼ ଆଶ୍ୱସ୍ତି: ଏହି ମାମଲାରେ ସିବିଆଇକୁ ଭର୍ତ୍ସନା କଲେ କୋର୍ଟ

February 27, 2026
Latest News

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.