Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାଲେଶ୍ଵର ପୌରାଞ୍ଚଳର ବିକାଶ ପାଇଁ ୧୫୫ କୋଟି ଟଙ୍କା ପ୍ରକଳ୍ପର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ବାଲେଶ୍ଵର ପୌରାଞ୍ଚଳର ବିକାଶ ପାଇଁ ୧୫୫ କୋଟି ଟଙ୍କା ପ୍ରକଳ୍ପର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

April 13, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ପର‌୍ୟ୍ୟାୟ ରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ବିକାଶ ସମ୍ପର୍କରେ ଦୁଇ ପର‌୍ୟ୍ୟାୟ ଉଚ୍ଚ ସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି.କେ ପାଣ୍ଡିଆନ ଓ ପୂର୍ତ୍ତ ସଚିବ କିଷନ କୁମାର ସକାଳେ ବାଲେଶ୍ଵର ଯାଇ ବିଭିନ୍ନ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଥିଲେ। ସେଠାରୁ ଫେରି ସେମାନେ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ । ଏହାକୁ ଭିତ୍ତି କରି ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ଘୋଷଣା କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି “ବାଲେଶ୍ଵର ହେଉଛି ଓଡିଶାର ଅନ୍ୟତମ ମୁଖ୍ୟ ସହର । ଏହା ମୋର ପ୍ରିୟ ଲେଖକ ଫକୀର ମୋହନ ସେନାପତିଙ୍କ ଜନ୍ମ ସ୍ଥାନ । ନିକଟରେ ମୁଁ ବାଲେଶ୍ଵର ବାସୀଙ୍କୁ କଥା ଦେଇଥିଲି ଯେ ବାଲେଶ୍ଵର ମ୍ୟୁନିସିପାଲିଟିର ବିକାଶ ଉପରେ ଆମେ ଧ୍ୟାନ ଦେବୁ ।”

ଏ ଅବସରରେ ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ପ୍ରକଳ୍ପ ଗୁଡିକ ଘୋଷଣା କରିଥିଲେ ।

୧. ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୮ କୋଟି ଟଙ୍କା ବ୍ୟୟରେ ବାଲେଶ୍ଵର ସହଦେବଖୁଣ୍ଟା ବସଷ୍ଟାଣ୍ଡ ର ବିକାଶ କରାଯିବ

୨. ତୁମୂଳିଆ ଗେଟ Flyover ଠାରୁ Station ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାକୁ ଛଅ ଥାକିଆ କରାଯିବ । ଏହା ସହିତ ଏ ରାସ୍ତାରେ ଆଧୁନିକ Street Lighting ର ବ୍ୟବସ୍ତା ମଧ୍ୟ କରାଯିବ । ବାଲେଶ୍ଵର ମ୍ୟୁନିସିପାଲିଟିର ସବୁ ମୁଖ୍ୟ ରାସ୍ତାର ଉନ୍ନତିକରଣ କରାଯିବ । ଏଥିରେ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି । ଏହା ସହରରେ ଟ୍ରାଫିକ ସମସ୍ୟା ଦୂର କରିବାରେ ସହାୟକ ହେବ ।

୩. ବାଲେଶ୍ଵର ର କ୍ରୀଡାବିତ ମାନଙ୍କ ଭିତରେ ଥିବା ପ୍ରତିଭା ର ବିକାଶ ପାଇଁ ବାଲେଶ୍ଵର ମ୍ୟୁନିସିପାଲିଟି ୧୪ କୋଟି ଟଙ୍କା ବ୍ୟୟରେ Multipurpose Indoor Hall, Swimming Pool ଆଦି ଉନ୍ନତ କ୍ରୀଡା ଭିତ୍ତିଭୂମି ର ବିକାଶ କରାଯିବ । ଏହାସହିତ କ୍ରୀଡାବିତ ମାନଙ୍କ ପାଇଁ ଉଚ୍ଚ ମାନର ତାଲିମ ବ୍ୟବସ୍ତା କରାଯିବ ।

୪. ବୁଢାବଳଙ୍ଗ ନଦୀ ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଜୀବନରେଖା। ୫୩ କୋଟି ଟଙ୍କା ଖର୍ଚ୍ଚରେ ବୁଢାବଳଙ୍ଗ ନଦୀବନ୍ଧର ସୁରକ୍ଷା ସହିତ ସୌନ୍ଦର୍ଯ୍ୟକରଣ କରାଯିବ । ବାଲେଶ୍ଵର ସହରବାସିଙ୍କ ପାଇଁ ଅବସର ବିନୋଦନ ନିମନ୍ତେ ବୁଢାବଳଙ୍ଗ ନଦୀକୁଳ ର ଆବଶ୍ୟକ ବିକାଶ କରାଯିବ ।

୫. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ମୁଖ୍ୟ ପୋଖରୀ ଗୁଡିକ ଯଥା ଗଡଗଡିଆ ପୋଖରୀ , ଶୋଭାରାମପୁର ପୋଖରୀ , ବଡଖୁଆ ପୋଖରୀ, ନୂଆ ପୋଖରୀ, ହରଚନ ପୋଖରୀ ଓ ହରଗଙ୍ଗା ପୋଖରୀ ଆଦିର ସୌନ୍ଦର୍ଯ୍ୟକରଣ ଓ ବିକାଶ କରାଯିବ । ଏହା ସହରର ପରିବେଶକୁ ସୁନ୍ଦର କରିବା ସହିତ ନାଗରିକ ମାନଙ୍କ ନିମନ୍ତେ Open Space ସୃଷ୍ଟି କରିବ।

୬. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର Drainage Channel ଓ ତତସଂଯୁକ୍ତ ରାସ୍ତା ଗୁଡିକର ୭ କୋଟି ଟଙ୍କା ବ୍ୟୟରେ ବିକାଶ କରାଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବାଲେଶ୍ଵର Medical College ର teaching hospital ନିମନ୍ତେ ୨୭୫ କୋଟି ଟଙ୍କାର କାମ ଚାଲୁ ରହିଛି । ସେହପରି ଗତ ୪ ୫ ମାସ ହେବ ବାଲେଶ୍ଵର ମ୍ୟୁନିସିପାଲିଟି ପକ୍ଷରୁ ୧୬ କୋଟି ଟଙ୍କା ବ୍ୟୟରେ ସହରରେ ସିମେଣ୍ଟ କଂକ୍ରିଟ ରୋଡ , କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଭିତ୍ତିଭୂମି ବିକାଶ କାମ ମଧ୍ୟ ଜାରି ରହିଛି ।

ଆମେ କଥା ନୁହେଁ ସବୁବେଳେ କାମରେ ବିଶ୍ବାସ କରୁ ବୋଲି ତାଙ୍କ ଉକ୍ତି କୁ ମୁଖ୍ୟମନ୍ତ୍ରୀ ଦୋହରାଇବା ସହ ଏ ସବୁ କାମ ଶୀଘ୍ର ଆରମ୍ଭ ହେବ ଓ ପ୍ରଥମିକତାର ସହ କାର‌୍ୟ୍ୟକାରୀ କରାଯିବ ବୋଲି ଘୋଷଣା କରିଥିଲେ । ବାଲେଶ୍ଵର ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଆମେ କାମ କରି ଚାଲିବୁ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏ ଦିଗରେ ବାଲେଶ୍ଵର ଜିଲ୍ଲାର ଭାଇ ଭଉଣୀ ମାନଙ୍କ ସହଯୋଗ କାମନା କରିଥିଲେ ।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ବଦଳୁଛି ପଶ୍ଚିମ ଏସିଆ ସ୍ଥିତି: ଦେଶରେ ଜାଳେଣି ଓ ଶକ୍ତି ସୁରକ୍ଷା ପାଇଁ ନିରନ୍ତର ଉଦ୍ୟମ ଜାରି

April 15, 2026
Latest News

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.