Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆଜିର ଖବର

ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

April 15, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ୧୮.୫.୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍‌ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।

ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ। ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ।

ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ।

ଏହି ନିଷ୍ପତ୍ତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ।

ସେହିପରି CBSE ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ନିମନ୍ତେ ୧୪.୪.୨୧ରୁ CBSE ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ। ଆସନ୍ତା ୧୯.୦୪.୨୧ ଠାରୁ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ବାରା ପରିଚାଳିତ ହଷ୍ଟେଲ ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।

ଓଡିଶା ବୋର୍ଡ ପରୀକ୍ଷା ମାଟ୍ରିକ ପରୀକ୍ଷା ସ୍ଥଗିତ ହେଲା ମାଟ୍ରିକ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026

ରାଶିଫଳ: ଆଜି ଏପ୍ରିଲ ୨୭ ତାରିଖ ସୋମବାରରେ ଏହି ରାଶିର ବ୍ୟକ୍ତମାନେ ରୁହନ୍ତୁ ସାବଧାନ

April 27, 2026

ବାହାଘର ବାଣ ପଡି ଜଳିଗଲା 6 ବଖରା

April 26, 2026

ରାଘବଙ୍କୁ କଟାକ୍ଷ କଲେ ଓମାର ଅବଦୁଲ୍ଲା

April 26, 2026
Latest News

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026

ରାଶିଫଳ: ଆଜି ଏପ୍ରିଲ ୨୭ ତାରିଖ ସୋମବାରରେ ଏହି ରାଶିର ବ୍ୟକ୍ତମାନେ ରୁହନ୍ତୁ ସାବଧାନ

April 27, 2026

ବାହାଘର ବାଣ ପଡି ଜଳିଗଲା 6 ବଖରା

April 26, 2026

ରାଘବଙ୍କୁ କଟାକ୍ଷ କଲେ ଓମାର ଅବଦୁଲ୍ଲା

April 26, 2026

ବିଜେପିକୁ ଟାର୍ଗେଟ କଲେ କେଜ୍ରିୱାଲ

April 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.