ଅମୃତ ଫଳ, ଶେଷ ତାନ୍ତ୍ରିକର ସନ୍ଧାନରେ, ଆରଣ୍ୟକ, ଲକ୍ଷ୍ମୀର ଅଭିସାର, ଶେଷ ବସନ୍ତର ଚିଠି, ଅରଣ୍ୟ ଉଲ୍ଲାସ, ଆବୁପୁରୁଷ ଓ ଅନ୍ୟାନ୍ୟ କାହାଣୀ,ଅବୋଲକରା କାହାଣୀ,କନକ ଉପତ୍ୟକାର କାହାଣୀ, ଅନ୍ତରଙ୍ଗ ଭାରତ ର ସ୍ରଷ୍ଟା ଥିଲେ ମନୋଜ ଦାସ। ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ବତୀ ସମ୍ମାନ ଓ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମଭୂଷଣା ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ ।
ସେ ଟାଇମସ ଏଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ , ଦ ହିନ୍ଦୁ ଏବଂ ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ । ତାଙ୍କର ବିୟୋଗ ଆଜି ଭାରତୀୟ ସାହିତ୍ୟ ମିୟମ୍ରାଣ ହୋଇପଡିଛି।