ସବୁ ରାଜ୍ୟକୁ କେନ୍ଦ୍ର ସରକାର ଯୋଗାଇ ଦେଲେ 16 କୋଟି କୋଭିଡ ଟିକା

Published: Apr 28, 2021, 4:48 pm IST

ନୂଆଦିଲ୍ଲୀ, କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ 16 କୋଟି କୋଭିଡ ଟିକା ମାଗଣାରେ ଦେଇଛନ୍ତି। ଯାହାର ମୋଟ ମୂଲ୍ୟ 14 କୋଟି 89 ଲକ୍ଷ ଟଙ୍କା ହେବ। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କହିଛି ଯେ ବର୍ତ୍ତମାନ ଏକ କୋଟିରୁ ଅଧିକ ଟିକା ଉପଲବ୍ଧ ଅଛି। ଆସନ୍ତା ତିନି ଦିନ ମଧ୍ୟରେ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳକୁ 57 ଲକ୍ଷରୁ ଅଧିକ କୋଭିଡ ଟିକା ପଠାଇବାକୁ ମନ୍ତ୍ରଣାଳୟ ନିଷ୍ପତି କରିଛି।

ମହାରାଷ୍ଟ୍ରରେ ଟିକା ଅଭାବ ଅଭିଯୋଗରେ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ରାଜ୍ୟକୁ 58 କୋଟି ଟିକା ଦିଆଯାଇଛି। ଯାହାର ମୋଟ ମୂଲ୍ୟ ଏକ କୋଟି 53 ଲକ୍ଷ ଟଙ୍କାରୁ ଅଧିକ ହେବ। ମନ୍ତ୍ରଣାଳୟ କହିଛି ଯେ ମହାରାଷ୍ଟ୍ରରେ 5 ଲକ୍ଷ 6 ହଜାର 319 ଟିକା ବାକି ଅଛି। ଆସନ୍ତା ତିନି ଦିନ ମଧ୍ୟରେ ପାଞ୍ଚ ଲକ୍ଷ ଟିକା ଦିଆଯିବ ବୋଲି ମନ୍ତ୍ରଣାଳୟ କହିଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଟିକା ତୃତୀୟ ପର୍ଯ୍ୟାୟ ମେ 1 ତାରିଖରୁ ଆରମ୍ଭ ହେଉଛି। ମନ୍ତ୍ରଣାଳୟ ସୂଚନା ଦେଇଛି ଯେ ଉତ୍ତରପ୍ରଦେଶରେ 12 ଲକ୍ଷ 92 ହଜାରରୁ ଅଧିକ ଟିକା ରହି ଥିବା ବେଳେ ବିହାରରେ 9 ଲକ୍ଷ 41 ହଜାର ଟିକା ରହିଛି। ତେଣୁ ଟିକାର ଅଭାବ କେଉଁଠାରେ ପରିଲକ୍ଷିତ ହେଉ ନାହିଁ ବୋଲି ବିଭାଗ ସ୍ପଷ୍ଟ କରିଛି।

Related posts