Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କୋଭିଡ ପରିସ୍ଥିତିର ରାଜ୍ୟ ଓ ଜିଲ୍ଲା ୱାରି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

କୋଭିଡ ପରିସ୍ଥିତିର ରାଜ୍ୟ ଓ ଜିଲ୍ଲା ୱାରି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

May 6, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
କୋଭିଡ ପରିସ୍ଥିତିର ରାଜ୍ୟ ଓ ଜିଲ୍ଲା ୱାରି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ କୋଭିଡ-୧୯ ପରିସ୍ଥିତିର ଆଜି ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଛନ୍ତି । ଦେଶରେ ବିଭିନ୍ନ ରାଜ୍ୟ ଓ ଜିଲ୍ଲା ୱାରୀ କୋଭିଡ ସଂକ୍ରମଣ ନେଇ ତାଙ୍କୁ ସବିଶେଷ ଅବଗତ କରାଯାଇଛି । ଯେଉଁ ୧୨ଟି ରାଜ୍ୟରେ ଏକଲକ୍ଷ ବା ତା’ଠାରୁ ଅଧିକ ମାମଲା ଅଛି ସେ ସମ୍ପର୍କରେ ତାଙ୍କୁ ଅବଗତ କରାଯାଇଛି । ଯେଉଁ ଜିଲ୍ଳାଗୁଡିକରେ ସଂକ୍ରମଣ ଅଧିକ ହୋଇଛି ସେ ସମ୍ପର୍କରେ ମଧ୍ୟ ତାଙ୍କୁ ଅବଗତ କରାଯାଇଥିଲା ।

ବିଭିନ୍ନ ରାଜ୍ୟରେ ସ୍ୱାସ୍ଥ୍ୟଗତ ଭିତ୍ତିଭୂମିକୁ କିପରି ସଜଡା ଯାଇଛି ସେ ସମ୍ପର୍କରେ ମଧ୍ୟ ସୂଚନା ଦିଆଯାଇଥିଲା । ଯେଉଁ ରାଜ୍ୟରେ ଏହାର ଆବଶ୍ୟକତା ରହିଛି ସେ ରାଜ୍ୟଗୁଡିକୁ ସାହାଯ୍ୟ ଓ ମାର୍ଗଦର୍ଶନ ଦେବା ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଶୀଘ୍ର ଓ ସମ୍ପୂର୍ଣ୍ଣ ସଙ୍ଗରୋଧଜନିତ ପଦକ୍ଷେପର ଆବଶ୍ୟକତା ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଯେଉଁ ଜିଲ୍ଲାଗୁଡିକରେ ସଂକ୍ରମଣ ପଜିଟିଭ ହାର ଶତକଡା ଦଶଭାଗ ବା ଶତକଡା ୬୦ଭାଗ ଅମ୍ଳଜାନ ସଂଯୋଗ ହୋଇଥିବା ଶଯ୍ୟା ବା ଆଇସିୟୁ ଅଧିକୃତ ହୋଇଥିବ ସେମାନଙ୍କୁ ଚିହ୍ନଟ କରିବାକୁ ରାଜ୍ୟଗୁଡିକୁ ମାର୍ଗଦର୍ଶିକା ପଠାଯାଇଥିବା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା । ପ୍ରଧାନମନ୍ତ୍ରୀ ଔଷଧପତ୍ରର ଉପଲବ୍ଧତାର ମଧ୍ୟ ସମୀକ୍ଷା କରିଥିଲେ । ରେମଡେସିଭିର ସମେତ ଅନ୍ୟ ଔଷଧର ଆଶୁ ଉତ୍ପାଦନ ବୃଦ୍ଧି ସମ୍ପର୍କରେ ତାଙ୍କୁ ଅବଗତ କରାଯାଇଥିଲା ।

ଟିକାକରଣର ସ୍ଥିତି ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ସମୀକ୍ଷା କରିବା ସହ ଆଗାମୀ କିଛି ମାସ ମଧ୍ୟରେ କିପରି ଟିକା ମାତ୍ରା ଉତ୍ପାଦନ ବୃଦ୍ଧି କରାଯିବ ସେ ସମ୍ପର୍କରେ ମଧ୍ୟ ବୁଝିଥିଲେ । ଏପର‌୍ୟ୍ୟନ୍ତ ୧୭.୭କୋଟି ଟିକା ବିଭିନ୍ନ ରାଜ୍ୟକୁ ପଠାଯାଇଥିବା ତାଙ୍କୁ ସୂଚନା ଦିଆଯାଇଥିଲା । ରାଜ୍ୟୱାରୀ ଟିକା ନଷ୍ଟ ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଥିଲେ ।

ଦେଶରେ ଶତକଡା ୩୧ଭାଗ ୪୫ବର୍ଷରୁ ଅଧିକ ହିତାଧିକାରୀଙ୍କୁ ଅନୂନ୍ୟ ଗୋଟିଏ ମାତ୍ରା ଦିଆଯାଇଥିବା ତାଙ୍କୁ ଅବଗତ କରାଯାଇଥିଲା । ଯେପରି ରାଜ୍ୟଗୁଡିକରେ ଟିକାକାରଣ କାର‌୍ୟ୍ୟକ୍ରମରେ ଶିଥିଳତା ନ ଆସେ ସେ ସମ୍ପର୍କରେ ରାଜ୍ୟଗୁଡିକୁ ସମ୍ବେଦନଶୀଳ କରିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାଆରୋପ କରିଥିଲେ । ଲକ୍ଡାଉନ ସତ୍ୱେ ଜନସାଧାରଣଙ୍କ ଟିକାଦାନ ପ୍ରକ୍ରିୟା ବନ୍ଦ ନ ହେବା ତଥା ଏଥିରେ ନିୟୋଜିତ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଅନ୍ୟ କାର‌୍ୟ୍ୟରେ ନ ଲଗାଇବା ଉଚିତ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ସର୍ବଶ୍ରୀ ରାଜନାଥ ସିଂ, ଅମିତ ଶାହା, ଡକ୍ଟର ହର୍ଷବର୍ଦ୍ଧନ, ପୀୟୂଷ ଗୋଏଲ, ମନସୁଖ ମାଣ୍ଡଭିୟା ଓ ଶ୍ରୀମତୀ ନିର୍ମଳା ସୀତାରମଣ ଓ ଅନ୍ୟାନ୍ୟ ମନ୍ତ୍ରୀ ଓ ଉଚ୍ଚପଦସ୍ଥ ଅଧିକାରୀଗଣ ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ ।

Prime Minister Prime Minister Narendra Modi କୋଭିଡ ସମୀକ୍ଷା କୋଭିଡ଼ ସମୀକ୍ଷା ବୈଠକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026
Latest News

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.