ଭୁବନେଶ୍ବର, ଓଡ଼ିଶା ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ଏବଂ କୋଭିଡ଼୧୯ ସଂକ୍ରମଣ ମାମଲା ବୃଦ୍ଧିର ଶୃଙ୍ଖଳାକୁ ଭାଙ୍ଗିବାପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ମଇ ମାସ ୧୦ ଓ ୧୧ ତାରିଖ (ସୋମବାର ଓ ମଙ୍ଗଳବାର) ଦିନ ୦୬ ଯୋଡ଼ା ସ୍ଥାନୀୟ ପସେଞ୍ଜର ଏବଂ ମେମୁ ଟ୍ରେନକୁ ଉଭୟ ଦିଗରୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଟ୍ରେନ୍ ଗୁଡିକ ହେଲା –
୦୧. ୦୮୪୫୬/୦୮୪୫୫ ଭୁବନେଶ୍ୱର-କେନ୍ଦୁଝରଗଡ଼ -ଭୁବନେଶ୍ୱର ବିଶେଷ ଟ୍ରେ
୦୨. ୦୮୪୧୨/୦୮୪୧୧ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ
୦୩. ୦୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ
୦୪. ୦୮୪୬୧/୦୮୪୬୨ କଟକ-ପାରାଦୀପ-କଟକ ବିଶେଷ ଟ୍ରେନ
୦୫. ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ
୦୬. ୦୮୫୨୮/୦୮୫୨୭ ବିଶାଖାପାଟନମ୍-ରାୟପୁର-ବିଶାଖାପାଟନମ୍ ବିଶେଷ ଟ୍ରେନ