Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଚାଷୀଙ୍କୁ ନବୀନ ପଟ୍ଟନାୟକଙ୍କ ଅକ୍ଷୟ ତୃତୀୟା ଭେଟି, ଆଜି ଖାତାକୁ ଗଲା ୯୨୦ କୋଟି ଟଙ୍କା
ଜାତୀୟ ଖବର

ଚାଷୀଙ୍କୁ ନବୀନ ପଟ୍ଟନାୟକଙ୍କ ଅକ୍ଷୟ ତୃତୀୟା ଭେଟି, ଆଜି ଖାତାକୁ ଗଲା ୯୨୦ କୋଟି ଟଙ୍କା

May 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୂବନେଶ୍ୱର, ଆସନ୍ତା କାଲି ଅଷୟ ତୃତୀୟା। ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦର ଦିନ । ଚାଷ କାମ ର ଅନୁକୂଳ କାଲିଠାରୁ ଆରମ୍ଭ ହୋଇଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର ୪୨ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଖାତାରେ ଖରିଫ ୨୦୨୧ ପାଇଁ କାଳିଆ ଯୋଜନାରେ ୯୨୦ କୋଟି ଟଙ୍କା ଜମା କରାଯାଇଥିବା ବିଷୟ ଘୋଷଣା କରିଛନ୍ତି ।

ରାଜ୍ୟର ଛୋଟ ଚାଷୀ ,ନାମ ମାତ୍ର ଚାଷୀ ,ଓ ଭୂମିହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନାର ସହାୟତା ପାଇ ଏହାକୁ ଚାଷ କାମରେ ତଥା ଜୀବନ ଜୀବିକାର ଉନ୍ନତିରେ ଲଗେଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ ଯୋଜନା । ଏହି ଯୋଜନା ଚାଷୀ ମୁହଁ ରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ ଏହା ସହାୟକ ହୋଇଛି।

ଚାଷୀଙ୍କ ତ୍ୟାଗର ଉଚ୍ଚ ପ୍ରଶସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗର୍ବ ଓ ଗୌରବ । ଦେଶ ଓ ସମାଜ ପାଇଁ ଚାଷୀ ତ୍ୟାଗର ତୁଳନା ନାହିଁ । ଗତବର୍ଷ କୋଭିଡ଼ ସମୟରେ ଚାଷୀ ହି ଅର୍ଥନୀତି କୁ ସଂଜୀବନୀ ପରି ଶକ୍ତି ଦେଇଥିଲେ । ତେଣୁ ଚାଷୀର ତ୍ୟାଗର ମୂଲ୍ୟ କେହି ଦେଇ ପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏଥିସହ ସେ କହିଥିଲେ ଯେ, “ମୋ ରାଜ୍ୟର ଚାଷୀ ,ଭଲରେ ରହୁ । ତାର ରୋଜଗାର ବଢୁ ତା ପରିବାରରେ ସମୃଦ୍ଧି ଆସୁ ।ଏଥିପାଇଁ ମୁଁ କାମ କରୁଛି ଓ କରି ଚାଲିବି ।”

କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏବେ ଆମେ କୋଭିଡ଼ ସଂକ୍ରମଣର ଦ୍ଵିତୀୟ ଲହରର ସାମନା କରୁଛେ । ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକ୍ ଡାଉନ ଚାଲିଛି । କିନ୍ତୁ କୃଷି ଷେତ୍ର ପାଇଁ କୌଣସି ଲକ୍ ଡାଉନ ନାହିଁ । ତେଣୁ ଚାଷୀ ଭାଇମାନେ କୋଭିଡ଼ ନିୟମ ମାନି ଚାଷ କାମ ଜାରି ରଖିବା ସହିତ ସରକାରଙ୍କ ବିଭିନ୍ନ କୃଷି ବିକାଶ ଯୋଜନାର ସୁଯୋଗ ମଧ୍ୟ ନେବା ସେ ପାଇଁ ଆହ୍ଵାନ ଜଣାଇଥିଲେ ।

ଶେଷରେ ଚଳିତ ବର୍ଷ ପାଇଁ ଭଲ ପାଗ ,ଭଲ ଫସଲ ଓ ଚାଷୀ ପରିବାରର ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହ ମୁଖ୍ୟମନ୍ତ୍ରୀ ସରକାରଙ୍କ କୋଭିଡ଼ ନିୟମକୁ କଡା କଡି ଭାବରେ ପାଳନ କରିବା ପାଇଁ ସମସ୍ତଙ୍କୁ ପୁଣି ଥରେ ନିବେଦନ କରିଥିଲେ ।

ସୂଚନାଯୋଗ୍ୟ ଯେ କାଳିଆ ଯୋଜନା ରାଜ୍ୟ ସରକାରଙ୍କ ଶ୍ରେଷ୍ଠ କୃଷି କଲ୍ୟାଣ ଯୋଜନା । ଏହି ଯୋଜନାରେ ଲଷ ଲଷ ଛୋଟ ଚାଷୀ , ନାମମାତ୍ର ଚାଷୀ ଓ ଭୂମିହୀନ ଚାଷୀ ପରିବାର ଉପକାର ପାଉଛନ୍ତି । କାଳିଆ ସହାୟତାରେ ଚାଷୀ କୃଷି ସାମଗ୍ରୀ କିଣିବା ବେଳ ଭୂମିହୀନ ଚାଷୀ ଛେଳି କୁକୁଡ଼ା ବତକ ପାଳନ ଆଦିରେ ବିନିଯୋଗ କରି ତା ପରିବାରର ରୋଜଗାର ବଢାଇଥାଏ ।

ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ,କାଳିଆ ଯୋଜନା କିପରି କୋଭିଡ଼ ସମୟରେ ଚାଷୀ ପରିବାର ପାଇଁ ଉପାଦେୟ ସାବ୍ୟସ୍ତ ହୋଇପାରିଛି ତା ଉପରେ ଆଲୋକପାତ କରିଥିଲେ  ଏହି କାଯ୍ୟକ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ କାଯ୍ୟାଳୟ ର ମୁଖ୍ୟ ପରାମର୍ଶ ଦାତା ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

କାଳିଆ ଯୋଜନା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Latest News

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.