Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଆଜି ହେଉଛି ଅକ୍ଷୟ ତୃତୀୟା, ଏହି ପବିତ୍ର ତିଥିରେ ଜଗନ୍ନାଥ ମନ୍ଦିରରେ ପାଳନର ରହିଛି ସ୍ବତନ୍ତ୍ରତା
ଧର୍ମ

ଆଜି ହେଉଛି ଅକ୍ଷୟ ତୃତୀୟା, ଏହି ପବିତ୍ର ତିଥିରେ ଜଗନ୍ନାଥ ମନ୍ଦିରରେ ପାଳନର ରହିଛି ସ୍ବତନ୍ତ୍ରତା

May 15, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ହେଉଛି ଅକ୍ଷୟ ତୃତୀୟା, ଏହି ପବିତ୍ର ତିଥିରେ ଜଗନ୍ନାଥ ମନ୍ଦିରରେ ପାଳନର ରହିଛି ସ୍ବତନ୍ତ୍ରତା

ଭୁବନେଶ୍ବର, ଅକ୍ଷୟ ତୃତୀୟା ହେଉଛି ଓଡିଶାର ଏକ ବଡ ପର୍ବ। କାରଣ ଏହି ପର୍ବରେ ବିଭିନ୍ନ କାର୍ଯ୍ୟ ଅନୁକୂଳ କରିବା ପାଇଁ ସମସ୍ତେ ଅପେକ୍ଷା କରି ରହିଥାନ୍ତି। ଏହି ତିଥୀରେ ଶ୍ରୀମନ୍ଦିରରେ ମଧ୍ୟ ସ୍ବତନ୍ତ୍ର ରୀତିନୀତି ପାଳିତ ହୋଇଥାଏ।

ଏହି ତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାଯ୍ୟ ତଥା ଦେଉଳ ପୁରୋହିତ ରଥ ନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ । ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ ।

ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠଲାଗିଥାଏ । ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହି କାର‌୍ୟ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ ।

ଏହି ଦିନ ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ । ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନ ଯାତ୍ରା ପାଳନ କରାଯାଏ । ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର‌୍ୟ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।

ଅକ୍ଷୟ ତୃତୀୟା ରଥକାଠ ଅନୁକୂଳ
Share. Facebook Twitter LinkedIn Email WhatsApp Copy Link

Related Posts

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026
Latest News

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.