Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭର୍ଚୁଆଲ ପ୍ଲାଟଫର୍ମ ରେ ବିଜୁ ଯୁବ ଜନତା ଦଳର କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ
ବିଶେଷ ଖବର

ଭର୍ଚୁଆଲ ପ୍ଲାଟଫର୍ମ ରେ ବିଜୁ ଯୁବ ଜନତା ଦଳର କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ

May 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭର୍ଚୁଆଲ ପ୍ଲାଟଫର୍ମ ରେ ବିଜୁ ଯୁବ ଜନତା ଦଳର କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ର ସାମାଜିକ ଅନୁଷ୍ଠାନ ‘ଓଡ଼ିଶା ମୋ ପରିବାର’ ସମସ୍ତ ସାମାଜିକ କାର୍ଯ୍ୟ କୁ ସମଗ୍ର ରାଜ୍ୟରେ ତ୍ବରାନ୍ବିତ କରୁଅଛି।ଏହି ପରିପ୍ରେକ୍ଷୀରେ ଯୁବ ବିଜେଡ଼ି ରାଜ୍ୟ ସଭାପତି ତଥା ମାନ୍ୟବର ବିଧାୟକ ବ୍ୟୋମକେଶ ରାୟଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ପ୍ଲାଟଫର୍ମ ରେ କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ସେ କହିଥିଲେ” ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନ ରେ ବିଜୁ ଜନତା ଦଳ ର ସାମାଜିକ ପ୍ରତିବଦ୍ଧତା ଆଜି ସମଗ୍ର ଦେଶରେ ସାମାଜିକ ବିପ୍ଲବ ରେ ପରିଣତ ହୋଇପାରିଛି। ବିଜୁ ଯୁବ ଜନତା ଦଳ’ ଓଡ଼ିଶା ମୋ ପରିବାର’ ର ସମସ୍ତ ସାମାଜିକ କାର୍ଯ୍ୟ ଯଥା ଜୀବନ ବିନ୍ଦୁ ରକ୍ତଦାନ,ପ୍ଲାଜମା ସଂଗ୍ରହ,କୋଭିଡ୍ ସହାୟତା କାର୍ଯ୍ୟକ୍ରମ କୁ ଆହୁରି ବ୍ୟାପକ କରିବ।ଏହି କୋଭିଡ୍ ପରିଚାଳନା

ସମୀକ୍ଷା ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜୁ ଜନତା ଦଳ ର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ତଥା ବିଧାୟକ ପ୍ରଣବ ବଳବନ୍ତରାୟ କହିଥିଲେ ଯେ ” କୋଭିଡ ୧୯ ର ପ୍ରଥମ ଏବଂ ଦ୍ବିତୀୟ ଲହର ସମୟରେ ମାନ୍ୟବର ମୂଖ୍ୟମନ୍ତ୍ରୀ ଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ବ ଆଧାର ରେ ରାଜ୍ୟ ସରକାର କୋଭିଡ୍ ହସ୍ପିଟାଲ ଠାରୁ ଆରମ୍ଭ କରି କୋଭିଡ୍ ଟିକାକରଣ ପର୍ଯ୍ୟନ୍ତ କୋଭିଡ୍ ପରିଚାଳନା କ୍ଷେତ୍ରରେ ଠିକ ସମୟରେ ଠିକ ନିଷ୍ପତ୍ତି ନେଇ ଅନେକ ମାଇଲଖୁଣ୍ଟ ପ୍ରତିଷ୍ଠା କରିପାରିଛନ୍ତି”।

ଏହି ଅବସରରେ ରାଜ୍ୟ ସରକାର ଙ୍କ ଦ୍ଵାରା ଗ୍ଲୋବାଲ ଅନଲାଇନ ଟେଣ୍ଡର ମାଧ୍ୟମରେ ୩କୋଟି ୮୦ ଲକ୍ଷ କୋଭିଡ ଟିକା କ୍ରୟ କରିବା ର କାର୍ଯ୍ୟକ୍ରମ ଆରମ୍ଭ କରିଥିବାରୁ ବିଜୁ ଯୁବ ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁୟସୀ ପ୍ରଶଂସା କରାଯାଇଥିଲା। ଏହି ସମୀକ୍ଷା ବୈଠକରେ ବିଜେଡି ଆଇ.ଟି ସଂଯୋଜକ ସୁବ୍ରତ ଛାଟୋଇ, ବିଜୁ ଯୁବ ଜନତା ଦଳ ର ରାଜ୍ୟ କାର୍ଯ୍ୟକାରୀ ସଭାପତି ବୈକୁଣ୍ଠ ନାୟକ,ଶୁଭେନ୍ଦୁ ମଙ୍ଗରାଜ, ବରିଷ୍ଠ ଉପସଭାପତି ଧୃତି ରଂଜନ ମାର୍ଥା, ଜ୍ୟୋସ୍ନାମୟୀ ପରିଡ଼ା, ରାଜ୍ୟ ସାଧାରଣ ସଂପାଦକ ଆଶିଷ ରଂଜନ ମିଶ୍ର,ତାରିଣୀ ପ୍ରସାଦ ନାୟକ ଙ୍କ ସମେତ ସମସ୍ତ ରାଜ୍ୟ ସ୍ତରୀୟ ନେତୃବୃନ୍ଦ ଯୋଗ ଦେଇଥିଲେ।

କୋଭିଡ୍ ବିଜୁ ଯୁବ ଜନତା ଦଳ ବ୍ୟୋମକେଶ ରାୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026
Latest News

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.