Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କରୋନା ଗ୍ରାଫ ସହ ପରିଚାଳନାକୁ ତୀକ୍ଷ୍ମ ନଜର ରଖିଛନ୍ତି ରାଜ୍ୟ ସରକାର, ପରିସ୍ଥିତି ଦେଖି ନେବେ ନିଷ୍ପତି
ବିଶେଷ ଖବର

କରୋନା ଗ୍ରାଫ ସହ ପରିଚାଳନାକୁ ତୀକ୍ଷ୍ମ ନଜର ରଖିଛନ୍ତି ରାଜ୍ୟ ସରକାର, ପରିସ୍ଥିତି ଦେଖି ନେବେ ନିଷ୍ପତି

May 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର,ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି ବୋଲି କହିହେବ ନାହିଁ। ବର୍ତ୍ତମାନ ସହର ସହିତ କରୋନା ଗ୍ରାମାଞ୍ଚଳ ଆଡକୁ ମୁହାଁଇବାରେ ଲାଗିଛି। ତେବେ ଏହି ପରିସ୍ଥିତିକୁ ସଂପୂର୍ଣ୍ଣ ନଜରରେ ରଖାଯାଇଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି। ପରିସ୍ଥିତି ଦେଖି ପରବର୍ତ୍ତି ପଦକ୍ଷେପ ନିଆଯିବ ବୋଲି ସେ ପରୋକ୍ଷରେ ସୂଚନା ଦେଇଛନ୍ତି।

ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି ଯେ, ରାଜ୍ୟ ସରକାର ପ୍ରତ୍ୟକ ଜିଲ୍ଲାର କୋଭିଡ ସ୍ଥିତି ଏବଂ ଏହାର ମୁକାବିଲା କାର୍ଯ୍ୟକ୍ରମ ଉପରେ ତୀକ୍ଷଣ ଦୃଷ୍ଟି ରଖିଛନ୍ତି। ପ୍ରତିଦିନ କାର୍ଯ୍ୟକୁ ଅନୁଧ୍ୟାନ କରୁଛନ୍ତି । ରାଜ୍ୟର ୧୦ ଟି ଜିଲ୍ଲା ଯଥା-ଭଦ୍ରକ , ବଲାଙ୍ଗିର , ଦେବଗଡ , ଗଜପତି,କଳାହାଣ୍ଡି , ନବରଙ୍ଗପୁର , ନୂଆପଡା, ସମ୍ବଲପୁର,ସୁନ୍ଦରଗଡ ଓ ଝାରସୁଗୁଡା ଆଦି ଜିଲ୍ଲାରେ ଗତ ୨ ସପ୍ତାହ ମଧ୍ୟରେ କରୋନା ସଂକ୍ରମଣ ହାର ପ୍ରାୟତଃ ସ୍ଥିର ରହିଛି ବା କମିବାକୁ ଆରମ୍ଭ କରିଛି। ତେବେ ବି ଗତ ୧୦ ଦିନ ମଧ୍ୟରେ ରାଜ୍ୟରେ ଦୈନିକ ସଂକ୍ରମଣ୧୦ ରୁ ୧୨ ହଜାର ମଧ୍ୟରେ ରହିଛି ।

ସେ କହିଛନ୍ତି ଯେ, ବର୍ତ୍ତମାନ ସାରା ରାଜ୍ୟରେ ଲକ ଡାଉନ କଟକଣା ଜାରି ରହିଛି । ଜନ ସାଧାରଣ ଏହି କଟକଣାକୁ ହାଲୁକା ଭାବେ ନନେଇ ଏହାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଯେଉଁ ନିବେଦନ କରିଛନ୍ତି, ତାହାକୁ ଅକ୍ଷରେ ଅକ୍ଷରେ ପାଳନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅନୁରୋଧ କରିଥିଲେ । ମାସ୍କ ବ୍ୟବହାର କରିବା, ସାମାଜିକ ଦୂରତା ରଖିବା, ଘର ଭିତରେ ରହିବା, ନିହାତି ଦରକାର ନଥିଲେ ବାହାରକୁ ନଯିବା, ବାହାରକୁ ଯିବା ସମୟରେ ଭିଡଠାରୁ ଦୂରେଇ ରହିବା ଆଦି ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ଵାରୋପ କରିଥିଲେ ।

ମୁଖ୍ୟ ଶାସନ ସଚିବ କହିଥିଲେ ଯ, କରୋନା ଲଢେଇରେ ନିୟୋଜିତ ରାଜ୍ୟର ଡାକ୍ତର,ସ୍ୱାସ୍ଥ୍ୟ ଅଧିକାରୀ , ସ୍ୱାସ୍ଥ୍ୟକର୍ମୀ ଓ କର୍ମଚାରୀମାନେ ଦିନରାତି କଠିନ ପରିଶ୍ରମ କରୁଛନ୍ତି । ନିଜର ଜୀବନକୁ ବିପନ୍ନ କରି ସେମାନେ ସେବା ଯୋଗାଉଛନ୍ତି । ଏମାନଙ୍କୁ ସମସ୍ତ ପ୍ରକାର ସହଯୋଗ କରିବା ପାଇଁ ମୁଖ୍ୟଶାସନ ସଚିବ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ଏବଂ କହିଥିଲେ ଯେ, ଆମେ ସମସ୍ତେ ମିଳିମିଶି ଚେଷ୍ଟାକଲେ ଆସନ୍ତା କିଛିଦିନ ମଧ୍ୟରେ କରୋନା ସଂକ୍ରମଣକୁ ପୂର୍ଣ୍ଣମାତ୍ରାରେ ନିୟନ୍ତ୍ରଣାଧୀନ କରିପାରିବ। ।

କରୋନା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ

August 12, 2026

ପତନ ଦ୍ୱାରରେ ଆମେରିକୀୟ ଡଲାରର ପ୍ରାଧାନ୍ୟ!: କ’ଣ ଭାରତକୁ ମିଳିବ ଲାଭ?

August 12, 2026

“ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

August 12, 2026

ଛଅ ବର୍ଷ ପରେ ପୁଣି ଥରେ LAC ରେ ଉତ୍ତେଜନା: ମୁହାଁମୁହିଁ ହେଲେ ଭାରତ ଏବଂ ଚୀନ୍ ସୈନିକ 

August 12, 2026
Latest News

ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ

August 12, 2026

ଟିମ୍ ଇଣ୍ଡିଆର ଖେଳାଳିଙ୍କ ଆହତ ପାଇଁ ଗୌତମ ଗମ୍ଭୀର ଦାୟୀ!: ପୂର୍ବତନ ଖେଳାଳିଙ୍କ ବଡ଼ ବିବୃତ୍ତି

August 12, 2026

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ଗୋମୁତ୍ରରୁ ରୋଜଗାର: ୧୫ ଟି ଗାଁରେ ଏକ ଅନନ୍ୟ ପ୍ରକଳ୍ପ ଆରମ୍ଭ

August 12, 2026

ପତନ ଦ୍ୱାରରେ ଆମେରିକୀୟ ଡଲାରର ପ୍ରାଧାନ୍ୟ!: କ’ଣ ଭାରତକୁ ମିଳିବ ଲାଭ?

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.