Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋଭିଡରେ ମୃତକଙ୍କ ବିଧବା ଓ ବାପା ମା’ଙ୍କୁ ହରାଇଥିବା ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା
ବିଶେଷ ଖବର

କୋଭିଡରେ ମୃତକଙ୍କ ବିଧବା ଓ ବାପା ମା’ଙ୍କୁ ହରାଇଥିବା ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

May 17, 2021No Comments5 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି। କରୋନାର ଏହି ଦ୍ବିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି। ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ ଆମର ଲଢେଇକୁ ଆହୁରି ମଜବୁତ କରିବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗତ ଏକ ମାସରୁ ଉର୍ଦ୍ଧ୍ବ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି। ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ। ଆମ ପ୍ରଶାସନ ଓ ସ୍ବାସ୍ଥ୍ୟକର୍ମୀ ମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସେମାନଙ୍କର ଉଚ୍ଚପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦେଶର ଅନ୍ୟ ଭାଗର ଘଟଣା ଉପରେ ଓଡ଼ିଶା ତୀକ୍ଷଣ ନଜର ରଖିବା ସହ ସେମାନଙ୍କ ଅଭିଜ୍ଞତା ଭିତ୍ତିରେ ଆଗୁଆ ପଦକ୍ଷେପ ନେଉଛି।

ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ଆଇସିୟୁ-ଏଚଡିୟୁ ଶଯ୍ୟାରେ ବୃଦ୍ଧି କରାଯାଇଛି। ପ୍ରତି ଜିଲ୍ଲାରେ ଅକ୍‌ସିଜେନ ସଂଯୁକ୍ତ ଶଯ୍ୟାର ବ୍ୟବସ୍ଥା ମଧ୍ୟ କରାଯାଇଛି। ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ତ୍ରୁଟିଶୂନ୍ୟ ଅକ୍‌ସିଜେନ ଯୋଗାଣ ପାଇଁ ଅଧିକ ଅକ୍‌ସିଜେନ ସିଲିଣ୍ଡର, ରିଫିଲିଂ ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି। ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକ୍‌ସେଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ ଅକ୍‌ସିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି। ଜରୁରୀ ଔଷଧ ଓ ଅକ୍‌ସିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ଆମେ ସ୍ବତନ୍ତ୍ର ଦୃଷ୍ଟି ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନ୍ୟ ରାଜ୍ୟ କୁ ଅକ୍ସିଜେନ ଯୋଗାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ
ନିଜ ରାଜ୍ୟର ଚାହିଦା ପୂରଣ ସହିତ ଆଜି ଓଡିଶା ଅନ୍ୟ ରାଜ୍ୟକୁ ମଧ୍ୟ ଅକ୍‌ସିଜେନ ଯୋଗାଇ ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି। ଏହା ଓଡିଶା ପାଇଁ ନିଶ୍ଚିତ ଭାବରେ ଗୌରବର କଥା।

ରାଜ୍ୟରେ ଅକ୍‌ସେଜେନ ପରିଚାଳନା ବ୍ୟବସ୍ଥା ସୁଦୃଢ କରିବା ଏବଂ ଏଥିପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଏକ ଟାକ୍‌ସଫୋର୍ସ ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏହି ଲଢେଇରେ ସ୍ବାସ୍ଥ୍ୟ କର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ବ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ବ ଦିଆଯାଇଛି ଏବଂ ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି। ଏହାସହିତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଆଉଛି। ଘରୋଇ ଡାକ୍ତରଖାନା ମାନଙ୍କୁ ସାଥିରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହାଦ୍ବାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡିଶାର ମୃତ୍ୟୁ ହାର ସେଥିପାଇଁ କମ୍‌ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ। ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ। କରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆମର ଲୋକମାନେ ଯେପରି ଶୀଘ୍ର ଟିକା ପାଇପାରିବେ, ସେଥିପାଇଁ ଆମେ ବିଶ୍ବ ବଜାରରୁ ଟିକା କିଣିବା ପ୍ରକ୍ରିୟା ଆରମ୍ଭ କରିଛୁ। ଵୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ ଏବଂ କରୋନା ବିରୁଦ୍ଧରେ ଏହି ଲଢେଇରେ ଆମକୁ ମାର୍ଗ ଦେଖାଇବା ପାଇଁ ଏକ ଉଚ୍ଚସ୍ତରୀୟ ବୈଷୟିକ କମିଟି ଗଠନ ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

କୋଭିଡ ପରିଚାଳନାରେ ଗୋଷ୍ଠୀକୁ ମୁଖ୍ୟ ସ୍ତମ୍ଭ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆରମ୍ଭରୁ ହିଁ ଗ୍ରାମ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି। ଲୋକଙ୍କୁ ସେବା ଯୋଗାଇବା ପାଇଁ ଏଏନଏମ, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥିରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି ବୋଲି ସେ କହିଥିଲେ।

ଆସନ୍ତା ମଇ ୨୪ ତାରିଖରୁ ୩ ମାସ ପାଇଁଁ ସାରା ରାଜ୍ୟରେ ଆଶା ଓ ଏଏନଏମ ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ। ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ପ୍ରତି ଗାରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇ ଥିଲେ୍

ସେହିପରି ଗୃହ ସଂଗରୋଧ ତଦାରଖ ଦାୟିତ୍ବରେ ଥିବା ଆଶାକର୍ମୀ ମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍‌ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦେଖି ଗାଁରେ ଟିଏମସି ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ। ଗତବର୍ଷ ତୁଳନାରେ ଏ ବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍‌ ଥିଲେ ମଧ୍ୟ ସରକାର ଜୋନାଲ ଟିଏମସି ଆରମ୍ଭ କରି ସାରିଛନ୍ତି।

କୋଭିଡ ଯୋଗୁ ଅନେକ ପରିବାରର ଆତ୍ମୀୟସ୍ବଜନଙ୍କ ଅସମୟରେ ବିୟୋଗ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ଏହି ଦୁଃଖ ସମୟରେ ସରକାର ସେମାନଙ୍କ ସହିତ ରହିଛନ୍ତି ବୋଲି ସାହସ ଦେଇ ଥିଲେ।

କୋଭିଡ ମୃତକଙ୍କ ପରିବାରର ବିଧବା ଓ ବାପା ମା ଙ୍କୁ ହରାଇ ଥିବା ପିଲା ମାନଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ସହିତ ପିଲାମାନଙ୍କ ପାଇଁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ବର୍ତ୍ତମାନ କୋଭିଡର ଦ୍ବିତୀୟ ଲହର ମଧ୍ୟରେ ଅଛୁ । ଆଗକୁ ଆମକୁ କେତେ ଲହର ଓ କେତେ ଭାରିଏଣ୍ଟର ମୁକାବିଲା କରିବାକୁ ହେବ, ତାହା କେହି ଜାଣିନାହିଁ।

ଦ୍ବିତୀୟ ଲହରର ପ୍ରଭାବ ହ୍ରାସ କରିବା ପାଇଁ ଆମେ ଲକ୍‌ଡାଉନ କରିଛୁ। କିନ୍ତୁ କେବଳ ଲକ୍‌ଡାଉନ ଏହାର ସମାଧାନ ନୁହେଁ। କାରଣ ଏହାଦ୍ବାରା ଅନେକ ଲୋକଙ୍କ ଜୀବିକା ଗଭୀର ଭାବରେ ପ୍ରଭାବିତ ହେଉଛି। ଏହା ଏକ ଲମ୍ବା ଲଢେଇ। ତେଣୁ ଲୋକଙ୍କୁ ସଚେତନତା ଜରିଆରେ ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାରେ ନ ବୁଲିବା ଏବଂ ଗହଳିକୁ ନ ଯିବା ଆଦି ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ଅନୁରୋଧ କରିଥିଲେ।

ଭୂତାଣୁକୁ ରୋକିବାରେ ଏହା ଆମର ମୁଖ୍ୟ ଅସ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ତେଣୁ ଏହି ସଚେତନତାର ବାର୍ତ୍ତା ଲୋକଙ୍କୁ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକ ମାନଙ୍କୁ ପରାମର୍ଶ ଦେବା ସହିତ କୋଭିଡ ପରିଚାଳନା କାର୍ଯ୍ୟ ବିଶେଷତଃ, ମିଶନ ଶକ୍ତି ଗ୍ରୃପ ଠାରୁ କିଣି ଗରିବ ଲୋକଙ୍କୁ ମାସ୍କ ବାଣ୍ଟିବା ପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଅତୀତରେ ଓଡିଶା ଅନେକ ଆହ୍ବାନକୁ ଦୃଢତାର ସହ ମୁକାବିଲା କରିଛି ଏବଂ ସମସ୍ତଙ୍କ ସହଯୋଗରେ କୋଭିଡ ଲଢେଇରେ ମଧ୍ୟ ଓଡିଶା ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ।

ଯେହେତୁ ବିଧାୟକ ମାନେ ଅନେକ ଲୋକଙ୍କ ସହ ପ୍ରତିଦିନ ମିଶୁଛନ୍ତି, ତେଣୁ ନିଜର ଓ ନିଜ ପରିବାରର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଥିଲେ।

” ପ୍ରତ୍ୟେକ ଜୀବନ ମୂଲ୍ୟବାନ”। ଏହି ନୀତିରେ ହିଁ ଆମେ କାମ କରିଚାଲିଛୁ ଏବଂ ଲୋକଙ୍କ ଜୀବନ ରକ୍ଷା ପାଇଁ ସରକାର ତାଙ୍କର ସମସ୍ତ ଉଦ୍ୟମ ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏହି ଅବସରରେ ବାଚସ୍ପତି ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ବିଧାୟକ ମାନଙ୍କୁ କୋଭିଡ଼ ସକ୍ରମଣ ରୋକିବା ଦିଗରେ କାମ କରିବା ପାଇଁ ବିଧାୟକ ମାନଙ୍କୁ ଶପଥ ପାଠ କରାଇଥିଲେ।

ବୈଠକରେ ଵିଧାୟକ ମାନେ ସେମାନଙ୍କ ସୁଚିନ୍ତିତ ମତାମତ ଦେଇ ଥିଲେ।

ନବୀନ ପଟ୍ଟନାୟକ ସର୍ବଦଳୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Latest News

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.