Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିନା ବିଶ୍ଵାସଘାତକତାରେ ରାଜନୀତିର କାହାଣୀ କାହିଁ- ନବୀନ ବନାମ ବୈଜୟନ୍ତ କାହାଣୀରେ ବିଶ୍ଵାସଘାତକତାର ନୂଆ ଟୁଇଷ୍ଟ
ବିଶେଷ ଖବର

ବିନା ବିଶ୍ଵାସଘାତକତାରେ ରାଜନୀତିର କାହାଣୀ କାହିଁ- ନବୀନ ବନାମ ବୈଜୟନ୍ତ କାହାଣୀରେ ବିଶ୍ଵାସଘାତକତାର ନୂଆ ଟୁଇଷ୍ଟ

April 9, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
naveen health and jaya panda consipercy
naveen health and jaya panda consipercy

କେଦାର ମିଶ୍ର

ଯୁଗେ ଯୁଗେ ରାଜନୀତି ଓ ବିଶ୍ଵାସଘାତକତା ହାତ ଧରାଧରି ହୋଇ ଚାଲିଛନ୍ତି। ସିଂହାସନ ଲାଗି ବିଶ୍ଵାସଘାତକତାର ସୁଦୀର୍ଘ ଇତିହାସ ଆମେ ପଢିଛୁ। କ୍ଷମତା ଲାଗି ସବୁ କିଛି କରାଯାଇପାରେ ବୋଲି ଆମେ ବୁଝିଛୁ। ଗଣତନ୍ତ୍ରରେ ବିଶ୍ଵାସଘାତକତାର ଚେହେରା ଯଦିଓ ବଦଳିଛି, ଚରିତ୍ର କିନ୍ତୁ ସମାନ ରହିଛି। ଆଜି ବି କ୍ଷମତା ଆଗରେ ସବୁକିଛି ତୁଚ୍ଛ ଓ ନଗଣ୍ୟ। ରାଜନୀତିର ନିର୍ଦ୍ଦୟ ଖେଳରେ କିଏ କେତେବେଳେ କାହାର ବିଶ୍ଵାସ ଭାଙ୍ଗିବ ତାହାର ଆକଳନ କରିବା ସମ୍ଭବ ନୁହେଁ। ନିର୍ବାଚନ ସମୟରେ ବିଶ୍ଵାସଘାତକତା ଓ ବିଶ୍ବାସର ସଉଦା କେମିତି ହୁଏ, ତାହା ଦେଖିବାକୁ ହେଲେ ଆମର ରାଜନୈତିକ ଦଳ ମାନଙ୍କର ଇତିହାସ ଆମକୁ ଆଡେଇବାକୁ ପଡିବ। ଇତିହାସକୁ ନଯାଇ ଆମ ନିଜ ଆଖି ଆଗର ରାଜନୀତିକୁ ଦେଖିବା ଆସନ୍ତୁ। ମନେ ପକାନ୍ତୁ,  ୨୯, ମଇ, ୨୦୧୨ ର ଓଡିଶା ଖବର କୁ। ସେଦିନ ଓଡିଶାର ସବୁଠୁ ବଡ ଟେଲିଭିଜନ ଚାନେଲରେ ଦେଖିବାକୁ ମିଳିଲା ଭୁବନେଶ୍ୱର ଶହୀଦ ନଗରରୁ ଏକ ବିଚିତ୍ର ରାଜନୈତିକ ନାଟକର ସିଧା ପ୍ରସାରଣ। ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଣ୍ଡନ ଗସ୍ତରେ ଥିବାବେଳେ ତାଙ୍କର ଅନୁପସ୍ଥିତିରେ ତାଙ୍କୁ ଗାଦିଚ୍ୟୁତ କରିବାର ଷଡଯନ୍ତ୍ର ରଚନା କରାଯାଉଥିବାର ସବିଶେଷ ବିବରଣୀ ସେତେବେଳେ ଆମେ ଓଡିଶା ଟେଲିଭିଜନରେ ଦେଖିଛୁ। କହିବା ବାହୁଲ୍ୟ ଯେ, ଓଡିଶା ଟେଲିଭିଜନ ବା ଓ ଟିଭି ର ମାଲିକ ହେଉଛନ୍ତି ଆଜିର ବିଜେପି ନେତା ଓ ସେଦିନର ବିଜେଡି ନେତା ବୈଜୟନ୍ତ ପଣ୍ଡା।

ସେଦିନ  ବୈଜୟନ୍ତଙ୍କ ଓ ଟିଭି ସେ ଘଟଣାର ମୁଖ୍ୟ ନାୟକ ପ୍ୟାରୀ ମୋହନ ମହାପାତ୍ରଙ୍କୁ ସବୁଠୁ ବଡ ବିଶ୍ଵାସଘାତକ ବୋଲି ଚିତ୍ରିତ କରିଥିଲା। ପରବର୍ତ୍ତୀ ସମୟରେ ପ୍ୟାରୀ ବାବୁ ଯେତେ ସଫେଇ ଦେଲେ ମଧ୍ୟ ତାଙ୍କ କଥା ଆଉ କେହି ଶୁଣିନଥିଲେ। ବିଶ୍ଵାସଘାତକ ର ଅପବାଦ ନେଇ ପ୍ୟାରୀ ବାବୁ ଇହଧାମରୁ ଚାଲିଗଲେ। ନବୀନ ପଟ୍ଟନାୟକ, ଯିଏ ନିଜ ବିରୋଧୀଙ୍କ ପ୍ରତି ମଧ୍ୟ ସାଧାରଣରେ ଶାଳୀନ ବ୍ୟବହାର ପ୍ରଦର୍ଶନ କରିଥାନ୍ତି, ସେ ବୋଧେ ପ୍ରଥମ ଥର ଲାଗି ପ୍ୟାରୀ ବାବୁଙ୍କ ପ୍ରତି “ବେଇମାନ” ଶବ୍ଦର ପ୍ରୟୋଗ କରିଥିଲେ। ଆଜି ପ୍ୟାରୀ ବାବୁଙ୍କ ଆତ୍ମା ଯଦି କେଉଁଠି ଥିବ, ସେ ନିଶ୍ଚୟ ଟିକେ ଆଶ୍ବସ୍ତ ହେଉଥିବ। ଏକଦା ଯେଉଁ ଟିଭି ଚାନେଲ ର ମାଲିକ ତାଙ୍କର ବିଶ୍ଵାସଘାତକତାକୁ ନେଇ ଘଣ୍ଟା ଘଣ୍ଟାର କାହାଣୀ ଗଢୁଥିଲା, ସେ ଚାନେଲର ମାଲିକ ଆଜି ଖୋଦ ବିଶ୍ଵାସଘାତକ ହେବାର ଅପବାଦ ମୁଣ୍ଡାଇବାକୁ ବାଧ୍ୟ ହୋଇଛନ୍ତି।

୨୦୧୪ ସାଧାରଣ ନିର୍ବାଚନ ପୂର୍ବରୁ ଓ ପରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ଭଲ ନଥିବାର ଏକ ଗୁଜବ ସବୁଠି ଖେଳିବୁଲୁଥିଲା। ପ୍ରତିଷ୍ଠିତ ଡିଜିଟାଲ ସଂସ୍ଥା କୋବ୍ରା ପୋଷ୍ଟ ଏ ପ୍ରସଙ୍ଗରେ ଏକ ବିଶେଷ ଖବର ମଧ୍ୟ ପରିବେଷଣ କରିଥିଲା। କେବେ କେମିତି ଦେହ ଖରାପ ହେବାର ସାଧାରଣ ପ୍ରକ୍ରିୟା ବ୍ୟତୀତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ସ୍ଵାଭାବିକ କାମ କରିଚାଲିଛନ୍ତି। ତା ସତ୍ତ୍ୱେ ଏ ପ୍ରକାର ଗୁଜବ ରଟନା କଲା କିଏ ଓ କାହିଁକି ? ଘଟଣା ଘଟିବାର ଅନେକ ବର୍ଷ ପରେ ଗତକାଲି ନବୀନ ବାବୁ ନିଜର ପାଟି ଖୋଲିଛନ୍ତି ଓ ଦଳର ଜଣେ ପୂର୍ବତନ ସାଂସଦ ଏ ପ୍ରକାର ଗୁଜବ ପ୍ରସାରିତ କରିଥିଲେ ବୋଲି କହିଛନ୍ତି। ଏନଡି ଟିଭିର ଶ୍ରୀନିବାସ ଜୈନଙ୍କୁ ଦେଇଥିବା ଏକ ସ୍ଵତନ୍ତ୍ର ସାକ୍ଷାତ୍କାରରେ ନବୀନ କହିଛନ୍ତି ଯେ, ତାଙ୍କର ପୂର୍ବତନ ସହଯୋଗୀ ବୈଜୟନ୍ତ ପଣ୍ଡା ନିଜର ବ୍ୟକ୍ତିଗତ ରାଜନୈତିକ ଉଚ୍ଚାଭିଳାଷ ଲାଗି ଏ ପ୍ରକାର ମିଛ ଖବର ପ୍ରସାରିତ କରାଇଥିଲେ । ସାଧାରଣତଃ ବ୍ୟକ୍ତିଗତ ପ୍ରସଙ୍ଗକୁ ସାଧାରଣରେ ଆଲୋଚନା କରୁନଥିବା ନବୀନ, ପ୍ରଥମ ଥର ଲାଗି ଏମିତି ଏକ ମନ୍ତବ୍ୟ ରଖିଛନ୍ତି।

ନବୀନଙ୍କ ବିରୋଧରେ ବୈଜୟନ୍ତଙ୍କ ଷଡଯନ୍ତ୍ରକୁ ନେଇ ଏହା ପୂର୍ବରୁ ବିଭିନ୍ନ କ୍ଷମତା ଅଳିନ୍ଦରେ ଚର୍ଚ୍ଚା ହେଉଥିଲା। ଏହାକୁ ନେଇ ବହୁ ରୋଚକ କାହାଣୀ ମଧ୍ୟ ଶୁଣାଯାଉଥିଲା। ତେବେ ଏ ପ୍ରସଙ୍ଗରେ ନିଜେ ମୁଖ୍ୟମନ୍ତ୍ରୀ ବା ବିଜୁ ଜନତା ଦଳ କେବେ କିଛି କହିନଥିଲେ। ହଠାତ ଏ ପ୍ରସଙ୍ଗ ଉଠିବା ଓ ତାହା ପୁଣି ନିର୍ବାଚନର ଠିକ ପୂର୍ବରୁ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେବା, ବୈଜୟନ୍ତଙ୍କୁ ଅଡୁଆରେ ପକାଇଛି। ନିଜର ପ୍ରାରମ୍ଭିକ ମାପଚୁପ ପ୍ରତିକ୍ରିୟାରେ ବୈଜୟନ୍ତ ଟୁଇଟ କରି ଲେଖିଛନ୍ତି- “ଏହା ମିଥ୍ୟା ଓ ଅବାଞ୍ଛିତ କଥା। ମୋ ବିଷୟରେ ନବୀନଙ୍କ ଏ ପ୍ରକାର ଭୟ ଦୁଃଖଦାୟକ।  ମୁଁ ଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା କରୁଛି ଯେ ସେ ଏ ପ୍ରକାର ନିର୍ବୋଧ ଷଡଯନ୍ତ୍ରର ଚିନ୍ତାରୁ ନିବୃତ୍ତ ହେବାର ଜ୍ଞାନ ତାଙ୍କୁ ମିଳୁ ଓ ସେ ସୁସ୍ଥ ଓ ଦୀର୍ଘଜୀବୀ ରହିଥାନ୍ତୁ। “ ତେବେ ଏ ପ୍ରକାର ପ୍ରତିକ୍ରିୟାରୁ ମୁଖ୍ୟମନ୍ତ୍ରୀ ଉଠାଇଥିବା ପ୍ରସଙ୍ଗ ନିଜର ଓଜନ ହରାଇବ କି?  ବୈଜୟନ୍ତ ଯେ ବିଜେଡ଼ିରୁ କୌଣସି ବୈଚାରିକ କାରଣରୁ ନୁହଁ, ବରଂ ଦଳ ମୁଖ୍ୟଙ୍କ ବିରୋଧରେ ଷଡଯନ୍ତ୍ର କରିଥିବାରୁ ଦଳ ତାଙ୍କୁ ନିଷ୍କାସିତ କରିଛି, ଏ ପ୍ରକାର ଖବର ଏବେ ବିଜୁଳି ବେଗରେ ଖେଳି ବୁଲୁଛି। ବୈଜୟନ୍ତଙ୍କ “ବିଶ୍ଵାସଘାତକତା” ଏବେ ସର୍ବ ସାଧାରଣରେ ଚର୍ଚ୍ଚାର ବିଷୟ କରି ଦିଆଯାଇଛି। ଯେତେବେଳେ ଖୋଦ ନବୀନ ଏକଥା କହୁଛନ୍ତି, ତାକୁ ଗାଲୁଆମିରେ ଉଡାଇଦେବା ସମ୍ଭବ ନୁହେଁ। ତେଣୁ ଏ ନୂଆ ରାଜନୈତିକ ପ୍ରସଙ୍ଗରେ “ବିଶ୍ଵାସଘାତକତା ଓ ବେଇମାନି” ପ୍ରସଙ୍ଗ ଏବେ ମୁଖ୍ୟ ହୋଇପଡିବ। ଏ ବିଶ୍ଵାସଘାତକତା କେବଳ ନବୀନଙ୍କ ପ୍ରତି ନୁହଁ, ବରଂ ବିଜୁ ପରିବାର ପ୍ରତି ବୋଲି ଏକ ବାର୍ତ୍ତା ଦିଆ ସରିଛି। ଆଗାମୀ ନିର୍ବାଚନରେ ଏହି ଅପବାଦକୁ ବୈଜୟନ୍ତ କେମିତି ସାମ୍ନା କରୁଛନ୍ତି, ତାହା ସମୟକ୍ରମେ ଜଣା ପଡିବ ।

election jayapanda naveen odishacm odishapolitics
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026
Latest News

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.