Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏଣିକି ଘରେ ବସି ଅନ ଲାଇନରୁ ପାଇପାରିବେ କରୋନା ଟେଷ୍ଟ ରିପୋର୍ଟ, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ
ଜାତୀୟ ଖବର

ଏଣିକି ଘରେ ବସି ଅନ ଲାଇନରୁ ପାଇପାରିବେ କରୋନା ଟେଷ୍ଟ ରିପୋର୍ଟ, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

May 22, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି। କୋଭିଡ-୧୯ ପରୀକ୍ଷା; ଯଥା ଆରଟି ପିସିଆର କିମ୍ବା ରାପିଡ୍ ଆଣ୍ଟିଜେନ୍ ପରୀକ୍ଷ ପାଇଁ ନମୁନା ଦେଇଥିବା ବ୍ୟକ୍ତି ଏହି ୱେବସାଇଟରେ କେବଳ ସେମାନଙ୍କ ପଞ୍ଜିକୃତ ମୋବାଇଲ୍ ନମ୍ବର କିମ୍ବା ଏସଆରଏଫ ଆଇଡି ଦାଖଲ କରି ନିଜର ନମୁନା ପରୀକ୍ଷା ଫଳାଫଳ ଜାଣିପାରିବା ସହ ଆବଶ୍ୟକସ୍ଥଳେ ଏହାକୁ ଡାଉନଲୋଡ୍ ମଧ୍ୟ କରିପାରିବେ। ସ୍ୱାସ୍ଥ୍ୟ ବିଭାଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ଏହି ଅଭିନବ ବ୍ୟବସ୍ଥା ଦ୍ୱାରା ଲୋକମାନଙ୍କୁ ରିପୋର୍ଟ ସଂଗ୍ରହ କରିବା ପାଇଁ ପରୀକ୍ଷା କେନ୍ଦ୍ରକୁ ଯିବାକୁ ପଡ଼ିବ ନାହିଁ।

ଏହି ଡିଜିଟାଲ୍ ପରୀକ୍ଷା ରିପୋର୍ଟରେ ନମୁନା ପରୀକ୍ଷା କରିଥିବା ବ୍ୟକ୍ତିଙ୍କ ସମସ୍ତ ବିବରଣୀ ରହିବ। ଏଥିସହ ଏହି ରିପୋର୍ଟରେ ଥିବା କ୍ୟୁଆର କୋଡ୍ ଯୋଗେ ପ୍ରାଧିକୃତ ସାଂସ୍ଥ ଯେକୌଣସି ସମୟରେ ରିପୋର୍ଟର ସତ୍ୟାସତ୍ୟ ଯାଞ୍ଚ କରିପାରିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, “ମହାମାରୀ ବିରୋଧରେ ଲଢ଼େଇରେ ଟେକ୍ନୋଲୋଜି ଏକ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର ପାଲଟିଛି। ଏହି ଅଭିନବ ବ୍ୟବସ୍ଥା ରିପୋର୍ଟ ସଂଗ୍ରହ ପ୍ରକ୍ରିୟାକୁ ସହଜ କରିବା ଦ୍ୱାରା ଲୋକଙ୍କୁ ସୁବିଧାରେ କୋଭିଡ ରିପୋର୍ଟ ମିଳିବା ସହ ଏହି କଠିନ ସମୟରେ ଜନସାଧାରଣଙ୍କ ପାଇଁ ଯଥେଷ୍ଟ ଉପଯୋଗୀ ହେବ।”

ମୁଖ୍ୟମନ୍ତ୍ରୀ କହିଛନ୍ତି, “ରାଜ୍ୟବାସୀଙ୍କ ମୂଲ୍ୟବାନ ଜୀବନ ସୁରକ୍ଷିତ କରିବା ପାଇଁ ଓଡ଼ିଶା ସରକାର କୋଭିଡ ପରୀକ୍ଷାଠାରୁ ଆରମ୍ଭ କରି ଚିକିତ୍ସା ପର୍ଯ୍ୟନ୍ତ ସମସ୍ତ ସେବା ମାଗଣାରେ ଯୋଗାଇ ଦେଉଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଆହୁରି ଉଲ୍ଲେଖ କରିଛନ୍ତି ଯେ, “ଆମେ କୋଭିଡ ପରୀକ୍ଷାକୁ ଆହୁରି ବ୍ୟାପକ କରିବା ପାଇଁ ବିଭିନ୍ନ ଜିଲ୍ଲାରେ ଆରଟି ପିସିଆର ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା କରୁଛୁ। ଯେଉଁଠାରେ ଲୋକମାନଙ୍କୁ ପ୍ରତିଦିନ ସେବା ଯୋଗାଇ ଦିଆଯିବ। ଯାହା ଆମର କୋଭିଡ ମହାମାରୀ ବିରୋଧୀ ଲଢେଇରେ ଆହୁରି ଦୃଢତା ଭରିବ।”

ପରୀକ୍ଷା ରିପୋର୍ଟ ଅତ୍ୟନ୍ତ ସୁବିଧାଜନକ ଭାବରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ‘5T’ ଅଧୀନରେ ଏହି ଆରଟି ପିସିଆର ରିପୋର୍ଟ ୱେବସାଇଟ୍ ଆରମ୍ଭ କରାଯାଇଛି। ବ୍ୟବହାରକାରୀଙ୍କ ଗୋପନୀୟତା ସୁନିଶ୍ଚିତ କରିବା ପାଇଁ ଓଟିପି ଦ୍ୱାରା ପଞ୍ଜିକୃତ ହୋଇଥିବା ମୋବାଇଲ ନମ୍ବରକୁ ରିପୋର୍ଟ ପଠାଯିବାର ବ୍ୟବସ୍ଥା ହୋଇଛି। ଜନସାଧାରଣଙ୍କ ସୁବିଧା ପାଇଁ https://covid19regd.odisha.gov.in/SamplCollectionDetails.aspx ୱେବସାଇଟକୁ https://statedashboard.odisha.gov.in ସହିତ ସଂଯୋଗ କରାଯାଇଛି।

ଏହି ଅବସରରେ ରାଜ୍ୟ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ସଚିବ ଶ୍ରୀ ମନୋଜ କୁମାର ମିଶ୍ର କହିଛନ୍ତି, “ଅନେକ ସମୟରେ ଲୋକମାନେ କୋଭିଡ ରିପୋର୍ଟ ପାଇବା ପାଇଁ ପରୀକ୍ଷା କେନ୍ଦ୍ରରେ ଅପେକ୍ଷା କରୁଥିବା ଦେଖିବାକୁ ମିଳୁଛି। ବର୍ତ୍ତମାନର କଠିନ ସମୟରେ ନିଜ ନମୁନା ପରୀକ୍ଷା ରିପୋର୍ଟ ଜାଣିବା ନେଇ ଉତ୍କଣ୍ଠା ରହିବା ସ୍ୱାଭାବିକ ଏବଂ ଲୋକମାନେ ନମୁନା ପରୀକ୍ଷା ପାଇଁ ଦେଇ ସଙ୍ଗେସଙ୍ଗେ ରିପୋର୍ଟ ଆଶା କରୁଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ଆମେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗରେ ସିଧାସଳଖ ଲୋକଙ୍କୁ ନମୁନା ପରୀକ୍ଷା ରିପୋର୍ଟ ପ୍ରଦାନର ବ୍ୟବସ୍ଥା କରିଛୁ। ଏହି ସୁବିଧା ଗ୍ରାମପଞ୍ଚାୟତସ୍ତରରେ ‘ମୋ ସେବା କେନ୍ଦ୍ର’ରେ ମଧ୍ୟ ଉପଲବ୍ଧ କରାଯାଇଛି।”

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୧୧ ତାରିଖ ରାଶିଫଳ: ଆଜି ତିନୋଟି ରାଶି ପାଇଁ ବେଶ ଆନନ୍ଦଦାୟକ, ଆର୍ଥିକ ଲାଭ ସମ୍ଭାବନା

October 11, 2026

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026
Latest News

ଅକ୍ଟୋବର ୧୧ ତାରିଖ ରାଶିଫଳ: ଆଜି ତିନୋଟି ରାଶି ପାଇଁ ବେଶ ଆନନ୍ଦଦାୟକ, ଆର୍ଥିକ ଲାଭ ସମ୍ଭାବନା

October 11, 2026

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.