Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ୱାନ୍ ଷ୍ଟପ୍ କେନ୍ଦ୍ର ଜରିଆରେ ଦେଶର 3 ଲକ୍ଷ ମହିଳାଙ୍କୁ ସହାୟତା, ଓଡ଼ିଶାରେ କାର୍ଯ୍ୟକ୍ଷମ ହୋଇଛି 31ଟି
ଜାତୀୟ ଖବର

ୱାନ୍ ଷ୍ଟପ୍ କେନ୍ଦ୍ର ଜରିଆରେ ଦେଶର 3 ଲକ୍ଷ ମହିଳାଙ୍କୁ ସହାୟତା, ଓଡ଼ିଶାରେ କାର୍ଯ୍ୟକ୍ଷମ ହୋଇଛି 31ଟି

May 22, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ୱାନ୍ ଷ୍ଟପ୍ କେନ୍ଦ୍ର ଜରିଆରେ ଦେଶର 3 ଲକ୍ଷ ମହିଳାଙ୍କୁ ସହାୟତା, ଓଡ଼ିଶାରେ କାର୍ଯ୍ୟକ୍ଷମ ହୋଇଛି 31ଟି

ନୂଆଦିଲ୍ଲୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ୱାନ୍ ଷ୍ଟପ୍ କେନ୍ଦ୍ର ବା ଓଏସସି ଯୋଜନା କାର୍ଯ୍ୟକାରୀ କରାଯାଉଛି। ବର୍ତ୍ତମାନ ସୁଦ୍ଧା 3 ଲକ୍ଷରୁ ଉର୍ଦ୍ଧ୍ୱ ମହିଳାଙ୍କୁ ଏହା ମାଧ୍ୟମରେ ସହାୟତା ଯୋଗାଇ ଦିଆଯାଇ ସାରିଲାଣି। ବର୍ତ୍ତମାନ ସୁଦ୍ଧା, 35ଟି ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶରେ 701ଟି ଓଏସସି କାର୍ଯ୍ୟକ୍ଷମ ହୋଇସାରିଛି।

ଏଥିମଧ୍ୟରୁ ଓଡ଼ିଶାରେ 31ଟି କାର୍ଯ୍ୟକ୍ଷମ ଥିବା ଜଣାପଡ଼ିଛି। ସେଗୁଡ଼ିକ ହେଲା- ଅନୁଗୁଳ, ବୌଦ୍ଧ, ବରଗଡ଼, ବାଲେଶ୍ବର, ବଲାଙ୍ଗିର, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ଭୁବନେଶ୍ବର ମହିଳା ହେଲ୍ପଲାଇନ।

ରାଜ୍ୟ ସରକାର ଓ କେନ୍ଦ୍ର ଶାସିତ ପ୍ରଦେଶ ପ୍ରଶାସନ ଜରିଆରେ ଏପ୍ରିଲ ପହିଲା 2015 ଠାରୁ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। ଉଭୟ ଘରୋଇ ଏବଂ ସର୍ବସାଧାରଣ ସ୍ଥାନରେ ହିଂସାର ଶିକାର ହୋଇ ଚାପରେ ରହୁଥିବା ମହିଳାମାନଙ୍କୁ ଏହା ମାଧ୍ୟମରେ ଗୋଟିଏ ଛାତ ତଳେ ସମନ୍ୱିତ ସହାୟତା ଓ ସମର୍ଥନ ଯୋଗାଇ ଦିଆଯାଉଛି। ଯେ କୌଣସି ପ୍ରକାରର ହିଂସା ବିରୋଧରେ ଲଢ଼େଇ କରିବା ଲାଗି ମହିଳାମାନଙ୍କୁ ବିଭିନ୍ନ ପ୍ରକାର ସେବା ଯେପରିକି ପୁଲିସ, ସ୍ୱାସ୍ଥ୍ୟସେବା, ଆଇନଗତ ସହାୟତା ଓ ପରାମର୍ଶ, ମାନସିକ ପରାମର୍ଶ ଆଦି ତୁରନ୍ତ, ଜରୁରିକାଳୀନ ଓ ଅଣ-ଜରୁରିକାଳୀନ ଭିତ୍ତିରେ ଯୋଗାଇ ଦିଆଯାଉଛି।

କୋଭିଡ ମହାମାରୀ କାରଣରୁ ଦେଖାଦେଇଥିବା ବର୍ତ୍ତମାନର ପରିସ୍ଥିତିରେ ସଙ୍କଟପୂର୍ଣ୍ଣ ପରିସ୍ଥିତିରେ ପଡ଼ିଥିବା କିମ୍ବା ହିଂସାର ଶିକାର ହୋଇଥିବା ମହିଳାମାନେ ଦ୍ରୁତ ସହାୟତା ଓ ସେବା ପାଇଁ ନିକଟସ୍ଥ ଓଏସସିରେ ଯୋଗାଯୋଗ କରିପାରିବେ। ଲକଡାଉନ ଅବଧି ମଧ୍ୟରେ ୱାନ୍ ଷ୍ଟପ୍ କେନ୍ଦ୍ରଗୁଡ଼ିକୁ କାର୍ଯ୍ୟକ୍ଷମ ରଖିବା ନିମନ୍ତେ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର ମୁଖ୍ୟ ଶାସନ ସଚିବ, ପ୍ରଶାସକ ଏବଂ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଖୋଲା ରହିବା ସମୟରେ ଏହି ସବୁ କେନ୍ଦ୍ରରେ କୋଭିଡ-19 ମୁକାବିଲା ପାଇଁ ଆବଶ୍ୟକ ସାନିଟାଇଜର, ସାବୁନ, ମାସ୍କ ଆଦି ସାମଗ୍ରୀ ରଖାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.