Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବାତ୍ୟା ବେଳେ କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ ମହଜୁଦ ରଖିବାକୁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ଜାତୀୟ ଖବର

ବାତ୍ୟା ବେଳେ କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ ମହଜୁଦ ରଖିବାକୁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

May 22, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ବେଳେ କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ ମହଜୁଦ ରଖିବାକୁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ଭବ୍ୟ ବାତ୍ୟା ସମୟରେ କୋଭିଡ ମୁକାବିଲା ନେଇ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିପର୍ଯୟ ପରିଚାଳନାରେ ଓଡିଶାର ସ୍ବତନ୍ତ୍ର ଦକ୍ଷତା (Disaster Resilient) ରହିଛି ଏବଂ ଆମେ ଏବେ ପ୍ରାୟ ପ୍ରତିବର୍ଷ ବାତ୍ୟାର ସମ୍ମୁଖୀନ ହେଉଛୁ। କୋଭିଡ ମହାମାରୀ ଯୋଗୁ ପରିସ୍ଥିତି ଆହୁରି ଜଟିଳ ହୋଇଛି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବ ଏବଂ ଏକ ତ୍ରୁଟିଶୂନ୍ୟ ପ୍ରସ୍ତୁତି ପ୍ରକ୍ରିୟାକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବାତ୍ୟାର ସମ୍ମୁଖୀନ ହେବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି ପ୍ରକାଶ କରିବା ସହିତ ଜନସାଧାରଣ ଭୟଭୀତ ନ ହୋଇ କର୍ତ୍ତୃପକ୍ଷଙ୍କ ପରାମର୍ଶକୁ ମାନିବା ସହିତ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । କୋଭିଡ ପରିସ୍ଥିତି ଯୋଗୁ ଏହି ସମୟରେ ଅକ୍‌ସିଜେନ ଯୋଗାଣ ଉପରେ ସ୍ବତନ୍ତ୍ର ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବାତ୍ୟା ସମୟରେ ରାଜ୍ୟ ମଧ୍ୟରେ ତଥା ରାଜ୍ୟ ବାହାରକୁ ଅକ୍‌ସିଜେନ ଯୋଗାଣରେ ଯେପରି କୌଣସି ସମସ୍ୟା ନ ହୁଏ, ସେଥିପ୍ରତି ସ୍ବତନ୍ତ୍ର ଭାବରେ ଧ୍ୟାନ ଦେଇ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା ଅକ୍‌ସିଜେନ ଯୋଗାଣ ସଂପର୍କରେ ସୂଚନା ଦେଇ କହିଥିଲେ ଯେ ପର୍ଯ୍ୟାପ୍ତ ପରିମାଣର ଅକ୍‌ସିଜେନ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯାଇଛି । ସବୁ refilling stationକୁ ଅତିରିକ୍ତ ଡିଜି ସେଟ୍‌ ଦିଆଯାଇଛି ଏବଂ ଜିଲ୍ଲାଗୁଡିକ ସବୁ ଅକ୍‌ସିଜେନ ସିଲିଣ୍ଡର ଗୁଡିକୁ ଆଗୁଆ refilling କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଥିଲେ । ବାତ୍ୟାର ସମ୍ଭାବନା ଥିଲେ ମଧ୍ୟ ଅନ୍ୟ ରାଜ୍ୟ ଗୁଡିକୁ ପୂର୍ବ ପରି ଅକ୍‌ସିଜେନ ଯୋଗାଣ ଜାରି ରହିବ ବୋଲି ସେ କହିଥିଲେ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଙ୍କ ପ୍ରମୁଖ ପରାମର୍ଶ ଦାତା , ଡିଜି ଶ୍ରୀ ଅଭୟ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାପାତ୍ର, ମହିଳା ଓ ଶିଶୁବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅଗ୍ନିଶମ ସେବା ଡିଜି ଶ୍ରୀ ଏମ୍‌. ଅକ୍ଷୟ, ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

oxygen ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପାରା ଆର୍ଚେରୀ ୱାର୍ଲ୍ଡ ସିରିଜ୍‌: ଭାରତକୁ ୨ ସ୍ୱର୍ଣ୍ଣ, ୧ ରୌପ୍ୟ

September 9, 2026

BRICS ଶିଖରକୁ ନେଇ ବଢ଼ିଲା ଚର୍ଚ୍ଚା! ଭାରତ ପାଇଁ ମହାମଞ୍ଚ ନା କୂଟନୈତିକ ଚ୍ୟାଲେଞ୍ଜ?

September 9, 2026

ସେପ୍ଟେମ୍ବର ୨୨ରେ ଏକତା ନଗରରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

September 9, 2026

କିଟ୍ ନିଷ୍ପତ୍ତି ବଦଳାଇଲା ହକି ଇଣ୍ଡିଆ: ପୁଣି ‘ବ୍ଲୁ ଜର୍ସି’ରେ ଖେଳିବ ଭାରତୀୟ ହକି ଟିମ୍

September 9, 2026
Latest News

ପାରା ଆର୍ଚେରୀ ୱାର୍ଲ୍ଡ ସିରିଜ୍‌: ଭାରତକୁ ୨ ସ୍ୱର୍ଣ୍ଣ, ୧ ରୌପ୍ୟ

September 9, 2026

BRICS ଶିଖରକୁ ନେଇ ବଢ଼ିଲା ଚର୍ଚ୍ଚା! ଭାରତ ପାଇଁ ମହାମଞ୍ଚ ନା କୂଟନୈତିକ ଚ୍ୟାଲେଞ୍ଜ?

September 9, 2026

ସେପ୍ଟେମ୍ବର ୨୨ରେ ଏକତା ନଗରରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

September 9, 2026

କିଟ୍ ନିଷ୍ପତ୍ତି ବଦଳାଇଲା ହକି ଇଣ୍ଡିଆ: ପୁଣି ‘ବ୍ଲୁ ଜର୍ସି’ରେ ଖେଳିବ ଭାରତୀୟ ହକି ଟିମ୍

September 9, 2026

କୋଇଲା କ୍ଷେତ୍ରରେ ପ୍ରଗତି ଏବଂ ସଫଳତା: ୨୦୧୪ ମସିହାରୁ ଏମସିଏଲର ପରିବର୍ତ୍ତନଶୀଳ ଯାତ୍ରା

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.