Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାତ୍ୟା ମୁକାବିଲା କରିବା ପାଇଁ ଅଧିକାରୀମାନେ ଅଫିସରେ ରହିବାକୁ ଖାଦ୍ୟଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିଶେଷ ଖବର

ବାତ୍ୟା ମୁକାବିଲା କରିବା ପାଇଁ ଅଧିକାରୀମାନେ ଅଫିସରେ ରହିବାକୁ ଖାଦ୍ୟଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ

May 24, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ମୁକାବିଲା କରିବା ପାଇଁ ଅଧିକାରୀମାନେ ଅଫିସରେ ରହିବାକୁ ଖାଦ୍ୟଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଦ୍ୱାରା ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ଆଶଙ୍କା ଦୃଷ୍ଟିରୁ ଜନସାଧାରଣଙ୍କ ଅତ୍ୟାବଶ୍ରକ ସାମଗ୍ରୀ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଜି ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଏବଂ ମୟୂରଭଞ୍ଜ ଜିଲ୍ଲାରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣର ସଦ୍ୟତମ ସ୍ଥିତି ଏବଂ ରବିଧାନ ସଂଗ୍ରହ ବିଷୟରେ ସମୀକ୍ଷା କରିବା ଅବସରରେ ବିଭାଗୀୟ ଅଧିକାରୀମାନଙ୍କୁ ସଂପୂର୍ଣ୍ଣ ପ୍ରସ୍ତୁତ ରହି ସ୍ଥିତିର ମୁକାବିଲା କରିବା ପାଇଁ କହିଛନ୍ତି ।

ସମ୍ବେଦନଶୀଳ ଅଞ୍ଚଳ ଏବଂ ବାତ୍ୟା ଦ୍ୱାରା ବିଚ୍ଛିନ୍ନ ହେବାକୁ ଥିବା ଅଞ୍ଚଳଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟଶସ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ଗଚ୍ଛିତ ରଖିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ଖାଉଟିମାନଙ୍କ ନିକଟରେ ରାସନ ସାମଗ୍ରୀ ଯେପରି ଠିକଣା ଭାବରେ ପହଞ୍ଚିପାରିବ ସେଥି ନିମନ୍ତେ ପଦକ୍ଷେପ ନେବାକୁ କହିଛନ୍ତି । ମଇ ଓ ଜୁନ ମାସର ରାସନ ସାମଗ୍ରୀ ବଣ୍ଟନ କାର୍ଯ୍ୟକୁ କାଲି ସୁଦ୍ଧା ଶେଷ କରିବାକୁ ମନ୍ତ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି।

ବାତ୍ୟା ସମୟରେ ପର୍ଯ୍ୟାପ୍ତ ପରିମାଣର ଶୁଖିଲା ଖାଦ୍ୟ ଚୁଡ଼ା ଓ ଗୁଡ଼ ଗଚ୍ଛିତ ରଖିବା ସହିତ ଯେପରି ଆବଶ୍ୟକ ପରିମାଣର ଡିଜେଲ, ପେଟ୍ରୋଲ, କିରୋସିନି ଏବଂ ଏଲ୍‌ପିଜି ଗ୍ୟାସ ଉପଲବ୍ଧ ହୋଇପାରିବ ସେଥି ନିମନ୍ତେ ପ୍ରେଟ୍ରୋଲ ପମ୍ପ ଏବଂ ଡିଲରମାନଙ୍କ ସହିତ ଯୋଗାଯୋଗ କରି ପଦକ୍ଷେପ ନେବା ପାଇଁ ମନ୍ତ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ବାତ୍ୟା ଆଶଙ୍କା ଦୃଷ୍ଟିରୁ କିଛି ଲୋକ ଆବଶ୍ୟକତାଠାରୁ ଅଧିକ ପରିମାଣର ଅତ୍ୟାବଶ୍ୟକ ସାମଗ୍ରୀ ଯଥା-ଚାଉଳ, ଅଟା, ଡାଲି, ଖାଇବା ତେଲ, ଆଳୁ, ପିଆଜ ଇତ୍ୟାଦି କ୍ରୟ କରିବାର ସମ୍ଭାବନା ଥିବାରୁ ଖାଉଟିମାନଙ୍କୁ ଅଧିକ ସାମଗ୍ରୀ ନକିଣିବା ପାଇଁ ସଚେତନ କରିବା ପାଇଁ କହିଛନ୍ତି । ଏଥି ସହିତ କିଛି ଅସାଧୁ ବ୍ୟବସାୟୀ ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରି କରିବାର ଆଶଙ୍କା ଦୃଷ୍ଟିରୁ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରି ଖିଲାପୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ବାତ୍ୟା ସମୟରେ କୌଣସି ଅଧିକାରୀ ଏବଂ କର୍ମଚାରୀ ସଦର ମହକୁମା ଛାଡ଼ି ନଯିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ସଂପ୍ରତି ବିଭିନ୍ନ ଜିଲ୍ଲାରେ ଚାଷୀମାନଙ୍କଠାରୁ ରବିଧାନ ଏବଂ ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟ ଚାଲୁ ରହିଥିବାବେଳେ ସ୍ଥାନୀୟ ଅଞ୍ଚଳରେ ବାତ୍ୟାର ସ୍ଥିତିକୁ ବିଚାରକୁ ନେଇ ନିହାତି ଆବଶ୍ୟକ ସ୍ଥଳେ ରବିଧାନ ସଂଗ୍ରହ କାର୍ଯ୍ୟକୁ ସ୍ୱଳ୍ପ ସମୟ ପାଇଁ ସ୍ଥଗିତ ରଖିବା ଦିଗରେ ନିଷ୍ପତ୍ତି ନେବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ।

ସଂଗୃହୀତ ହୋଇଥିବା ଧାନକୁ ତୁରନ୍ତ ମିଲରମାନେ ଉଠାଇ ନେବା ସହିତ ମଣ୍ଡିରେ ତାରପୋଲିନ୍‌ ଦ୍ୱାରା ଧାନକୁ ସୁରକ୍ଷିତ ରଖିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଆର୍‌ଏମ୍‌ସି ପକ୍ଷରୁ ମଣ୍ଡିଗୁଡ଼ିକୁ ପର୍ଯ୍ୟାପ୍ତ ପରିମାଣର ତାର୍‌ପୋଲିନ୍‌ ଯୋଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ କହିଲେ ଯେ କୌଣସି ପ୍ରକାର ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ବିଭାଗ ପୂର୍ଣ୍ଣ ମାତ୍ରାରେ ପ୍ରସ୍ତୁତ ରହିଛି । ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ଶୁଖିଲା ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ଅଛି ଏବଂ ପ୍ରଭାବିତ ଜିଲ୍ଲାଗୁଡ଼ିକୁ ଆବଶ୍ୟକ ପରିମାଣରେ ପଠାଯିବା ପାଇଁ ବ୍ୟବସ୍ଥା କରାଯାଇଛି ।

ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଅତିରିକ୍ତ ସଚିବ(ଧାନ ସଂଗ୍ରହ) ଏବଂ ଅତିରିକ୍ତ ସଚିବ (ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍‌), ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଏବଂ ସମବାୟ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ, ଅତିରିକ୍ତ ଶାସନ ସଚିବ, ନିବନ୍ଧକ, ସମବାୟ ସମିତି ସମୂହ, ମାର୍କଫେଡ୍‌ର ପରିଚାଳନା ନିର୍ଦ୍ଦେଶକ, ଓସାମ୍‌ ବୋର୍ଡର ସଦସ୍ୟ ସଚିବଙ୍କ ସମେତ ଉପକୂଳ ଜିଲ୍ଲାର ଜିଲ୍ଲା ଯୋଗାଣ ଅଧିକାରୀ, ଡିଆର୍‌ସିଏସ୍‌ ଓ ଏଆର୍‌ସିଏସ୍‌ ପ୍ରମୁଖ ଯୋଗଦେଇଥିଲେ ।

ଖାଦ୍ୟଯୋଗାଣ ମନ୍ତ୍ରୀ ବାତ୍ୟା ୟଶ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026
Latest News

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.