Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବାତ୍ୟା ପରବର୍ତ୍ତି ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ କଲେ ସମୀକ୍ଷା ବୈଠକ
ଜାତୀୟ ଖବର

ବାତ୍ୟା ପରବର୍ତ୍ତି ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ କଲେ ସମୀକ୍ଷା ବୈଠକ

May 27, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ପରବର୍ତ୍ତି ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ କଲେ ସମୀକ୍ଷା ବୈଠକ

ନୂଆଦିଲ୍ଲୀ, ୟସ ବାତ୍ୟାର ପ୍ରଭାବ ସମୀକ୍ଷା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରସ୍ତୁତି, କ୍ଷୟକ୍ଷତି ଆକଳନ ଏବଂ ତତ୍ ସଂକ୍ରାନ୍ତ ବିଷୟର ବିଭିନ୍ନ ଦିଗ ଉପରେ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଏକ ବିସ୍ତୃତ ଉପସ୍ଥାପନା କରିଥିଲେ।

ଓଡ଼ିଶା ଓ ପଶ୍ଚିମବଙ୍ଗରେ 46ଟି ଲେଖାଏଁ ଦଳ ସହିତ ଏନଡିଆରଏଫର ମୋଟ 106ଟି ଦଳ ନିୟୋଜିତ କରାଯାଇଥିଲା। ଏମାନେ ଏକ ହଜାରରୁ ଅଧିକ ଲୋକଙ୍କୁ ଉଦ୍ଧାର କରିବା ସହିତ ରାସ୍ତା ଅବରୋଧ କରିଥିବା 2500 ଗଛ ଏବଂ ବିଦ୍ୟୁତ ଖୁଣ୍ଟ ହଟାଇବା ପାଇଁ ପଦକ୍ଷେପ ନେଇଥିଲେ। ସ୍ଥଳ ସେନା ଓ ତଟରକ୍ଷୀ ବାହିନୀ ପକ୍ଷରୁ ଅସହାୟ ଲୋକମାନଙ୍କୁ ଉଦ୍ଧାର କରାଯାଇଥିବା ବେଳେ ନୌସେନା ଓ ବାୟୁସେନାକୁ ସଜାଗ ରଖାଯାଇଥିଲା।

ୟାସ ବାତ୍ୟା ଯିବା ପରେ ରାଜ୍ୟଗୁଡ଼ିକ ପକ୍ଷରୁ କ୍ଷୟକ୍ଷତି ଆକଳନ ଆରମ୍ଭ କରାଯାଇଛି। ପ୍ରାଥମିକ ରିପୋର୍ଟରୁ ଯାହା ଜଣାଯାଇଛି, ସଠିକ୍ ପୂର୍ବାନୁମାନ, ପ୍ରଭାବିତ ଅଞ୍ଚଳରେ ଲୋକମାନଙ୍କୁ ପ୍ରଭାବୀ ଢଙ୍ଗରେ ସୂଚୀତ କରିବା ଓ ଠିକଣା ସମୟରେ ଉଦ୍ଧାର କରିବା ଲାଗି ରାଜ୍ୟ ଓ କେନ୍ଦ୍ର ସରକାରୀ ଏଜେନ୍ସିଗୁଡ଼ିକ ସୁନିଶ୍ଚିତ ପଦକ୍ଷେପ ନେବା କାରଣରୁ ଧନଜୀବନ ହାନିକୁ ସର୍ବନିମ୍ନ ସ୍ତରରେ ରଖାଯାଇପାରିଛି। ତେବେ, ବନ୍ୟା କାରଣରୁ, କ୍ଷୟକ୍ଷତି ହୋଇଛି, ଯାହାକୁ ଏବେ ଆକଳନ କରାଯାଉଛି। ଅଧିକାଂଶ ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ ଓ ଟେଲିଯୋଗାଯୋଗ ସେବାକୁ ସ୍ବାଭାବିକ କରାଯାଇପାରିଛି।

ବାତ୍ୟା ଯୋଗୁ ଦେଖାଦେଇଥିବା ଆହ୍ବାନର ମୁକାବିଲା କରିବାରେ କେନ୍ଦ୍ର ଓ ରାଜ୍ୟ ସରକାରୀ ଏଜେନ୍ସିଗୁଡ଼ିକ ପ୍ରଭାବୀ ଓ ସକ୍ରିୟ ଭୂମିକା ଗ୍ରହଣ କରିଥିବା ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ। ତେବେ ପ୍ରଭାବିତ ଅଞ୍ଚଳରେ ସାଧାରଣ ଜନଜୀବନକୁ ସ୍ବାଭବିକ କରିବା ଦିଗରେ ତ୍ବରିତ ପଦକ୍ଷେପ ଗ୍ରହଣ କରିବା ଲାଗି ସେ ସମ୍ପୃକ୍ତ ଏଜେନ୍ସିଗୁଡ଼ିକୁ ପରାମର୍ଶ ଦେଇଥିଲେ। ସେହିପରି ବାତ୍ୟା ଦ୍ବାରା ପ୍ରଭାବିତ ହୋଇଥିବା ଲୋକମାନଙ୍କୁ ଉପଯୁକ୍ତ ଭାବେ ସହାୟତା ଯୋଗାଇ ଦେବା ନିମନ୍ତେ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଥିଲେ।

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କ୍ୟାବିନେଟ ସଚିବ, ଗୃହ ସଚିବ, ଶକ୍ତି ସଚିବ, ଟେଲି ଯୋଗାଯୋଗ ସଚିବ, ଆଇଏମଡି ଡିଜିଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବାତ୍ୟା ୟଶ୍
Share. Facebook Twitter LinkedIn Email WhatsApp Copy Link

Related Posts

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Latest News

ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

April 21, 2026

ଆଜି ମଙ୍ଗଳବାର ଏପ୍ରିଲ ୨୧ ତାରିଖ କିପରି ରହିବ ଦିନଟି, ଜାଣନ୍ତୁ ନିଜର ରାଶିଫଳ

April 21, 2026

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.