Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପରିବାରକୁ କେନ୍ଦ୍ରର ସହାୟତା, ଆବେଦନ କରିବାକୁ ଆହ୍ବାନ
ଜାତୀୟ ଖବର

କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପରିବାରକୁ କେନ୍ଦ୍ରର ସହାୟତା, ଆବେଦନ କରିବାକୁ ଆହ୍ବାନ

May 27, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପରିବାରକୁ କେନ୍ଦ୍ରର ସହାୟତା, ଆବେଦନ କରିବାକୁ ଆହ୍ବାନ

ନୂଆଦିଲ୍ଲୀ, କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କ ତତ୍ତ୍ଵାବଧାନରେ ମନ୍ତ୍ରଣାଳୟ ନିଜ ପକ୍ଷରୁ ୨୦୨୦ ଓ ୨୦୨୧ରେ କୋଭିଡ-୧୯ରେ ପ୍ରାଣ ହରାଇଥିବା ସାମ୍ବାଦିକମାନଙ୍କ ସମ୍ପର୍କରେ ସବିଶେଷ ବିବରଣୀ ସଂଗ୍ରହ କରି ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ସେମାନଙ୍କ ପରିବାରବର୍ଗଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ଯୋଜନା କରିଛନ୍ତି ।

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅମିତ ଖାରେଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ସାମ୍ବାଦିକ କଲ୍ୟାଣ ଯୋଜନା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ପ୍ରସ୍ତାବରେ ୨୦୨୦-୨୧ ଆର୍ଥିକ ବର୍ଷରେ କୋଭିଡ-୧୯ ଯୋଗୁଁ ପ୍ରାଣ ହରାଇଥିବା ୨୬ଜଣ ସାମ୍ବାଦିକଙ୍କ ପ୍ରତ୍ୟେକ ପରିବାରକୁ ୫ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ଅନ୍ତର୍ଭୁକ୍ତ ।

କେନ୍ଦ୍ର ସରକାର ମୃତ ସାମ୍ବାଦିକମାନଙ୍କ ୪୧ଟି ପରିବାରକୁ ଦେଉଥିବା ଆର୍ଥିକ ସହାୟତା ମିଶାଇବା ପରେ କୋଭିଡ ସହ ପ୍ରାଣତ୍ୟାଗ କରିଥିବା ସାମ୍ବାଦିକଙ୍କ ସଂଖ୍ୟା ୬୭କୁ ବୃଦ୍ଧି ପାଇଛି । କମିଟି ପକ୍ଷରୁ ଗଭୀର ଶୋକପ୍ରକଟ କରାଯିବା ସହ ଦିବଂଗତ ସାମ୍ବାଦିକଙ୍କ ପରିବାରବର୍ଗଙ୍କୁ ଶୋକ ସନ୍ଦେଶ ମଧ୍ୟ ଜଣାଇ ଦିଆଯାଇଛି ।

ପତ୍ର ସୂଚନା କାର୍ଯ୍ୟାଳୟ ମଧ୍ୟ ନିଜ ପକ୍ଷରୁ କୋଭିଡ-୧୯ରେ ପ୍ରାଣ ହରାଇଥିବା ସାମ୍ବାଦିକମାନଙ୍କ ପରିବାରବର୍ଗଙ୍କୁ ଦେଖାକରି ସେମାନଙ୍କ ଯୋଜନା ସମ୍ପର୍କରେ ଅବଗତ କରାଇବା ସହ ସହାୟତା ପାଇଁ ଆବେଦନ କରିବାକୁ ପ୍ରବର୍ତ୍ତାଇଥିଲେ ।

କମିଟି ମଧ୍ୟ ପ୍ରତି ସପ୍ତାହରେ ସାମ୍ବାଦିକ କଲ୍ୟାଣ ଯୋଜନା ବୈଠକ କରି ଆର୍ଥିକ ସହାୟତା ପାଇଁ ଆବେଦନକାରୀଙ୍କ ଦରଖାସ୍ତ ତ୍ୱରାନ୍ୱିତ କରିବାକୁ ନିଷ୍ପତ୍ତି ନେଇଥିଲେ । କୋଭିଡ-୧୯ ବ୍ୟତୀତ ଅନ୍ୟକାରଣ ଯୋଗୁଁ ପ୍ରାଣ ହରାଇଥିବା ୧୧ଜଣ ସାମ୍ବାଦିକ ପରିବାରର ଦରଖାସ୍ତ ମଧ୍ୟ ଆଜି ବିଚାରକୁ ନେଇଥିଲେ ।

ଜେଏସଡବ୍ଲୁ ବୈଠକରେ ପିଆଇବିର ପ୍ରଧାନ ମହାନିର୍ଦ୍ଦେଶକ ଜୟଦୀପ ଭଟ୍ଟନାଗର, ମନ୍ତ୍ରଣାଳୟ ଯୁଗ୍ମ ସଚିବ ବିକ୍ରମ ସହାୟ, କମିଟିର ସାମ୍ବାଦିକ ପ୍ରତିନିଧି ସନ୍ତୋଷ ଠାକୁର, ଅମିତ କୁମାର, ଉମେଶ୍ୱର କୁମାର, ସର୍ଜନା ଶର୍ମା ମଧ୍ୟ ଉପସ୍ଥିତ ଥିଲେ ।

ପିଆଇବି ୱେବସାଇଟ୍ ଜରିଆରେ https://accreditation.pib.gov.in/jws/default.aspx  ସାମ୍ବାଦିକ ଓ ସେମାନଙ୍କ ପରିବାର ସାମ୍ବାଦିକ କଲ୍ୟାଣ ଯୋଜନା ଅଧୀନରେ ସହାୟତା ପାଇଁ ଆବେଦନ କରିପାରିବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026

ରାଶିଫଳ: ସେପ୍ଟେମ୍ବର ୧୫ ତାରିଖରେ ସାତୋଟି ରାଶି ପାଇଁ ରହିଛି ଖୁସି ଖବର

September 15, 2026
Latest News

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.