Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ତିନୋଟି ରାଜ୍ୟ ପାଇଁ ହଜାରେ କୋଟିର ସହାୟତା ଘୋଷଣା କଲେ ମୋଦି, ଓଡିଶାକୁ ପାଞ୍ଚଶହ କୋଟି
ଜାତୀୟ ଖବର

ତିନୋଟି ରାଜ୍ୟ ପାଇଁ ହଜାରେ କୋଟିର ସହାୟତା ଘୋଷଣା କଲେ ମୋଦି, ଓଡିଶାକୁ ପାଞ୍ଚଶହ କୋଟି

May 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ତିନୋଟି ରାଜ୍ୟ ପାଇଁ ହଜାରେ କୋଟିର ସହାୟତା ଘୋଷଣା କଲେ ମୋଦି, ଓଡିଶାକୁ ପାଞ୍ଚଶହ କୋଟି

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାତ୍ୟା ସମୀକ୍ଷା କରି ଯିବା ପରେ ସହାୟତା ରାଶି ଘୋଷଣା କରିଛନ୍ତି। ତିନୋଟି ରାଜ୍ୟ ଓଡିଶା, ପଶ୍ଚିମବଂଗ ଏବଂ ଝାଡଖଣ୍ଡ ପାଇଁ 1000 କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଏଥିରେ ଏକାକୀ ଓଡିଶା ପାଇଁ 500 କୋଟି ରହିଛି। ସେହିପରି ଉଭୟ ପଶ୍ଚିମବଂଗ ଏବଂ ଝାଡଖଣ୍ଡ ପାଇଁ ରହିଛି 500 କୋଟି।

ଏହି ଟଙ୍କା ତୁରନ୍ତ ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ବାତ୍ୟାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ 2 ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରାଯାଇଛି। ସେହିପରି ଆହତ ବ୍ୟକ୍ତିଙ୍କୁ 50 ହଜାର ଟଙ୍କା ପ୍ରଦାନ ପାଇଁ ନିଷ୍ପତି ହୋଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡିଶା ଆସି ଭୁବନେଶ୍ବରର ବିମାନ ବନ୍ଦରରେ ବାତ୍ୟା ୟଶ କ୍ଷୟକ୍ଷତି ଉପରେ ସମୀକ୍ଷା କରିଥିଲେ। ଏହି ସମୀକ୍ଷା ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ମନ୍ତ୍ରୀ  ପ୍ରତାପ ଷଡଙ୍ଗୀ ଉପସ୍ଥିତ ଥିଲେ।

ଏଥିସହିତ ମୁଖ୍ୟଶାସନ ସଚିବ, ପୋଲିସ ଡିଜି ଏବଂ ଏସଆରସିଙ୍କ ସହିତ ବହୁ ଉଚ୍ଚ ପଦସ୍ଥ ଅଧିକାରୀ ଏହି ବୈଠକରେ ସାମିଲ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ସକାଳେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବ ସ୍ବାଗତ କରିଥିଲେ। ଏହାପରେ ସମୀକ୍ଷା ବୈଠକ ବିମାନ ବନ୍ଦର ଭିତରେ କରାଯାଇଥିଲା।

ଏହି ବୈଠକ ପରେ ମୋଦି ଆକାଶ ମାର୍ଗରୁ ବାତ୍ୟା ପରିସ୍ଥିତି ଦେଖି ପଶ୍ଚିମବଂଗ ଯାଇଥିଲେ। ସେଠାରେ ଆକାଶମାର୍ଗରୁ ସ୍ଥିତି ଦେଖିବା ସହ ସମୀକ୍ଷା ବୈଠକ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିବା ପରେ ଏହି ସହାୟତା ରାଶି ଘୋଷଣା କରିଛନ୍ତି।

ନବୀନ ପଟ୍ଟନାୟକ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Latest News

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.