Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କୋଭିଡ କଟକଣା ଭିତରେ ରାଜ୍ୟରୁ ସଂଗୃହିତ ହେଲା ୪ ଲକ୍ଷ ୨୫ ହଜାର ମେଟ୍ରିକ୍‌ ଟନ୍‌ ରବିଧାନ
ଜାତୀୟ ଖବର

କୋଭିଡ କଟକଣା ଭିତରେ ରାଜ୍ୟରୁ ସଂଗୃହିତ ହେଲା ୪ ଲକ୍ଷ ୨୫ ହଜାର ମେଟ୍ରିକ୍‌ ଟନ୍‌ ରବିଧାନ

May 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପ୍ୟାକ୍ସ ଏବଂ ଲ୍ୟାମ୍ପସ୍‌ ଜରିଆରେ ରାଜ୍ୟର ୧୪ଟି ଜିଲ୍ଲାରୁ ଅଦ୍ୟାବଧି ୪ ଲକ୍ଷ ୨୫ ହଜାର ମେଟି୍ରକ୍‌ ଟନ୍‌ ରବିଧାନ ସଂଗ୍ରହ କରାଯାଇଛି । ସୋସାଇଟିଗୁଡ଼ିକରେ କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ଅନୁପାଳନ କରି ରବିଧାନ ସଂଗ୍ରହ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏଥି ସହିତ ନାମ ପଂଜୀକରଣ କରିଥିବା ଚାଷୀମାନେ ଯେପରି ସହଜରେ ଓ ସୁବିଧାରେ ମଣ୍ଡିରେ ସେମାନଙ୍କ ଧାନ ବିକି୍ର କରିପାରିବେ ସେଥି ନିମନ୍ତେ ସମସ୍ତ ପଦକ୍ଷେପ ନେବା ପାଇଁ ପ୍ୟାକ୍ସ ଓ କ୍ଷେତ୍ର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

ଚଳିତ ବର୍ଷ ରବିଧାନ ସଂଗ୍ରହ ପାଇଁ ମୋଟ ୨ ଲକ୍ଷ ୩୨ ହଜାର ୪୦୯ ଜଣ ଚାଷୀ ନାମ ପଂଜୀକରଣ କରିଥିଲେ । ତନ୍ମଧ୍ୟରୁ ଅଦ୍ୟାବଧି ୨ ଲକ୍ଷ ୨୦ ହଜାର ୨୪୩ ଜଣ ଚାଷୀଙ୍କର ଜମିଜମା ବାବଦ ତଥ୍ୟ, ବ୍ୟାଙ୍କ ଆକାଉଣ୍ଟ, ଆଧାର କାର୍ଡ଼, ଜଳସେଚିତ ଜମିର ପରିମାଣ ଇତ୍ୟାଦିର ଯାଞ୍ଚ ପ୍ରକ୍ରିୟା ସରିଛି । ଏଥି ମଧ୍ୟରୁ ଏ ପର୍ଯ୍ୟନ୍ତ ୬୩ ହଜାର ୮୨୭ ଜଣ ଚାଷୀଙ୍କଠାରୁ ମୋଟ ୪ ଲକ୍ଷ ୨୫ ହଜାର ମେଟି୍ରକ୍‌ ଟନ୍‌ ଧାନ କିଣାଯାଇଛି, ଯାହାର ମୂଲ୍ୟ ପ୍ରାୟ ୭୯୩ କୋଟି ଟଙ୍କା ।

ଚଳିତ ରବିରେ ଅଦ୍ୟାବଧି ରାଜ୍ୟର ୧୦୨୦ଟି ଧାନସଂଗ୍ରହ କେନ୍ଦ୍ର ମାଧ୍ୟମରେ ରବିଧାନ ସଂଗ୍ରହ କରାଯାଉଅଛି । ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଝାରସୁଗୁଡ଼ା, କଳାହାଣ୍ଡି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ଧାନସଂଗ୍ରହ କରାଯାଉଥିବାବେଳେ ଖୁବ୍‌ଶୀଘ୍ର ଅନ୍ୟ ତିନୋଟି ଜିଲ୍ଲା: କୋରାପୁଟ, ଖୋର୍ଦ୍ଧା ଓ ଯାଜପୁରରୁ ରବିଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ କରାଯିବ । ମଇ ମାସରୁ ଆରମ୍ଭ ହୋଇଥିବା ରବିଧାନ ସଂଗ୍ରହ କାର୍ଯ୍ୟ ଆସନ୍ତା ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ ।

ଅଦ୍ୟାବଧି ଅଧିକ ଧାନସଂଗ୍ରହ ହୋଇଥିବା ଜିଲ୍ଲା ମଧ୍ୟରେ ବରଗଡ଼ ଜିଲ୍ଲାରେ ୨ ଲକ୍ଷ ୮ ହଜାର ୮୯ ମେଟି୍ରକ୍‌ ଟନ୍‌, ସୁବର୍ଣ୍ଣପୁରରେ ୮୧,୮୨୪ ମେଟି୍ରକ୍‌ ଟନ୍‌, ସମ୍ବଲପୁରରେ ୫୩,୬୩୦ ମେଟି୍ରକ୍‌ ଟନ ଓ କଳାହାଣ୍ଡି ଜିଲ୍ଲାରେ ୫୦,୬୧୦ ମେଟି୍ରକ୍‌ ଟନ୍‌ ଧାନସଂଗ୍ରହ କରାଯାଇଛି ।

ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରବି ଧାନ ସଂଗ୍ରହ
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026
Latest News

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.