Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋଭିଡରେ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ଅନାଥ ପିଲାଙ୍କ ପାଇଁ ୧୫ ଦିନ ଭିତରେ ପେନ୍‌ସନ୍‌ ବ୍ୟବସ୍ଥା
ବିଶେଷ ଖବର

କୋଭିଡରେ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ଅନାଥ ପିଲାଙ୍କ ପାଇଁ ୧୫ ଦିନ ଭିତରେ ପେନ୍‌ସନ୍‌ ବ୍ୟବସ୍ଥା

June 1, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। କୋଭିଡରେ ନିଜ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମା’ଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତା ଭିତ୍ତିରେ ଚିହ୍ନଟ କରିବା ସହିତ ଆଗାମୀ ୨ ସପ୍ତହ ମଧ୍ୟରେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେହିପରି କୋଭିଡ ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀ ମାନଙ୍କୁ ଆଗୁଆ ୩ ମାସର ପେନ୍‌ସନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ପେନ୍‌ସନ ନଗଦ ଟଙ୍କା ଆକାରରେ ହିତାଧିକାରୀଙ୍କ ଗାଁରେ ହିଁ ଦିଆଯିବ।

ଦେଶର ବିଭିନ୍ନ ରାଜ୍ୟରେ ବର୍ତ୍ତମାନ ବ୍ଲାକ ଫଙ୍ଗସର ରୋଗୀ ବହୁ ସଂଖ୍ୟାରେ ବାହାରୁଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ରାଜ୍ୟରେ ଏହାର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ତାଲିମପ୍ରାପ୍ତ ଡାକ୍ତର ଓ ମେଡିସିନ୍‌ ମହଜୁଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେହିପରି ରାଜ୍ୟର ମେଡିକାଲ କଲେଜ ସମେତ ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ ଓ ନନ୍‌-କୋଭିଡ ବ୍ଲାକ୍‌ ଫଙ୍ଗସ ରୋଗୀଙ୍କୁ ଚିହ୍ନଟ କରି ଅଲଗା ଅଲଗା ୱାର୍ଡରେ ସେମାନଙ୍କୁ ଚିକିତ୍ସା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ଆଶାବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଜ୍ଞତାକୁ ଉପଯୋଗ କରି ଆମକୁ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ହେବ। ପ୍ରତ୍ୟେକ ଜିଲ୍ଲାରେ ପିଲାମାନଙ୍କ ସ୍ବାସ୍ଥ୍ୟ ଉପରେ ସ୍ବତନ୍ତ୍ର ଫୋକସ ରଖି ବ୍ୟବସ୍ଥା କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ପଜିଟିଭିଟି ରେଟ୍‌ ୧୫ ପ୍ରତିଶତରୁ କମ୍‌ ରହିଛି ଏବଂ ଅଧିକାଂଶ ଜିଲ୍ଲାରେ ପଜିଟିଭ କେସ୍‌ ମଧ୍ୟ ହ୍ରାସ ପାଇଲାଣି। କିନ୍ତୁ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଅଧିକ ଟେଷ୍ଟିଂ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତା’ସହିତ ୨୪ ମଇରୁ ଆରମ୍ଭ ହୋଇଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ବ୍ୟାପକ ସଚେତନତା କରାଯିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ଜିଲ୍ଲାପାଳ ମାନେ ଏହାକୁ ଅତ୍ୟନ୍ତ ଗୁରୁତ୍ବର ସହ ନେବା ସହିତ ଚିହ୍ନଟ ରୋଗୀ ମାନଙ୍କର ଚିକିତ୍ସା ପ୍ରାଥମିକତା ଭିତ୍ତିରେ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ। ବର୍ତ୍ତମାନ ପରିସ୍ଥିତିରେ ସଂକ୍ରମଣ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ଗୋଷ୍ଠୀକୁ ସକ୍ରିୟ ଭାବରେ ସାମିଲ କରିବା ଉପରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଟିକାକରଣ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭବିଷ୍ୟତ ଲହର ଏବଂ ଭ୍ୟାରିଏଣ୍ଟ ବିରୁଦ୍ଧରେ ଲଢିବା ପାଇଁ ମୁଖ୍ୟ ଅସ୍ତ୍ର ହେଉଛି ଟିକା। ସମସ୍ତ ବାଧାବିଘ୍ନ ସତ୍ତ୍ବେ ରାଜ୍ୟରେ ଟିକା ଯୋଗାଣ ବୃଦ୍ଧି ପାଇଁ ସରକାର ସବୁମତେ ଉଦ୍ୟମ ଜାରି ରଖିଛନ୍ତି। ଆଗାମୀ ମାସରେ ଟିକା ଯୋଗାଣ ଉପରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ।

ଜାତିସଂଘର ସଂସ୍ଥା United Nations Office for Disaster Risk Reduction ପକ୍ଷରୁ ଓଡିଶାର ବିପର୍ଯ୍ୟୟ ମୁକାବିଲା କାର୍ଯ୍ୟକ୍ରମକୁ ସ୍ବୀକୃତି ପ୍ରଦାନ ସଂପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ଓଡିଶାବାସୀଙ୍କ ସଂପୂର୍ଣ୍ଣ ସହଯୋଗ ଯୋଗୁ ହିଁ ଆମେ ଏହା ହାସଲ କରିପାରିଛୁ । ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁଣି ଥରେ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଲକ୍‌ଡାଉନ ନିୟମ ତଥା କୋଭିଡ ନିୟମାବଳୀ କଡାକଡି ପାଳନ ପାଇଁ ରାଜ୍ୟବାସୀଙ୍କୁ ଅନୁରୋଧ କରିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଗ୍ରାମାଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ବର୍ତ୍ତମାନ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଉଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୋଷ୍ଠୀ ସଂଗଠନ ଗୁଡିକର ଯୋଗଦାନ ଏବଂ କୋଭିଡ ପରୀକ୍ଷାକୁ ଆହୁରି ଜୋରଦାର କରାଯିବ ବୋଲି କହିଥିଲେ।

ରାଜ୍ୟରେ କୋଭିଜ ପରିସ୍ଥିତି ସଂପର୍କରେ ସମ୍ୟକ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଥିଲେ ଯେ ରାଜ୍ୟରେ କୋଭିଡ ପରିସ୍ଥିତିରେ ଉନ୍ନତି ପରିଲକ୍ଷିତ ହେଲାଣି। ଗତ ୧୫ ଦିନ ମଧ୍ୟରେ ରାଜ୍ୟରେ ମୃତ୍ୟୁ ହାସ ୦.୩ ପ୍ରତିଶତ ରହିଛି, ଯାହାକି ସାରା ଦେଶରେ ସର୍ବନିମ୍ନ। ରାଜ୍ୟରେ ଦକ୍ଷିଣ ଓ ପଶ୍ଚିମ ଭାଗରେ ପଜିଟିଭିଟି ହାର ହ୍ରାସ ପାଇଥିବା ବେଳେ, ଉପକୂଳବର୍ତ୍ତୀ ୧୧ଟି ଜିଲ୍ଲାରୁ ରାଜ୍ୟର ମୋଟ ପଜିଟିଭ ସଂଖ୍ୟାର ୬୩ ପ୍ରତିଶତ ରହୁଛି । ତେଣୁ ଉପକୂଳ ଓଡିଶାରେ ଅଧିକ ଟେଷ୍ଟିଂ ଉପରେ ଜୋର ଦିଆଯିବ ବୋଲି ସେ କହିଥିଲେ । ଶ୍ରୀ ମହାପାତ୍ର କହିଥଲେ ବର୍ତ୍ତମାନ ରାଜ୍ୟରେ କୋଭିଡ ଚିକିତ୍ସା ପାଇଁ ICU, HDU ଓ ସାଧାରଣ ଶଯ୍ୟା ଉପରେ ଚାପ ହ୍ରାସ ପାଇଛି। ଅକ୍‌ସିଜେନ ବ୍ୟବହାର ଚାହିଦା ମଧ୍ୟ ହ୍ରାସ ପାଇଛି। ଏହା ପରିସ୍ଥିତିର ଉନ୍ନତିର ସୂଚନା ଦେଉଛି। ରାଜ୍ୟର ଟିକା ଯୋଗାଣ ସଂପର୍କରେ ଶ୍ରୀ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ସେହିପରି ତୃତୀୟ ଲହରର ମୁକାବିଲା ପାଇଁ ପିଲାମାନଙ୍କୁ ଯତ୍ନ କିପରି ଭଲ ଭାବରେ ନିଆଯାଇପାରିବ, ସେଥିପାଇଁ ଆବଶ୍ୟକ ଡାକ୍ତର ଓ ଉପକରଣର ବ୍ୟବସ୍ଥା କରାଯାଉଛି ବୋଲି ସେ ସୂଚନା ଦେଇଥିଲେ। ବ୍ଲାକ୍‌ ଫଙ୍ଗସ ଚିକିତ୍ସା ପାଇଁ AMPHOTERICIN ମଗାଯାଇଛି ବୋଲି ସେ ସୂଚନା ଦେଇଥିଲେ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଓ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଏମ୍‌. ଅକ୍ଷୟ ସେମାନଙ୍କ ବିଭାଗର କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚଳନା କରିଥିଲେ।

ମୟୁରଭଂଜ, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଖୋର୍ଦ୍ଧା ଓ କେନ୍ଦ୍ରାପଡାର ଜିଲ୍ଲାପାଳ ଏବଂ ବି.ଏମ୍‌.ସି ଓ ସି.ଏମ୍‌.ସି କମିଶନର ମୁଖ୍ୟମନ୍ତ୍ରୀଙ୍କୁ କୋଭିଡ ପରିଚାଳନା ସଂପର୍କରେ ଅବଗତ କରିଥିଲେ।

ଅନାଥ ପିଲା କୋଭିଡ ନବୀନ ପଟ୍ଟନାୟକ ପେନ୍‌ସନ୍‌ ବ୍ୟବସ୍ଥା
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Latest News

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.