Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କୋଭିଡ-୧୯ ବିରୋଧରେ ଲଢ଼ୁଥିବା ସ୍ୱାସ୍ଥ୍ୟ କର୍ମୀଙ୍କ ବୀମା ରାଶି ୪୮ ଘଣ୍ଟା ମଧ୍ୟରେ ମଞ୍ଜୁରି ଦେବାକୁ ନିର୍ଦ୍ଦେଶ
ଜାତୀୟ ଖବର

କୋଭିଡ-୧୯ ବିରୋଧରେ ଲଢ଼ୁଥିବା ସ୍ୱାସ୍ଥ୍ୟ କର୍ମୀଙ୍କ ବୀମା ରାଶି ୪୮ ଘଣ୍ଟା ମଧ୍ୟରେ ମଞ୍ଜୁରି ଦେବାକୁ ନିର୍ଦ୍ଦେଶ

June 2, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ସମ୍ମୁଖ ଭାଗରେ ରହି ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱାସ୍ଥ୍ୟକର୍ମୀମାନଙ୍କର ସୁରକ୍ଷାକୁ କେନ୍ଦ୍ର ସରକାର ଗୋଟିଏ ବର୍ଷର ଅବଧି ଲାଗି ଏହି ବୀମା ଯୋଜନାକୁ ସମ୍ପ୍ରସାରିତ କରିଛନ୍ତି। ଏହାଛଡ଼ା ଏଥିରେ ସେହି ସ୍ୱାସ୍ଥ୍ୟ କର୍ମୀମାନଙ୍କର ଆଶ୍ରିତମାନଙ୍କୁ ସୁରକ୍ଷା ପ୍ରଦାନ କରାଯିବା ଜାରି ରହିବ। ‘ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ(ପିଏମଜିକେପି) ଅନ୍ତର୍ଗତ କୋଭିଡ-୧୯ ମୁକାବିଲା କରୁଥିବା ସ୍ୱାସ୍ଥ୍ୟ କର୍ମୀଙ୍କ ଲାଗି ବୀମା ଯୋଜନା’କୁ ୩୦ ମାର୍ଚ୍ଚ, ୨୦୨୦ରେ ଆରମ୍ଭ କରଯାଇଥିଲା।

ଏହି ଯୋଜନାକୁ ପ୍ରାରମ୍ଭରେ ୯୦ ଦିନ ପର‌୍ୟ୍ୟନ୍ତ ଅବଧି ଲାଗି ୫୦ ଲକ୍ଷ ଟଙ୍କାର ବ୍ୟାପକ ବ୍ୟକ୍ତିଗତ ଦୁର୍ଘଟଣା କଭର ପ୍ରଦାନ କରିବା ନିମନ୍ତେ ଆରମ୍ଭ କରାଯାଇଥିଲା। ଏହାର ହିତାଧିକାରୀମାନଙ୍କ ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟ କର୍ମୀ ଓ ଘରୋଇ ସ୍ୱାସ୍ଥ୍ୟ କର୍ମୀଙ୍କ ସମେତ ସମସ୍ତ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀମାନଙ୍କୁ ସାମିଲ କରାଯାଇଥିଲା। ସରକାର ଏହି ଯୋଜନାକୁ କୋଭିଡ ରୋଗୀଙ୍କ ଯତ୍ନ ନେବା ଲାଗି ତଥା ସେହି ଲୋକମାନଙ୍କ ପାଇଁ ପ୍ରସ୍ତୁତ କରିଥିଲେ ଯେଉଁମାନେ କୋଭିଡ ୧୯ ରୋଗୀଙ୍କ ପ୍ରତ୍ୟକ୍ଷ ସଂସ୍ପର୍ଶରେ ଆସିଛନ୍ତି ଏବଂ ସେମାନେ ଏଥିରେ ପ୍ରଭାବିତ ହେବାର ଆଶଙ୍କା ରହିଥିଲା। ନ୍ୟୁ ଇଣ୍ଡିଆ ଆସ୍ୟୋରାନ୍ସ କମ୍ପାନୀ (ଏନଆଇଏସିଏଲ)ର ବୀମା ପଲିସି ଜରିଆରେ ଏହାକୁ କାର‌୍ୟ୍ୟକାରୀ କରାଯାଉଛି।

ବର୍ତ୍ତମାନ ସୁଦ୍ଧା ବୀମା ପଲିସିକୁ ଦୁଇଥର ସମ୍ପ୍ରସାରଣ କରାଯାଇ ସାରିଲାଣି।
ରାଜ୍ୟ ଓ ଅନ୍ୟ ଅଂଶୀଦାରମାନେ ବୀମା ଦାବିରେ ବିଳମ୍ବ ହେଉଥିବା ଅଭିଯୋଗ ଆଣିଛନ୍ତି। ଏହି ବିଳମ୍ବକୁ ଦୂର କରିବା ଏବଂ ବୀମା ଦାବି ପୂରଣ କରିବା କାର‌୍ୟ୍ୟକୁ ସୁସଂଗତ ଓ ସରଳ କରିବାକୁ ନେଇ ଦାବି ଅନୁମୋଦନ ଲାଗି ଏକ ନୂଆ ପ୍ରଣାଳୀ ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହାର ଅନ୍ତର୍ଗତ ଜିଲ୍ଲାପାଳଙ୍କ ସ୍ତରରେ ରାଜ୍ୟ ସରକାର ଯଥାସମ୍ଭବ ତତ୍ପରତାର ସହିତ କାମ କରିପାରିବେ।

ଜିଲ୍ଲାପାଳ ପ୍ରତ୍ୟେକ ମାମଲାର ଯାଞ୍ଚ କରିବେ ଏବଂ ବୀମାର ଦାବି ଯୋଜନା ମାନକ ପରିଚାଳନା ପଦ୍ଧତି (ଏସଓପି) ଅନୁଯାୟୀ ହୋଇଛି କି ନାହିଁ ତାହା ପ୍ରମାଣିତ କରିବେ। ଅନ୍ୟପକ୍ଷରେ ଜିଲ୍ଲାପାଳଙ୍କ ପ୍ରମାଣପତ୍ର ଆଧାରରେ ବୀମା କମ୍ପାନୀ ୪୮ ଘଣ୍ଟାର ଅବଧି ମଧ୍ୟରେ ଦାବି ଅନୁମୋଦନ ଓ ଏହାକୁ ପୂରଣ କରିବେ। ଏହାବ୍ୟତୀତ, ବ୍ୟବସ୍ଥିତ ଓ ତ୍ୱରିତ ସମାଧାନ ଲାଗି ଜିଲ୍ଲାପାଳ ମଧ୍ୟ ଯଥାସମ୍ଭବ ପଦକ୍ଷେପ ଗ୍ରହଣ କରିବେ। କେନ୍ଦ୍ର ସରକାରଙ୍କ ଡାକ୍ତରଖାନା ଏମ୍ସ କିମ୍ବା ରେଳବାଇ ଆଦି ପକ୍ଷରୁ ଆସୁଥିବା ମାମଲାରେ ମଧ୍ୟ ଜିଲ୍ଲାପାଳ ବୀମା ଦାବିଗୁଡ଼ିକୁ ପ୍ରମାଣିତ କରିବେ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ଏହି ନୂଆ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେବା ସହିତ ତୁରନ୍ତ ଏହାକୁ କାର‌୍ୟ୍ୟକାରୀ କରିବା ନିମନ୍ତେ କୁହାଯାଇଛି।

କୋଭିଡ ଯୋଦ୍ଧା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ
Share. Facebook Twitter LinkedIn Email WhatsApp Copy Link

Related Posts

LIC କନ୍ୟାଦାନ ପଲିସି କ’ଣ?: ଝିଅର ଭବିଷ୍ୟତ ପାଇଁ ଏକ ଭଲ ଯୋଜନା

August 29, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଏବଂ କିର୍ଗିଜ୍ ଗଣରାଜ୍ୟ ଗସ୍ତ

August 29, 2026

ପ୍ରାୟ ୨୦% କମିଲା ମିଲ୍‌ ଚିନି ଦର: କମୁଛି ଖୁଚୁରା ମୂଲ୍ୟ

August 29, 2026

“ବିରୋଧୀ ଦଳର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ରାହୁଲ”: ତାମିଲନାଡୁ ମନ୍ତ୍ରୀଙ୍କ ବଡ଼ ଘୋଷଣା

August 29, 2026
Latest News

ବ୍ରହ୍ମପୁରରେ କାର୍‌ ସୋରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ

August 29, 2026

ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ଆକ୍ରମଣରେ ୭ ଆହତ, ୩ ଗୁରୁତର

August 29, 2026

ଶକ୍ତିପୀଠରେ ଗହ୍ମା ପର୍ବ: ମା’ ଭଗବତୀଙ୍କ ‘ଗହ୍ମାଡ଼ିଆଁ’ ନୀତି ନିଆରା ପରମ୍ପରା

August 29, 2026

LIC କନ୍ୟାଦାନ ପଲିସି କ’ଣ?: ଝିଅର ଭବିଷ୍ୟତ ପାଇଁ ଏକ ଭଲ ଯୋଜନା

August 29, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଏବଂ କିର୍ଗିଜ୍ ଗଣରାଜ୍ୟ ଗସ୍ତ

August 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.