Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାତ୍ୟା ପରିଚାଳନା ସଂପର୍କିତ ବିଭିନ୍ନ ପଦକ୍ଷେପ ସଂପର୍କରେ ଡକୁମେଣ୍ଟେସନ୍‌ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ବିଶେଷ ଖବର

ବାତ୍ୟା ପରିଚାଳନା ସଂପର୍କିତ ବିଭିନ୍ନ ପଦକ୍ଷେପ ସଂପର୍କରେ ଡକୁମେଣ୍ଟେସନ୍‌ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

June 2, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକୁମେଣ୍ଟେସନ୍‌ କରିବା ପାଇଁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ବିଭିନ୍ନ ସଂପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି। ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ କରାଯାଇପାରିଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ଯ୍ୟର ଡକୁମେଣ୍ଟେସନ କରିବାର ଆବଶ୍ୟକତା ସଂପର୍କରେ କହିଥିଲେ। ବାତ୍ୟାର ଲ୍ୟାଣ୍ଡ ଫଲ୍‌ର ପୂର୍ବବର୍ତ୍ତୀ ସମୟର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ଡକୁମେଣ୍ଟେସନ କରାଗଲେ, ଏହା ଆଗାମୀ ଦିନରେ ଆମକୁ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା। ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି ବୋଲି ସେ କହିଥିଲେ। ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା।

ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଶାସନ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ କାମ କରିଥିଲା ଏବଂ ଏଥିରେ ପ୍ରାୟତଃ ସଫଳ ହୋଇଛି। ସେ କହିଥିଲେ ଯେ ଏଥିରେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ। ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତିର କ୍ଷତି ହୋଇଛି। ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା। ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ସେ କହିଥିଲେ।

କୃଷି ବିଭାଗର କ୍ଷୟକ୍ଷତି ସଂପର୍କରେ ଆଲୋକପାତ କରି ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଜେନା କହିଥିଲେ ଯେ ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦେଖାଦେଇଛି। ତେଣୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ମାନଙ୍କୁ ଏହାର ପ୍ରଭାବ ସଂପର୍କରେ ଅନୁଧ୍ୟାନ କରି ପରାମର୍ଶ ପ୍ରଦାନ କରିବା ପାଇଁ କୁହାଯାଇଛି। ଏହି ବୈଜ୍ଞନିକ ମାନେ ବର୍ତ୍ତମାନ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ଏବଂ ଖୁବଶୀଘ୍ର ରିପୋର୍ଟ ଆସିବ ବୋଲି ସେ କହିଥିଲେ।

ବିଭାଗୀୟ ସଚିବ ମାନେ ସେମାନଙ୍କ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ଏଥିରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ ଏବଂ ଏଥିରେ ୯୯.୮ ପ୍ରତିଶତ ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି ବୋଲି ସେ କହିଥିଲେ। ୨୩୦ଟି ଟ୍ରାନ୍ସଫର୍ମର ଆଜି ସୁଦ୍ଧା ବଦଳାଯାଇ ନୂଆ ଟ୍ରାନ୍ସଫର୍ମର ଲଗାଯିବ ବୋଲି ସୂଚନା ଦିଆଯାଇଥିଲା। ଶକ୍ତି ବିଭାଗର କ୍ଷୟକ୍ଷତିର ପରିମାଣ ୧୫୦ କୋଟି ଟଙ୍କା ବୋଲି ଦର୍ଶାଯାଇଥିଲା।

ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ବାତ୍ୟା ସମୟରେ ଓ ପରେ ପାନୀୟ ଜଳ ଯୋଗାଣ ଅବିରତ ଭାବେ ଜାରି ରହିଥିଲା। ବାତ୍ୟା ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ମୂତୟନ କରାଯାଇଥିଲା। ଏହା ସାରା ଭାରତରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୂଚନା ଦିଆଯାଇଥିଲା। ମଇ ୩୧ ସୁଦ୍ଧା ସମସ୍ତ ଟ୍ୟୁବୱେଲ ଓ ପାଇପ ୱାଟର ପ୍ରକଳ୍ପର ଜଳ ଉତ୍ସ୍ୟକୁ ବିଶୋଧନ କରାଯାଇଥିଲା। ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର, ପଞ୍ଚାୟତ ରୋଡର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ୮ଟି ସହରାଞ୍ଚଳର ୫୮ଟି ସଡକ ସହିତ ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ ଆଦି କ୍ଷତିର ସମ୍ମୁଖୀନ ହୋଇଛି। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା ବୋଲି ସୂଚନା ଦିଆଯାଇଥିଲା। ସେହିପରି ଜଳସଂପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଓ ରାସ୍ତାରେ ହୋଇଥିବା ଘାଇ ସଂପର୍କରେ ସୂଚନା ଦିଆଯାଇଥିଲା। ସମୁଦାୟ କ୍ଷତିର ପରିମାଣ ୧୦୮ କୋଟି ଟଙ୍କା।

ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସଡକ ଗୁଡିକୁ ଗଛ କାଟି ତୁରନ୍ତ ଅବରୋଧମୁକ୍ତ କରାଯାଇଥିଲା। ୨୪୬ଟି କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଛି। କ୍ଷତିର ପରିମାଣ ୭୫ କୋଟି ଟଙ୍କା। ଗ୍ରାମ୍ୟ ଉନ୍ନୟନ ବିଭାଗ କ୍ଷତିର ପରିମାଣ ୬୦ କୋଟି ଟଙ୍କା ବୋଲି ଦର୍ଶାଯାଇଛି।

ବୈଠକରି ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଆବଶ୍ୟକତା ସଂପର୍କରେ ଦୃଷ୍ଟି ଆକର୍ଣଣ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ।

ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ

January 1, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ନୂଆବର୍ଷ ପାଳନ

January 1, 2026

ବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ

January 1, 2026

ସୋଆ ଆଇଡିଏସ୍ ପକ୍ଷରୁ ହ୍ୱାଇଟ କୋଟ ନ୍ୟୁ ଇୟର ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ

January 1, 2026
Latest News

ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ

January 1, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ନୂଆବର୍ଷ ପାଳନ

January 1, 2026

ବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ

January 1, 2026

ସୋଆ ଆଇଡିଏସ୍ ପକ୍ଷରୁ ହ୍ୱାଇଟ କୋଟ ନ୍ୟୁ ଇୟର ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ

January 1, 2026

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ସାକ୍ଷାତ କଲେ ହକି ଇଣ୍ଡିଆର ସଭାପତି ଦିଲ୍ଲୀପ ତିର୍କି 

January 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.