Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ କଲେ ବାତିଲ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ କଲେ ବାତିଲ

June 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସାରା ଦେଶରେ କୋଭିଡ ମହାମାରୀର ଦ୍ବାତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି। ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା। କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର ସୁରକ୍ଷା।

ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ। ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ।

ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ। ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ। ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ,ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲିଠାରୁ ୧୮ ଯାଏଁ ଓଡ଼ିଆର୍ଟରେ ଆନ୍ତର୍ଜାତୀୟ ଚିଲିକା ଶେଲଡକ ଲୋକ ସଂସ୍କୃତି ଉତ୍ସବ

November 14, 2025

ପ୍ରତ୍ୟେକ ଶିଶୁକୁ ସୁରକ୍ଷିତ ପରିବେଶ ସହ ଉପଯୁକ୍ତ ଶିକ୍ଷା ପ୍ରଦାନ ଜରୁରୀ: ସୋଆ ଉପସଭାପତି

November 14, 2025

ବାଲୁଗାଁ ରେଲୱେ ଓଭର ବ୍ରିଜ ନିକଟରୁ ୧୧୦ ଗ୍ରାମ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

November 14, 2025

ବିପୁଳ ବିଜୟ ପରେ ନୀତିଶ କୁମାରଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଲେ ବିହାର ମୁଖ୍ୟମନ୍ତ୍ରୀ?

November 14, 2025
Latest News

ବାଣପୁର ଓକିଲ ସଂଘର ୪୬ ତମ ବାର୍ଷିକ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ

November 14, 2025

ଆସନ୍ତାକାଲିଠାରୁ ୧୮ ଯାଏଁ ଓଡ଼ିଆର୍ଟରେ ଆନ୍ତର୍ଜାତୀୟ ଚିଲିକା ଶେଲଡକ ଲୋକ ସଂସ୍କୃତି ଉତ୍ସବ

November 14, 2025

ବାଣପୁର ତାଲୁକ ଆଇନା ସେବା ସମିତି ପକ୍ଷରୁ ଶିଶୁଦିବସ ପାଳନ

November 14, 2025

ପ୍ରତ୍ୟେକ ଶିଶୁକୁ ସୁରକ୍ଷିତ ପରିବେଶ ସହ ଉପଯୁକ୍ତ ଶିକ୍ଷା ପ୍ରଦାନ ଜରୁରୀ: ସୋଆ ଉପସଭାପତି

November 14, 2025

ବାଲୁଗାଁ ରେଲୱେ ଓଭର ବ୍ରିଜ ନିକଟରୁ ୧୧୦ ଗ୍ରାମ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

November 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.