Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ତୃତୀୟ ଲହର ମୁକାବିଲା ପାଇଁ ନବୀନଙ୍କ ନୂଆ ପଦକ୍ଷେପ, ତାଲିମ ନେବେ ୧୧୧୪ ଡାକ୍ତର
ବିଶେଷ ଖବର

ତୃତୀୟ ଲହର ମୁକାବିଲା ପାଇଁ ନବୀନଙ୍କ ନୂଆ ପଦକ୍ଷେପ, ତାଲିମ ନେବେ ୧୧୧୪ ଡାକ୍ତର

June 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ତୃତୀୟ ଲହର ମୁକାବିଲା ପାଇଁ ନବୀନଙ୍କ ନୂଆ ପଦକ୍ଷେପ, ତାଲିମ ନେବେ ୧୧୧୪ ଡାକ୍ତର

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପିଲାମାନଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ତୃତୀୟ ଲହର ପାଇଁ ଗଠିତ Technical Task force committee ର ସୁପାରିଶ ଅନୁଯାୟୀ ଆଗୁଆ ପ୍ରସ୍ତୁତି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବର୍ତ୍ତମାନ ରାଜ୍ୟରେ ଦୈନିକ ଟିକାକରଣ ଦେଢ ଲକ୍ଷ ଥିବାବେଳେ, ଏହାକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

କୋଭିଡର ସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ପ୍ରଦୀପ୍ତ ମହାପାତ୍ର କହିଥିଲେ ରାଜ୍ୟରେ ବର୍ତ୍ତମାନ ୮୬ ପ୍ରତିଶତ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଥିବା ବେଳେ ଡାକ୍ତରଖାନାରେ ୬୮ ପ୍ରତିଶତ ବେଡ ଖାଲି ରହିଛି । ରାଜ୍ୟରେ ଅକ୍‌ସିଜେନ ଯୋଗାଣ ଠାରୁ ଆରମ୍ଭ କରି ସମସ୍ତ ଆବଶ୍ୟକ ଔଷଧ ପଯ୍ୟାପ୍ତ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର‌୍ୟ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ବାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ। ଏହାସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ Isolation Bed , ୬୧୦ ICU Bed ପ୍ରସ୍ତୁତ ରଖାଯାଇଛି ବୋଲି ମୁଖ୍ୟ ଶାସନ ସଚିବ ପ୍ରକାଶ କରିଥିଲେ । ଏହାସହିତ ଜୁନ୍ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ sero survey  ଆରମ୍ଭ କରାଯିବ ଏବଂ ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ସେ ସୂଚନା ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ଅଧିକ ସଂକ୍ରମଣ ହାର ଥିବା ରାୟଗଡା, ଯାଜପୁର, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ତଥା ଭୁବନେଶ୍ବର ଓ କଟକ ମୁନିସ୍‌ପାଲ କମିଶନର ମାନଙ୍କ ସହିତ ସ୍ଥାନୀୟ ପରିସ୍ଥିତି ସଂପର୍କରେ ପଚାରି ବୁଝିଥିଲେ ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୨ ହଜାର ୧୦୫ ଡୋଜ୍ ଟିକା ଦିଆଯାଇଛି ଏବଂ ଟିକାକରଣ କ୍ଷେତ୍ରରେ ଭୁବନେଶ୍ବର ସବୁଠାରୁ ଆଗରେ ରହିଛି ବୋଲି ଜଣାଯାଇଛି । ଜୁଲାଇ ୧୫ ସୁଦ୍ଧା ଭୁବନେଶ୍ବରରେ ୪୫ ବର୍ଷରୁ ଉର୍ଦ୍ଧ୍ବ ସବୁ ଲୋକଙ୍କର ଦୁଇଟି ଡୋଜ ଟିକାକରଣ ହେବା ସହିତ ୧୮ ରୁ ୪୪ ବର୍ଷ ସମସ୍ତଙ୍କ ପ୍ରଥମ ଡୋଜ ସଂପୂର୍ଣ୍ଣ ହୋଇଯିବ ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାଯ୍ୟକ୍ରମକୁ ସଂଚାଳନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ଡିଜି, ଅଗ୍ନିଶମ ସେବା ଡିଜି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍.ପି ମାନେ ଯୋଗ ଦେଇଥିଲେ।

Odisha Corona Review Meeting କରୋନା ସମୀକ୍ଷା ତୃତୀୟ ଲହର ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.